ନିରପେକ୍ଷ ନ ହେଲେ ଚାକିରି ଯିବ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ଜୋର୍‌ ଧରିଥିବାବେଳେ ସରକାରୀ ଓ ସ୍ବାୟତ୍ତ ସଂସ୍ଥାର କର୍ମଚାରୀମାନଙ୍କୁ ନିରପେକ୍ଷ ରହିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି। ନଚେତ୍‌ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନ ଅନୁସାରେ ଚାକିରି ହରାଇବାକୁ ପଡିବ ବୋଲି ମୁଖ୍ୟ ଶାସନ ସଚିବ ସତର୍କ କରାଇ ଦେଇଛନ୍ତି।
ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଜ୍ୟ ପୋଲିସ ଡିଜି, ସମସ୍ତ ବିଭାଗର ସଚିବ, ଆର୍‌ଡିସି ଓ ଜିଲାପାଳମାନଙ୍କୁ ଚିଠି ଲେଖି ରାଜ୍ୟରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ବିଭିନ୍ନ ଉଦ୍ୟୋଗ, ନିଗମ ସ୍ବାୟତ୍ତ ସଂସ୍ଥା, ସମବାୟ ସଂସ୍ଥାର କର୍ମଚାରୀମାନେ ଯେଭଳି ପଞ୍ଚାୟତ ନିର୍ବାଚନରେ ନିରପେକ୍ଷ ରହିବେ ସେଥିପାଇଁ ଆବଶ୍ୟକ ନିର୍ଦ୍ଦେଶ ଦେବାକୁ ପରାମର୍ଶ ଦେଇଛନ୍ତି। ଏଥିସହ ପକ୍ଷପାତିତା ଅଭିଯୋଗ ଆସିଲେ ପୋଲିସ ତୁରନ୍ତ ମାମଲା ରୁଜୁ କରି କାର୍ଯ୍ୟାନୁଷ୍ଠାନ ସୁନିଶ୍ଚିତ କରିବାକୁ କହିଛନ୍ତି। ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନ ଅନୁସାରେ ସରକାରୀ କର୍ମଚାରୀ ଅବା ସ୍ବାୟତ୍ତ ସଂସ୍ଥାରେ କାର୍ଯ୍ୟରତ ବ୍ୟକ୍ତି ନିର୍ବାଚନକୁ ପ୍ରଭାବିତ କରିବା ଭଳି କୌଣସି କାର୍ଯ୍ୟ କରିପାରିବେ ନାହିଁ। ଯଦି ସେ କୌଣସି ପ୍ରାର୍ଥୀଙ୍କ ସପକ୍ଷରେ ଏଭଳି କରନ୍ତି ଅବା ଭୋଟରଙ୍କୁ ପ୍ରଭାବିତ କରନ୍ତି, ତାଙ୍କୁ ନିଜ ଚାକିରି ହରାଇବାକୁ ପଡିବ। ଏହାଛଡ଼ା ସରକାରୀ ଗାଡି, ପ୍ରଶାସନିକ କଳ ଓ କର୍ମଚାରୀମାନେ ଯେଭଳି କୌଣସି ପ୍ରାର୍ଥୀ ଅବା ଦଳକୁ ସୁହାଇବା ଭଳି କାର୍ଯ୍ୟରେ ଉପଯୋଗ ନ ହୁଅନ୍ତି ସେଥିପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ସରିବା ପର୍ଯ୍ୟନ୍ତ ସରକାରଙ୍କ ସଫଳତା କହୁଥିବା କୌଣସି ବିଜ୍ଞାପନ ସରକାରୀ ପାଣ୍ଠିରୁ ପ୍ରଦାନ କରାଯାଇପାରିବ ନାହିଁ। ପଞ୍ଚାୟତ ନିର୍ବାଚନରେ ସମ୍ପୂର୍ଣ୍ଣ ନିରପେକ୍ଷ ହୋଇ କାମ କରିବାକୁ ମୁଖ୍ୟ ଶାସନ ସଚିବ ସମସ୍ତ କର୍ମଚାରୀଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri