‘ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ନ ଥିଲେ ଦେଶର ଚିତ୍ର ଅଲଗା ହୋଇଥାନ୍ତା’

ଭଞ୍ଜନଗର,୧୯ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ବୁଧବାର ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି। ଏନେଇ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରୁ ଏକ ଏକତା ପଦଯାତ୍ରା ବାହାରିଥିଲା। କନ୍ଧମାଳ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପଦଯାତ୍ରାର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଦେଶ ସ୍ବାଧୀନତା ପୂର୍ବରୁ ୫୬୦ ଗଡ଼ଜାତ ରାଜ୍ୟକୁ ମିଶାଇଥିଲେ। ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ନ ଥିଲେ ଆଜି ଆମେ ଦେଶର ମାନଚିତ୍ର ଆଙ୍କି ପାରି ନ ଥାନ୍ତେ ।
ଅପରେଶନ ସିନ୍ଦୂରରେ ୧୦୦ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ବଦେଶୀ ଅସ୍ତ୍ରଶସ୍ତ୍ର ବଳରେ ଆମ ସେନା ବହୁତ ଶକ୍ତିଶାଳୀ। ଆମେ ପ୍ରତ୍ୟେକ କ୍ଷେତ୍ରରେ ଆତ୍ମନିର୍ଭର ହେଉଛନ୍ତ। କୃଷକମାନଙ୍କ ବିକାଶ କରାଯାଉଛି ବୋଲି ପାଣିଗ୍ରାହୀ କହିଥିଲେ। ଚାଷୀଙ୍କୁ ୮୦୦ ଟଙ୍କା ଇନ୍‌ ପୁଟ୍‌ ସବସିଡ୍‌ ଦିଆଯାଉଛି। ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଷ୍ଟାର୍ଟ ଅପ୍‌ ଇଣ୍ଡିଆ ମାଧ୍ୟମରେ ଋଣ ଦିଆଯାଉଛି । ବାହାରୁ ଆସିଥିବା ଜିନିଷ ଛାଡ଼ି ନିଜ ଅଞ୍ଚଳର ଜିନିଷ କିଣିବା, ସ୍ବଦେଶୀ ଜିନିଷ ବ୍ୟବହାର କରିବା ପାଇଁ ଏମ୍‌ପି ଉପସ୍ଥିତ ଲୋକଙ୍କୁ ଆହ୍ବାନ ଦେଇଥିଲେ।

ଉତ୍ସବରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ଏଡିଏମ୍‌, ଉପଜିଲାପାଳ ଉମାଶଙ୍କର ବେହେରା, ବିଡିଓ ଭାରତୀ ଦେବୀ, ତହସିଲଦାର ଅଭିପ୍‌ସା ପଟ୍ଟନାୟକ,ଏଏସ୍‌ପି ରଞ୍ଜନ କୁମାର ଦେ, ଏସଡିପିଓ ଦୀପକ କୁମାର ମିଶ୍ର, ଏନ୍‌ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ବ୍ଲକ ଅଧ୍ୟକ୍ଷ ନାରୀସଭା ନାୟକ, ନିର୍ବାହୀ ଅଧିକାରୀ ମୁରଲୀ ପଣ୍ଡା, ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ର, ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଷ୍ଣୁପ୍ରସାଦ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଶୋଭାଯାତ୍ରାକୁ ସଫଳ କରିବାରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା, ଏନ୍‌ସିସି, ଯୁବ ରେଡକ୍ରସ, ସାବିତ୍ରୀ ମହିଳା ମହାବିଦ୍ୟାଳୟ, ଡିହପଢାଲ, ଲାଲସିଂ, କେନ୍ଦ୍ରୀୟ ବିଦ୍ୟାଳୟ ପ୍ରମୁଖ ବିଦ୍ୟାଳୟ ଓ କଲେଜର ଛାତ୍ରୀ ଛାତ୍ର ଭାଗ ନେଇଥିଲେ। ଛାତ୍ରୀଛାତ୍ର କଲେଜରୁ ଶୋଭାଯାତ୍ରାରେ ବାହାରିବା ପରେ ବାଟରେ ଏକାଧିକ ସ୍ଥାନରେ ପଥପ୍ରାନ୍ତ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା। ଶେଷରେ କୃତୀ ଛାତ୍ରୀଛାତ୍ର ଏବଂ ଅଞ୍ଚଳର କିଛି ଜଣାଶୁଣା ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri