ନିରପେକ୍ଷ ନ ହେଲେ ଚାକିରି ଯିବ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ଜୋର୍‌ ଧରିଥିବାବେଳେ ସରକାରୀ ଓ ସ୍ବାୟତ୍ତ ସଂସ୍ଥାର କର୍ମଚାରୀମାନଙ୍କୁ ନିରପେକ୍ଷ ରହିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି। ନଚେତ୍‌ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନ ଅନୁସାରେ ଚାକିରି ହରାଇବାକୁ ପଡିବ ବୋଲି ମୁଖ୍ୟ ଶାସନ ସଚିବ ସତର୍କ କରାଇ ଦେଇଛନ୍ତି।
ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଜ୍ୟ ପୋଲିସ ଡିଜି, ସମସ୍ତ ବିଭାଗର ସଚିବ, ଆର୍‌ଡିସି ଓ ଜିଲାପାଳମାନଙ୍କୁ ଚିଠି ଲେଖି ରାଜ୍ୟରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ବିଭିନ୍ନ ଉଦ୍ୟୋଗ, ନିଗମ ସ୍ବାୟତ୍ତ ସଂସ୍ଥା, ସମବାୟ ସଂସ୍ଥାର କର୍ମଚାରୀମାନେ ଯେଭଳି ପଞ୍ଚାୟତ ନିର୍ବାଚନରେ ନିରପେକ୍ଷ ରହିବେ ସେଥିପାଇଁ ଆବଶ୍ୟକ ନିର୍ଦ୍ଦେଶ ଦେବାକୁ ପରାମର୍ଶ ଦେଇଛନ୍ତି। ଏଥିସହ ପକ୍ଷପାତିତା ଅଭିଯୋଗ ଆସିଲେ ପୋଲିସ ତୁରନ୍ତ ମାମଲା ରୁଜୁ କରି କାର୍ଯ୍ୟାନୁଷ୍ଠାନ ସୁନିଶ୍ଚିତ କରିବାକୁ କହିଛନ୍ତି। ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନ ଅନୁସାରେ ସରକାରୀ କର୍ମଚାରୀ ଅବା ସ୍ବାୟତ୍ତ ସଂସ୍ଥାରେ କାର୍ଯ୍ୟରତ ବ୍ୟକ୍ତି ନିର୍ବାଚନକୁ ପ୍ରଭାବିତ କରିବା ଭଳି କୌଣସି କାର୍ଯ୍ୟ କରିପାରିବେ ନାହିଁ। ଯଦି ସେ କୌଣସି ପ୍ରାର୍ଥୀଙ୍କ ସପକ୍ଷରେ ଏଭଳି କରନ୍ତି ଅବା ଭୋଟରଙ୍କୁ ପ୍ରଭାବିତ କରନ୍ତି, ତାଙ୍କୁ ନିଜ ଚାକିରି ହରାଇବାକୁ ପଡିବ। ଏହାଛଡ଼ା ସରକାରୀ ଗାଡି, ପ୍ରଶାସନିକ କଳ ଓ କର୍ମଚାରୀମାନେ ଯେଭଳି କୌଣସି ପ୍ରାର୍ଥୀ ଅବା ଦଳକୁ ସୁହାଇବା ଭଳି କାର୍ଯ୍ୟରେ ଉପଯୋଗ ନ ହୁଅନ୍ତି ସେଥିପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ସରିବା ପର୍ଯ୍ୟନ୍ତ ସରକାରଙ୍କ ସଫଳତା କହୁଥିବା କୌଣସି ବିଜ୍ଞାପନ ସରକାରୀ ପାଣ୍ଠିରୁ ପ୍ରଦାନ କରାଯାଇପାରିବ ନାହିଁ। ପଞ୍ଚାୟତ ନିର୍ବାଚନରେ ସମ୍ପୂର୍ଣ୍ଣ ନିରପେକ୍ଷ ହୋଇ କାମ କରିବାକୁ ମୁଖ୍ୟ ଶାସନ ସଚିବ ସମସ୍ତ କର୍ମଚାରୀଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri