Posted inଜାତୀୟ

‘ନେହରୁ ଚାହିଁଥିଲେ ୧୯୪୭ରେ ଗୋଆ ଘଣ୍ଟାକ ମଧ୍ୟରେ ସ୍ବାଧୀନତା ପାଇଥାନ୍ତା’

ପାଣାଜୀ,୧୧।୨: ୧୯୪୭ରେ ଭାରତ ସ୍ବାଧୀନତା ହାସଲ କଲା ବେଳେ ପଣ୍ଡିତ ଜଓ୍ବାହରଲାଲ ନେହରୁ ଚାହିଁଥିଲେ, ଗୋଆ କିଛି ଘଣ୍ଟା ମଧ୍ୟରେ ସ୍ବାଧୀନ ହୋଇଥାନ୍ତା। କିନ୍ତୁ ପର୍ତ୍ତୁଗୀଜ ଶାସନରୁ ଏହି ରାଜ୍ୟକୁ ମୁକ୍ତ ହେବା ପାଇଁ ୧୫ ବର୍ଷ ଲାଗିଥିଲା। ଏଭଳି କହି କଂଗ୍ରେସକୁ ସମାଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଆସନ୍ତା ୧୪ ତାରିଖରୁ ଆରମ୍ଭ ହେବାକୁ ଥିବା ଗୋଆ ବିଧାନସଭା ନିର୍ବାଚନ ଲାଗି ମାପୁସାରେ ଏକ ରାଲିକୁ ସମ୍ବୋଧନ ଦେଇ ମୋଦି କହିଛନ୍ତି, କଂଗ୍ରେସ ଗୋଆକୁ ଶତ୍ରୁ ଭଳି ବ୍ୟବହାର କରିଆସୁଛି। ଏବେ ବି ରାଜ୍ୟରେ ରାଜନୈତିକ ଅସ୍ଥିରତା ସୃଷ୍ଟି କରିବା ପାଇଁ ସେହିଭଳି ବ୍ୟବହାର ଜାରି ରହିଛି। ଏହି ଦଳ କଦାପି ରାଜ୍ୟର ରାଜନୈତିକ ପରମ୍ପରା, ଯୁବକଙ୍କ ଆକାଂକ୍ଷା ବୁଝିବାକୁ ଚେଷ୍ଟା କରି ନାହିଁ। ସେମାନେ ସର୍ବଦା ଗୋଆକୁ ଶତ୍ରୁ ଭାବେ ଦେଖି ଆସିଛନ୍ତି।

“ଗୋଆର ସ୍ବାଧୀତନା ଆନ୍ଦୋଳନକୁ କଂଗ୍ରେସ କେଉଁ ଭଳି ଧ୍ୱଂସ କରିଥିଲା, ସେ ସମ୍ପର୍କରେ ମୁଁ ଦୁଇ-ଦିନ ତଳେ ସଂସଦରେ କହିଥିଲି। ଭାରତର ସ୍ବାଧୀନତାର ୧୫ ବର୍ଷ ପରେ ଗୋଆକୁ ସ୍ବାଧୀତନା ମିଳିଥିଲା। ଏହା ଅନେକଙ୍କୁ ଏବେ ବି ଜଣା ନାହିଁ। ସ୍ବାଧୀନତା ପରେ ଭାରତ ତା’ର ସେନା ଛିଡ଼ା କରିଥିଲା। ଏହା ମାଧ୍ୟମରେ ଗୋଆକୁ କିଛି ଘଣ୍ଟା ମଧ୍ୟରେ ସ୍ବାଧୀନତା ମିଳିପାରିଥାନ୍ତା। କିନ୍ତୁ କଂଗ୍ରେସ ୧୫ ବର୍ଷ ପର୍ଯ୍ୟନ୍ତ କିଛି କରି ନ ଥିଲା” ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri