ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ ହୋଇଥିଲା। ରାଜ୍ୟ ସରକାରଙ୍କ ଅଧୀନରେ ଥିବା ସମସ୍ତ ବିଶବିଦ୍ୟାଳୟ, ଜାତୀୟ ସେବା ଯୋଜନା ଅଧିକାରୀ ଏବଂ ଯେଉଁ କଲେଜରେ ଜାତୀୟ ସେବା ଯୋଜନା ଅଛି ସମ୍ପୃକ୍ତ କଲେଜ ଓ ବିଶବିଦ୍ୟାଳୟ କର୍ତ୍ତୃପକ୍ଷ ଆଲୋଚନାରେ ଭାଗ ନେଇଥିଲେ। ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ, ଜାତୀୟ ସେବା ଯୋଜନା ରାଜ୍ୟ ସଂଯୋଜକ ଯୋଜନା କିଭଳି ଠିକ୍‌ ଭାବେ କାର୍ଯ୍ୟକାରୀ ହେବ ସେନେଇ କହିଥିଲେ। ଆସନ୍ତା ୧୦ ତାରିଖ ସୁଦ୍ଧା ପ୍ରଦାନ କରାଯାଇଥିବା ଅର୍ଥ ଖର୍ଚ୍ଚ କରି ବିନିଯୋଗ ପ୍ରମାଣ ପତ୍ର ଦେବାପାଇଁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁଠି ଅର୍ଥ ଖର୍ଚ୍ଚ ହୋଇପାରିବ ନାହିଁ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ନିର୍ଦ୍ଦେଶକ କହିଥିଲେ। ଦିଆଯାଇଥିବା ଅର୍ଥ ଖର୍ଚ୍ଚ ହେଲେ ନୂଆ ଅର୍ଥ ପ୍ରଦାନ କରାଯିବ। ଏଥିସହ ଜାତୀୟ ସେବା ଯୋଜନା ଯେଉଁ ଲକ୍ଷ୍ୟ ନେଇ ଗଠନ ହୋଇଛି ତାହା ସଠିକ୍‌ ଭାବେ କାର୍ଯ୍ୟକାରୀ କରିବା ପାଇଁ ମଧ୍ୟ ନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟରେ ୫୦୪ରୁ ଊର୍ଦ୍ଧ୍ୱ ଜାତୀୟ ସେବା ଯୋଜନା ଶାଖା ଅଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

ମା’ ପାଇଁ ଗଛଟିଏ: ଚାରାରୋପଣ ପାଇଁ ଆଗ୍ରହ ଦେଖାଦେଉଛନ୍ତି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୮।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୭୭ତମ ବନ ମହୋତ୍ସବ ତଥା ମା’ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri