ମା’ମାନେ ସଶକ୍ତ ହେଲେ ଓଡ଼ିଶା ସଶକ୍ତ ହେବ

ଛତ୍ରପୁର,୧୭ା୧୨(ସନ୍ତୋଷ ପାଢ଼ୀ): ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଦ୍ୱିତୀୟ ଦିନର ଗଞ୍ଜାମ ଜିଲା ଗସ୍ତ ବେଳେ ରବିବାର ଛତ୍ରପୁର ବ୍ଲକ ସୁନ୍ଦରପୁରର ସୁନ୍ଦରେଶ୍ୱର ମନ୍ଦିରର ରୂପାନ୍ତରୀକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି। ମନ୍ଦିରରେ ପୂଜାର୍ଚ୍ଚନା ପରେ ଏକ ସଭାକୁ ସେ ସମ୍ବୋଧନ କରି କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଓଡ଼ିଶା ଗଠନ କରିବାରେ ଲାଗିପଡ଼ିଛନ୍ତି। ମୁଖ୍ୟମନ୍ତ୍ରୀ ସର୍ବଦା ଶିକ୍ଷା, ସ୍ବାସ୍ଥ୍ୟ, ଜଳସେଚନ ଓ ଗମନାଗମନର ବିକାଶ ପାଇଁ ଗୁରୁତ୍ୱ ଦେଇଆସୁଛନ୍ତି। ହାଇସ୍କୁଲ, କଲେଜ, ହସ୍ପିଟାଲ ରୂପାନ୍ତରୀକରଣ କରାଯାଉଛି। ତେବେ କେତେକ ଲୋକଙ୍କୁ ଏସବୁ ଦେଖାଯାଉନି ବୋଲି ବିରୋଧୀଙ୍କୁ ୫-ଟି ଅଧ୍ୟକ୍ଷ କଟାକ୍ଷ କରିଥିଲେ। ଗଞ୍ଜାମ ଜିଲାରେ ଖୁବ୍‌ଶୀଘ୍ର ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ ହେବ ଏବଂ ପ୍ରତି ପଞ୍ଚାୟତରୁ ବ୍ଲକକୁ ଦୈନିକ ୩ ଥର ବସ୍‌ ଯାତାୟାତ କରିବ ବୋଲି ସେ ସୂଚନା ଦେଇଥିଲେ। ଓଡ଼ିଶାର ୮୦ ପ୍ରତିଶତ ପରିବାରଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରାଯାଇଛି ଏବଂ ମାଗଣାରେ ଉନ୍ନତମାନର ସ୍ବାସ୍ଥ୍ୟସେବା ଲୋକେ ପାଇପାରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କହିବାନୁସାରେ ମା’ମାନଙ୍କୁ ସଶକ୍ତ କଲେ ଓଡ଼ିଶା ଆଗେଇପାରିବ ଏବଂ ଓଡ଼ିଶା ସଶକ୍ତ ହୋଇପାରିବ। ଏଣୁ ମିଶନ ଶକ୍ତିର ମା’ମାନଙ୍କୁ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ, ଲକ୍ଷ୍ମୀ ବସ୍‌ରେ ଯାତାୟାତ ପାଇଁ ମା’ମାନଙ୍କ ଲାଗି ୫ ଟଙ୍କାରେ ଟିକେଟ, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମା’ମାନଙ୍କ ପାଇଁ ଅତିରିକ୍ତ ୫ ଲକ୍ଷ ଟଙ୍କାର ସହାୟତା ଆଦି ର ବ୍ୟବସ୍ଥା ମୁଖ୍ୟମନ୍ତ୍ରୀ କରିଛନ୍ତି ବୋଲି ସେ କହିଥିଲେ। ଛତ୍ରପୁର ନିର୍ବାଚନମଣ୍ଡଳୀ ଅଧିନସ୍ଥ ସୁନ୍ଦରେଶ୍ୱର ମନ୍ଦିର ରୂପାନ୍ତରୀକରଣ ପାଇଁ ୧ କୋଟି ୫୦ ଲକ୍ଷ ଟଙ୍କା, ରାମଚଣ୍ଡୀ ମନ୍ଦିର ପାଇଁ ୨.୨୦ କୋଟି ଟଙ୍କା ଓ ବଟେଶ୍ୱର ମନ୍ଦିର ରୂପାନ୍ତରୀକରଣ ପାଇଁ ୧.୫୦ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁର କରିଥିବା ୫-ଟି ଅଧ୍ୟକ୍ଷ କହିଥିଲେ। ଏଥିସହ ଋଷିକୁଲ୍ୟା ନଦୀର କଂସାରୀଗଣ୍ଡରେ ବନ୍ଧ ନିର୍ମାଣ ପାଇଁ ୧୬୦ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି ଏବଂ ଏହାଦ୍ୱାରା ଗଞ୍ଜାମ ଓ ଛତ୍ରପୁର ବ୍ଲକର ଚାଷୀ ପାଣି ପାଇପାରିବେ ବୋଲି ସେ କହିଥିଲେ। ବଟେଶ୍ୱର, ରାମଚଣ୍ଡୀ ଓ ସୁନ୍ଦରେଶ୍ୱର ମନ୍ଦିର କମିଟି ପକ୍ଷରୁ ୫-ଟି ଅଧ୍ୟକ୍ଷଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା, ଛତ୍ରପୁର ବିଡିଓ ସୁଶାନ୍ତ ବରାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଭଉଣୀ ଘରକୁ ଆସି ଗାଁକୁ ଫେରୁଥିଲେ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଛିଟିକି ପଡ଼ିଲା ବାଇକ୍, ଦୁଇ ଜଣ…

ଥୁଆମୂଳ ରାମପୁର,୨୯।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା-କଲେଜ ଛକ ମଧ୍ୟବର୍ତ୍ତୀ ଡୁମେର ଗଛ ବୁଲାଣି ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୬:୧୦…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri