Posted inଜାତୀୟ

ମୋଦି କଲେ ଦସ୍ତଖତ, ଚାଷୀଙ୍କ ଆକାଉଣ୍ଟକୁ ଆସିବ ଟଙ୍କା: ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୧୦।୬:ପ୍ରଧାନମନ୍ତ୍ରୀ କିଷାନ ନିଧି ଟଙ୍କାକୁ ଅପେକ୍ଷା କରିଥିବା ଚାଷୀଙ୍କ ପାଇଁ ଖୁସି ଖବର। ଏହି ଯୋଜନା ଅଧୀନରେ ଶୀଘ୍ର କୃଷକ ଭାଇଙ୍କ ଆକାଉଣ୍ଟକୁ ଟଙ୍କା ପଠାଯିବ। ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ପରେ ନରେନ୍ଦ୍ର ମୋଦି କିଷାନ ସମ୍ମାନ ନିଧି କିସ୍ତି ରିଲିଜ୍‌ କରିବା ପାଇଁ ଫାଇଲରେ ଦସ୍ତଖତ କରିଛନ୍ତି।

ଖବର ଅନୁଯାୟୀ, ଏହି ଯୋଜନା ଅଧୀନରେ ପ୍ରାପ୍ତ ଟଙ୍କା ଜୁଲାଇ ପ୍ରଥମ ସପ୍ତାହରେ କୃଷକଙ୍କ ଆକାଉଣ୍ଟକୁ ପଠାଯିବ। କିଷାନ ସମ୍ମାନ ନିଧି ୧୬ତମ କିସ୍ତି ପାଇବା ପରେ ବର୍ତ୍ତମାନ କୃଷକମାନେ ୧୭ତମ କିସ୍ତି ପାଇଁ ଅପେକ୍ଷା କରିଛନ୍ତି। ତେବେ ୧୭ତମ କିସ୍ତି ରିଲିଜ ପାଇଁ ସରକାର ଏପର୍ଯ୍ୟନ୍ତ କୌଣସି ତାରିଖ ଘୋଷଣା କରିନାହାଁନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ୧୭ତମ କିସ୍ତି ମୁକ୍ତ କରିବା ପାଇଁ ଫାଇଲରେ ଦସ୍ତଖତ କରିଛନ୍ତି। ଏହା ୯.୩ କୋଟି ଚାଷୀଙ୍କୁ ଉପକୃତ କରିବ ଏବଂ ପ୍ରାୟ ୨୦ ହଜାର କୋଟି ଟଙ୍କା ବଣ୍ଟନ କରାଯିବ। ଏହି ପରିମାଣ ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ। ଏହି ଯୋଜନା ମାଧ୍ୟମରେ କୃଷକମାନଙ୍କୁ ପ୍ରତିବର୍ଷ ୬,୦୦୦ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି।

କୃଷକମାନଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅଧୀନରେ ୨୦୦୦-୨୦୦୦ ଟଙ୍କା ତିନି କିସ୍ତିରେ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ପଠାନ୍ତି। ଏହି ଯୋଜନା କୃଷକମାନଙ୍କୁ ସେମାନଙ୍କର କୃଷି ଆବଶ୍ୟକତା ପୂରଣ କରିବାରେ ସାହାଯ୍ୟ କରେ ଏବଂ ସେମାନଙ୍କର ଆୟ ବୃଦ୍ଧିରେ ମଧ୍ୟ ସହାୟକ ହୁଏ।

PM Kisan Yojana ପାଇଁ କେମିତି କରିବେ ଆବେଦନ
PM Kisan Yojana ପାଇଁ ଅଫିସିଆଲ ୱେବସାଇଟକୁ ଯାଆନ୍ତୁ ଏବଂ “ନୂତନ ପଞ୍ଜୀକରଣ” ଉପରେ କ୍ଲିକ କରନ୍ତୁ। ନାମ, ଠିକଣା, ଆଧାର ନମ୍ବର, ବ୍ୟାଙ୍କ ଆକାଉଣ୍ଟ ଏବଂ ମୋବାଇଲ ନମ୍ବର ପ୍ରବେଶ କରନ୍ତୁ। ଏକ ପାସୱାର୍ଡ କରନ୍ତୁ ଏବଂ ଦାଖଲ ବଟନ ଉପରେ କ୍ଲିକ କରନ୍ତୁ ।

ଅଫଲାଇନରେ କିପରି ଆବେଦନ କରିବେ
କୃଷକମାନେ ନିଜ ଅଞ୍ଚଳର କୃଷି କାର୍ଯ୍ୟାଳୟ ପରିଦର୍ଶନ କରି ଅଫଲାଇନରେ ଆବେଦନ କରିପାରିବେ। ଆବେଦନ ଫର୍ମ ପୂରଣ କରିବାକୁ ପଡିବ ଏବଂ ଆଧାର କାର୍ଡ, ପାନ କାର୍ଡ, ବ୍ୟାଙ୍କ ଆକାଉଣ୍ଟ ପାସବୁକ, ଚାଷୀଙ୍କ ଫଟୋ ଦାଖଲ କରିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି: କାର୍ଯ୍ୟକାରୀ ହେବ ଶିକ୍ଷକ, ଅଣଶିକ୍ଷକଙ୍କ ୧୫ ଦାବି

ଭୁବନେଶ୍ୱର,୧୪।୧୧(ସୁନିତ୍‌ ମିଶ୍ର):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତଥା ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସରକାରୀ ଶିକ୍ଷାନୁଷ୍ଠାନ, ବେସରକାରୀ ଅନୁଦାନପ୍ରାପ୍ତ ଓ ଅଣ ଅନୁଦାନପ୍ରାପ୍ତ ବେସରକାରୀ ଶିକ୍ଷାନୁଷ୍ଠାନରେ କାର୍ଯ୍ୟରତ…

ଆଜି ଫାଇନାଲରେ ଭାରତ-ପାକିସ୍ତାନ ମହାଲଢ଼େଇ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିବେ ମ୍ୟାଚ

ନୂଆଦିଲ୍ଲୀ,୧୪।୧୧: ନଭେମ୍ବର ୧୪ ତାରିଖରେ ଅଣ୍ଡର-୧୯ ଏସିଆ କପ ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଏହି ମହାମୁକାବିଲାରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବେ। ଗ୍ରୁପ ପର୍ଯ୍ୟାୟରେ…

ହୃଦୟ ଜିତିଲେ ସଞ୍ଜୁ ସାମସନ, ଅସହାୟ ପରିବାର ପାଇଁ ଦେବଦୂତ ସାଜି କଲେ ଏମିତି କାମ, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୧୪।୧୧: ଭାରତୀୟ କ୍ରିକେଟର ସଞ୍ଜୁ ସାମସନଙ୍କ ଚାରିଟେବଲ ଫାଉଣ୍ଡେସନର ସହାୟତାରେ ଶେଷରେ କେରଳର ଏକ ପରିବାରକୁ ୧୦ ବର୍ଷ ପରେ ନିଜ ଘରର ଚାବି ମିଳିଛି। ପ୍ରାୟ…

ଓଡ଼ିଶାରେ କେନ୍ଦ୍ରମନ୍ତ୍ରୀ ଚୌହ୍ବାନ, କାଲି ବାଣ୍ଟିବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା

ଭୁବନେଶ୍ୱର, ୧୩।୧୧(ସୁନିତ୍‌ ମିଶ୍ର): କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବଲାଙ୍ଗୀର ଜିଲାରେ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଚୌହ୍ବାନଙ୍କ ଉପସ୍ଥିତିରେ…

‘ଅକ୍ୱାନ’ ଭୟ: ଓଡ଼ିଶାରେ ୧୮ରୁ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୩ା୧୧ (ବନ୍ଦନା ସେଠୀ)- ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଶନିବାର ସୁଦ୍ଧା ଆହୁରି ସ୍ପଷ୍ଟ ଚିହ୍ନିତ…

ରୋହିତ-ବିରାଟଙ୍କ ପାଖରେ ଶେଷ ସୁଯୋଗ! ବଡ଼ ପ୍ରଦର୍ଶନ ପାଇଁ ଚାପରେ…

ନୂଆଦିଲ୍ଲୀ, ୧୩।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଥିବା ଭାରତୀୟ କ୍ରିକେଟ୍ ଦଳ ପାଇଁ ନଭେମ୍ବର ୧୩ ତାରିଖ ଅତ୍ୟନ୍ତ ନୈରାଶ୍ୟଜନକ ସାବ୍ୟସ୍ତ ହୋଇଛି। ଦିନିକିଆ ସିରିଜରେ ୨-୦ରେ ଆଗୁଆ…

ପ୍ରକାଶ ପାଇଲା ଦଶମ ଶ୍ରେଣୀ ପରୀକ୍ଷା ତାରିଖ: ଏହି ଦିନ ସକାଳ ୯ଟାରୁ ଆରମ୍ଭ ହେବ ପରୀକ୍ଷା, ଜାଣନ୍ତୁ ସମ୍ପୂର୍ଣ୍ଣ…

ଭୁବନେଶ୍ୱର, ୧୩।୧୧: ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷାବର୍ଷର ଦଶମ ଶ୍ରେଣୀ (ମାଟ୍ରିକ୍) ବୋର୍ଡ ପରୀକ୍ଷା ପାଇଁ ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି।…

ମହାକାଳପଡ଼ାରେ କଂଗ୍ରେସର ‘ଭୋଟ ବଞ୍ଚାଅ: ଦେଶ ବଞ୍ଚାଅ’ ଅଭିଯାନ: ଯୋଗଦେଲେ ୨୦୦ରୁ ଊର୍ଦ୍ଧ୍ୱ କର୍ମୀ

ମହାକାଳପଡ଼ା,୧୩।୧୧ (ପ୍ରତାପ ଚନ୍ଦ୍ର ସ୍ୱାଇଁ) ମହାକାଳପଡ଼ା ବ୍ଲକ କଂଗ୍ରେସ ପକ୍ଷରୁ ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଅଭିଯାନ ଆୟୋଜିତ ହୋଇଯାଇଛି। ବ୍ଲକ କଂଗ୍ରେସ ସଭାପତି ଚିତ୍ତରଞ୍ଜନ ତରାଇଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?