Posted inଜାତୀୟ

ନେତାଜୀ ବଞ୍ଚିଥିଲେ ଏସ୍‌ଆଇଆର୍‌ ନୋଟିସ ପାଇଥାନ୍ତେ: ମମତା

କୋଲକାତା,୨୪ା୧: ଆଜିର ଦିନରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଯଦି ବଞ୍ଚତ୍ଥାଆନ୍ତେ ତେବେ ନିର୍ବାଚନ କମିଶନ (ଇସି) ତାଙ୍କୁ ଛାଡ଼ି ନ ଥାଆନ୍ତେ। ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଶୁଣାଣି ପାଇଁ ହାଜର ହେବାକୁ ଇସି ନେତାଜୀଙ୍କୁ ମଧ୍ୟ ନୋଟିସ ପଠାଇଥାନ୍ତେ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସମାଲୋଚନା କରିଛନ୍ତି।
ନେତାଜୀ ଜୟନ୍ତୀ ପାଳନ ଅବସରରେ କୋଲକାତାର ରେଡ୍‌ ରୋଡ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ମମତା କହିଛନ୍ତି, ଏସ୍‌ଆଇଆର୍‌ ପ୍ରକ୍ରିୟାରେ ନିୟୋଜିତ କର୍ମଚାରୀମାନେ ମରିବାରେ ଲାଗିଛନ୍ତି। ଅତ୍ୟଧିକ କାର୍ଯ୍ୟଚାପ ଓ ଦୁଶ୍ଚିନ୍ତା ଯୋଗୁ ଦିନକୁ ୩ରୁ ୪ ଜଣ ଲୋକ ଆତ୍ମହତ୍ୟା କରୁଛନ୍ତି। ରାଜ୍ୟରେ ଏସ୍‌ଆଇଆର୍‌ ଆରମ୍ଭ ହେବା ଦିନଠୁ ଅଦ୍ୟାବଧି ୧୧୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଲାଣି। ସେହିପରି ୪୦ରୁ ୪୫ ଜଣ ହସ୍ପିଟାଲରେ ଜୀବନମୃତ୍ୟୁର ସଂଗ୍ରାମ କରୁଛନ୍ତି। ଏହି ଅସ୍ବାଭାବିକ ମୃତ୍ୟୁ ପାଇଁ ଇସି ଏବଂ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ଉତ୍ତରଦାୟୀ ହେବା ଉଚିତ।
ଏତେ ଘଟଣା ଘଟିଯିବା ପରେ ଆମକୁ ଭାରତୀୟ ନାଗରିକତ୍ୱର ପ୍ରମାଣ ଦେବାକୁ ପଡ଼ୁଛି। ଲୋକଙ୍କ ଅଧିକାର ଛଡ଼ାଇ ନିଆଯାଉଛି ଏବଂ ଗଣତନ୍ତ୍ରକୁ ହତ୍ୟା କରାଯାଉଛି। ନେତାଜୀ ବଞ୍ଚତ୍ଥିଲେ ତାଙ୍କୁ ମଧ୍ୟ ଇସି ଏସ୍‌ଆଇଆର୍‌ ଶୁଣାଣି ପାଇଁ ନୋଟିସ ପଠାଇଥାନ୍ତେ। କେନ୍ଦ୍ର ସରକାର ନେତାଜୀ, ଗାନ୍ଧିଜୀ ଓ ଆମ୍ବେଡକରଙ୍କ ଭଳି ଜାତୀୟ ପ୍ରତୀକମାନଙ୍କୁ ଅପମାନିତ କରୁଛି। କ୍ଷମତାରେ ଥିବା ଲୋକେ ଦେଶର ଇତିହାସକୁ ଖରାପ ଚିତ୍ରଣ କରୁଥିବା ମମତା ସମାଲୋଚନା କରିଛନ୍ତି। ପଶ୍ଚିମବଙ୍ଗବାସୀ ଏପରି ଅପମାନକୁ ଗ୍ରହଣ କରିବେ କି ବୋଲି ସେ ପ୍ରଶ୍ନ କରିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?