Posted inଜାତୀୟ

ଅଧିକ ଭୋଟ ନୋଟାକୁ ଗଲେ ଫଳାଫଳ ରଦ୍ଦ ହେଉ

ନୂଆଦିଲ୍ଲୀ,୧୬।୩(ପି.ଟି.): ନିର୍ବାଚନରେ ଯଦି ସର୍ବାଧିକ ଭୋଟ ନୋଟା (ନନ୍‌ ଅଫ୍‌ ଦି ଏବଭ୍‌)କୁ ଯାଏ ତେବେ ଫଳାଫଳ ରଦ୍ଦ କରି ସାନି ନିର୍ବାଚନ କରାଇବା ପାଇଁ ନିର୍ବାଚନ କମିଶନ (ଇସି)ଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଥିଲା। ଏହା ଉପରେ ସର୍ବୋଚ୍ଚ ଅଦାଲତ ସୋମବାର କେନ୍ଦ୍ର ସରକାର ଓ ନିର୍ବାଚନ କମିଶନଙ୍କୁ ଜବାବ ମାଗିଛନ୍ତି। ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେ, ଜଷ୍ଟିସ ଏ.ଏସ୍‌. ବୋପାନ୍ନା ଏବଂ ଭି. ରାମସୁବ୍ରମଣ୍ୟନଙ୍କୁ ନେଇ ଗଠିତ ଖଣ୍ଡପୀଠ ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ଏବଂ ଭାରତର ନିର୍ବାଚନ କମିଶନଙ୍କୁ ନୋଟିସ ଜାରି କରି ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଆଇନଜୀବୀ ତଥା ଭାଜପା ନେତା ଅଶ୍ୱିନୀ କୁମାର ଉପାଧ୍ୟାୟ ଏହି ଜନସ୍ବାର୍ଥ ମାମଲା ଦାଏର କରିଥିବାବେଳେ ତାଙ୍କ ତରଫରୁ ବରିଷ୍ଠ ଆଇନଜୀବୀ ମାନେକା ଗୁରୁସ୍ବାମୀ ମାମଲା ପରିଚାଳନା କରୁଥିଲେ। ଫଳାଫଳ ରଦ୍ଦ ହେବା ପରେ ସମ୍ପୃକ୍ତ ପ୍ରାର୍ଥୀ ଓ ରାଜନୈତିକ ଦଳଗୁଡ଼ିକୁ ସାନି ନିର୍ବାଚନରେ ଭାଗନେବା ଲାଗି ଅନୁମତି ନ ଦେବାକୁ ମଧ୍ୟ ଆବେଦନକାରୀ ଅନୁରୋଧ କରିଛନ୍ତି। ପ୍ରତ୍ୟାଖ୍ୟାନ ଅଧିକାର ଏବଂ ନୂତନ ପ୍ରାର୍ଥୀଙ୍କୁ ନିର୍ବାଚିତ କରିବା ଅଧିକାରୀ ଲୋକଙ୍କୁ ମିଳିଲେ, ସେମାନେ ନିଜର ଅସନ୍ତୋଷ ବ୍ୟକ୍ତ କରିବାର କ୍ଷମତା ପାଇବେ। ନିର୍ବାଚନ ଲଢ଼ୁଥିବା ପ୍ରାର୍ଥୀଙ୍କ ପୃଷ୍ଠଭୂମି ଓ ପ୍ରଦର୍ଶନରେ ଭୋଟର ଅସନ୍ତୁଷ୍ଟ ଥିଲେ ସେମାନେ ସମ୍ପୃକ୍ତ ପ୍ରାର୍ଥୀଙ୍କୁ ପ୍ରତ୍ୟାଖ୍ୟାନ କରି ନୂଆ ପ୍ରାର୍ଥୀଙ୍କୁ ନିର୍ବାଚିତ କରିବା ପାଇଁ ନୋଟାରେ ଭୋଟ ଦେଇଥାନ୍ତି। ତେଣୁ ନୋଟାକୁ ସର୍ବାଧିକ ଭୋଟ ଯାଇଥିଲେ, ଉକ୍ତ ନିର୍ବାଚନ ମଣ୍ଡଳୀର ଭୋଟ ଫଳାଫଳକୁ ରଦ୍ଦ କରି ୬ ମାସ ମଧ୍ୟରେ ସାନି ନିର୍ବାଚନ କରାଯିବା ନିମନ୍ତେ ଅଦାଲତ ଘୋଷଣା କରିପାରିବେ ବୋଲି ଆବେଦନକାରୀ ପିଟିଶନରେ ଦର୍ଶାଇଛନ୍ତି।
ପିଟିଶନରେ ଆହୁରି ଉଲ୍ଲେଖ କରାଯାଇଛି ଯେ, ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ଲଢ଼ିବା ଲାଗି ପ୍ରାର୍ଥୀମାନଙ୍କୁ ଅତ୍ୟନ୍ତ ଅଗଣତାନ୍ତ୍ରିକ ଉପାୟରେ ଚୟନ କରୁଛନ୍ତି। ଏଥିପାଇଁ ଭୋଟରମାନଙ୍କ ମତାମତ ନିଆଯାଉ ନାହିଁ; ଯେଉଁଥିପାଇଁ ଅନେକ ସମୟରେ ନିର୍ବାଚନ ମଣ୍ଡଳୀର ଭୋଟରମାନେ ପ୍ରାର୍ଥୀମାନଙ୍କ ପ୍ରତି ସମ୍ପୂର୍ଣ୍ଣ ଅସନ୍ତୁଷ୍ଟ ଥିବା ଦେଖାଯାଉଛି। ଏହି ସମସ୍ୟାର ସମାଧାନ ହୋଇପାରିବ ଯଦି ନୋଟା ସପକ୍ଷରେ ଅଧିକ ଭୋଟ ଗଲେ ସମ୍ପୃକ୍ତ ନିର୍ବାଚନ ମଣ୍ଡଳୀରେ ସାନି ନିର୍ବାଚନ ହୁଏ। ଏପରିସ୍ଥଳରେ ନିର୍ବାଚନ ଲଢ଼ିଥିବା ପ୍ରାର୍ଥୀଙ୍କୁ ପ୍ରତ୍ୟାଖ୍ୟାତ ବିବେଚନା କରାଯିବା ସହ ସାନି ନିର୍ବାଚନରେ ସେମାନଙ୍କୁ ପ୍ରତିଦ୍ୱନ୍ଦ୍ୱିତା କରିବା ଲାଗି ଅନୁମତି ମିଳିବ ନାହିଁ। ଅପରାଧ ପୃଷ୍ଠଭୂମି ଥିବା ଅନେକ ପ୍ରାର୍ଥୀ ନିର୍ବାଚନ ଲଢ଼ି ପାର୍ଲାମେଣ୍ଟ ଓ ବିଧାନସଭାକୁ ଯାଉଛନ୍ତି। ସେମାନଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାଦ୍ୱାରା ସାଧାରଣ ଜନତା କ୍ଷତିଗ୍ରସ୍ତ ହେଉଛନ୍ତି। ତେଣୁ ପ୍ରତ୍ୟାଖ୍ୟାନ ଅଧିକାର ଅନୁଚ୍ଛେଦ ୧୯ର ଅବିଚ୍ଛେଦ୍ୟ ଅଙ୍ଗ। କିନ୍ତୁ ନୋଟା ସପକ୍ଷରେ ସର୍ବାଧିକ ଭୋଟ ଗଲେ ମଧ୍ୟ ନିର୍ବାଚନକୁ ଅବୈଧ ଘୋଷଣା କରିବା ଲାଗି କେନ୍ଦ୍ର ସରକାର ଏବଂ ନିର୍ବାଚନ କମିଶନ କିଛି କରୁନାହାନ୍ତି ବୋଲି ପିଟିଶନରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

ଏମ୍‌ପି ଟିକେଟ୍‌ କାଟିଦେଲେ, ତଥାପି ଦୁଃଖ ନାହିଁ: ଶାହାଙ୍କୁ କହିଲେ ଆଧୁନିକ ଭାରତର ଆଇରନ ମ୍ୟାନ୍‌

ଲକ୍ଷ୍ନୌ,୧୯।୪: ଏଥର ଦଳ ଉତ୍ତରପ୍ରଦେଶର ବାଲିଆ ଲୋକ ସଭା ନିର୍ବାଚନମଣ୍ଡଳୀରୁ ଭାରତୀୟ ଜନତା ପାର୍ଟି ଏମ୍‌ପି ବୀରେନ୍ଦ୍ର ସିଂ ମସ୍ତଙ୍କୁ ଟିକେଟ ଦେଇନାହାଁନ୍ତି। ଦଳ ପୂର୍ବତନ...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ

ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri