ସୁରକ୍ଷା ଦିଆ ନ ଗଲେ ସଫା ହୋଇଯିବ

ବଇଣ୍ଡା,୮।୧୨(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଚାରଖମଣ ଜଙ୍ଗଲରୁ ଚାଲିଛି କାଠ ଚୋରା ଚାଲାଣ। ଗତ ୩ ମାସ ମଧ୍ୟରେ ଚୋରା ବେପାରୀମାନେ ୭୮୦ ଗଛ କାଟି ନେଇଛନ୍ତି। ତେଣୁ ସୁରକ୍ଷା ଦିଆ ନ ଗଲେ ଏହି ୩୦ ବର୍ଷର ଗ୍ରାମ୍ୟ ଜଙ୍ଗଲକୁ ଦୁର୍ବୃତ୍ତମାନେ କାଟି ସଫା କରିଦେବେ ବୋଲି ଚାରଖମଣ ଗ୍ରାମବାସୀ ସୋମବାର ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି।
ଗ୍ରାମବାସୀ ଦର୍ଶାଇଛନ୍ତି ଯେ, ୧୯୯୦ ମସିହାରେ ଏହି ଗ୍ରାମ୍ୟ ଜଙ୍ଗଲରେ ଚାରା ରୋପଣ କରାଯାଇଥିଲା। ଗ୍ରାମବାସୀଙ୍କ ରକ୍ଷାବେକ୍ଷଣ ଯୋଗୁ ଏବେ ଗଛଗୁଡ଼ିକ ବଡ଼ ହୋଇଯିବାରୁ ଜଙ୍ଗଲ ଅଧିକ ଘଞ୍ଚ ହୋଇଯାଇଛି। ତେଣୁ କାଠ ଚୋରଙ୍କ ନଜର ଏହା ଉପରେ ପଡ଼ିଛି। ସେମାନେ ବନ ବିଭାଗର କେତେଜଣ ତଳିଆ କର୍ମଚାରୀଙ୍କୁ ହାତ କରି ନିୟମିତ ଭାବେ ମହୁଲ, ଶିଶୁ, ଶାଳ, ପିଆଶାଳ ଓ ଶାଗୁଆନ ଗଛ ମେଶିନ ମାଧ୍ୟମରେ କାଟି ଚୋରା ଚାଲାଣ କରୁଛନ୍ତି। କେତୋଟି ଦାମୀ ଗାଡ଼ିରେ ଜିଲା ବାହାରକୁ କାଠ ପଠାଯାଉଥିବା ଗ୍ରାମବାସୀ ଖବର ପାଉଛନ୍ତି। ଗତ ଅଗଷ୍ଟ ମାସରୁ ନଭେମ୍ବର ମଧ୍ୟରେ ଜଙ୍ଗଲରୁ ୭୮୦ ଗଛ କାଟି ନେଇସାରିଛନ୍ତି। ଏ ନେଇ ଡିଏଫ୍‌ଓଙ୍କ ନିକଟରେ ଅଭିଯୋଗ କରାଯାଇଥିଲା। ଏସ୍‌ସିଏଫ୍‌ ସାଧନା ସ୍ବାଇଁ ଘଟଣାସ୍ଥଳକୁ ଯିବା ସହ ତଦନ୍ତ କରି ଛେଣ୍ଡିପଦା ଥାନା ଅଞ୍ଚଳରୁ ୪ ଜଣ କାଠ ଚୋରଙ୍କୁ ଗିରଫ କରିଥିଲେ। କିନ୍ତୁ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା କରାଯାଉ ନ ଥିବାରୁ ଚୋରା ଚାଲାଣକାରୀ ପୁଣି ସକ୍ରିୟ ହୋଇ ଉଠିଛନ୍ତି। ଗ୍ରାମବାସୀ ବିରୋଧ କଲେ ସେମାନଙ୍କୁ ହତ୍ୟା ଧମକ ଦେଉଛନ୍ତି। ତେଣୁ ଜିଲାପାଳ ତୁରନ୍ତ ଏଥିପ୍ରତି ଧ୍ୟାନ ନ ଦେଲେ ଏହି ଗ୍ରାମ୍ୟ ଜଙ୍ଗଲ ପଦା ହୋଇଯିବ ବୋଲି ଗ୍ରାମବାସୀ ଅଭିଯୋଗରେ ଉଲ୍ଲେଖ କରିଛନ୍ତି। ଏ ସମ୍ପର୍କରେ ହଣ୍ଡପା ରେଞ୍ଜର ଚୈତନ୍ୟ ବେହେରା କହିଛନ୍ତି, କାଠ ଚାଲାଣରେ ସ୍ଥାନୀୟ ଅଞ୍ଚଳର କେତେଜଣ ଲୋକଙ୍କ ସମ୍ପୃକ୍ତି ରହିଛି। ବନ ବିଭାଗ ତଦନ୍ତ ଜାରି ରଖିଛି। ଖୁବ୍‌ଶୀଘ୍ର ଚଢ଼ାଉ କରାଯିବ ବୋଲି ରେଞ୍ଜର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ଜି.ଉଦୟଗିରିରେ କଲବଲ କରୁଛି ହଡ଼ଭଙ୍ଗା ଶୀତ, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି, ୧୧।୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ...

ୟୁକାଲପଟାସ୍‌ ଜଙ୍ଗଲରେ କୁଢ଼କୁଢ଼ ଅଳିଆ: ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଦୃଷ୍ଟି ଆଢୁଆଳରେ ରହିଥିବାରୁ ଦାରିଙ୍ଗବାଡ଼ି ଆସୁଥିବା ପର୍ଯ୍ୟଟକ...

ଗୁମର ଖୋଲିଦେଲେ ତାନ୍ୟା: ବିଗ୍‌ ବସ୍‌ରୁ ଆସିବା ପରେ….

ମୁମ୍ବାଇ:ଶେଷ ହୋଇଛି ‘ବିଗ୍‌ ବସ୍‌ ୧୯’। ଏହି ଶୋ’ରେ ସବୁଠୁ ଚର୍ଚ୍ଚାରେ ଥିବା ଆଧ୍ୟାତ୍ମିକ କଣ୍ଟେଣ୍ଟ କ୍ରିଏଟର ତାନ୍ୟା ମିତ୍ତଲଙ୍କୁ ଚତୁର୍ଥ ସ୍ଥାନରେ ସନ୍ତୁଷ୍ଟ ହେବାକୁ...

ରେଳେଓ଼୍ବ ଗ୍ରୁପ ଡିରେ ବଡ଼ ନିଯୁକ୍ତି ଅପଡେଟ, ଦଶମ ପାସ୍‌ କରିଥିଲେ ମିଳିବ ସୁଯୋଗ, ଦରମା ରହିଛି…

ନୂଆଦିଲ୍‌ଲୀ,୧୧।୧୨: ସୋସିଆଲ ମିଡିଆରେ ୬୨,୪୬୦ ପଦବୀ ପାଇଁ ରେଳବାଇ ଗ୍ରୁପ ଡି ନିଯୁକ୍ତି ସମ୍ପର୍କିତ ଏକ ବିଜ୍ଞପ୍ତି ଭାଇରାଲ ହେଉଛି, କିନ୍ତୁ ରେଳବାଇ ନିଯୁକ୍ତି ବୋର୍ଡ...

ସନ୍ଦେହ ଘେରରେ ଦାରିଙ୍ଗବାଡି ତାପମାପକ ଯନ୍ତ୍ର: ଜିଲାପାଳଙ୍କ ନିକଟରେ ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ଶୂନ

ଦାରିଙ୍ଗବାଡି, ୧୧।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟରେ ଆଇଏମଡି ପକ୍ଷରୁ ରହିଥିବା ତାପମାପକ ଯନ୍ତ୍ର ତ୍ରୁଟି ରହିଥିବା ଗୋଟିଏ...

ବାଇକ୍‌ରେ ଯାଉଥିଲେ ଯୁବକ, ଅଗରୁ ଜଗି ରହିଥିଲେ ଦୁର୍ବୃତ୍ତ: ପେଟରେ ଛୁରି ପୁରାଇ …

ଆସିକା,୧୧।୧୨(ସୁରେନ୍ଦ୍ରନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଗବନଳା-ଅତରଙ୍ଗ ରାସ୍ତା ତତରାନାଳ ନିକଟରେ ଜଣେ ଯୁବକଙ୍କୁ ସଙ୍ଘ ବଧ୍ୟ ଆକ୍ରମଣ ହୋଇଛି। ଦୁର୍ବୃତ୍ତ ଛୁରିରେ...

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri