‘ପାକିସ୍ତାନ ଗୁଳି ଚଲାଇଲେ, ପରିଣାମ ବିନାଶକାରୀ ହେବ: ଆମେରିକା ଉପରାଷ୍ଟ୍ରପତିଂକୁ ସିଧା ଶୁଣାଇଦେଲେ ମୋଦି

ନୂଆଦିଲ୍ଲୀ,୧୧।୫: ଅପରେଶନ ସିନ୍ଦୁର ଶେଷ ହୋଇନାହିଁ; ଯଦି ସେମାନେ ଗୁଳି ଚଳାନ୍ତି, ଆମେ ଗୋଲା ଚଳାଇବୁ, ଏବଂ ଯଦି ସେମାନେ ଆକ୍ରମଣ କରନ୍ତି, ଆମେ ପାଲଟା ଆକ୍ରମଣ କରିବୁ। ରିପୋର୍ଟ ଅନୁସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି: ‘ସେଠାରୁ ଗୁଳି ଚାଲିବ, ଏଠାରୁ ଗୋଲା ଚାଲିବ’। ରିପୋର୍ଟ ଅନୁସାରେ ପାକିସ୍ତାନ ଏୟାର ବେସ୍ ଉପରେ ହୋଇଥିବା ଆକ୍ରମଣ ଏକ ମୁଖ୍ୟ ଟର୍ନିଂ ପଏଣ୍ଟ ଥିଲା, ଯେଉଁଥିପାଇଁ ଦୁଇଦେଶ ମଧ୍ୟରେ ଯୁଦ୍ଧ ବିରତି ହୋଇଥିଲା।

ଭାରତ ଓ ପାକିସ୍ତାନର ଜାତୀୟ ସୁରକ୍ଷା ଉପଦେଷ୍ଟା ଏବଂ ବୈଦେଶିକ ମନ୍ତ୍ରୀମାନଙ୍କ ମଧ୍ୟରେ କୌଣସି ଆଲୋଚନା ହୋଇନଥିଲା। କେବଳ ଉଭୟ ଦେଶର ମିଲିଟାରୀ ଅପରେଶନ୍ସର ମହାନିର୍ଦ୍ଦେଶକ (ଡିଜିଏମଓ) ମାନଙ୍କ ମଧ୍ୟରେ ଆଲୋଚନା ହୋଇଥିବା ରିପୋର୍ଟ ହୋଇଛି।

ନ୍ୟୁୟର୍କ ଟାଇମ୍ସ ରିପୋର୍ଟ ଅନୁଯାୟୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ଉପ-ରାଷ୍ଟ୍ରପତି ଜେଡି ଭାନ୍ସଙ୍କୁ ସ୍ପଷ୍ଟ ଭାବେ କହିଛନ୍ତି ଯେ ଯଦି ପାକିସ୍ତାନ କିଛି କରେ, ତେବେ ପ୍ରତିକ୍ରିୟା ଅଧିକ ବିନାଶକାରୀ ଏବଂ ଶକ୍ତିଶାଳୀ ହେବ। ସେହି ରାତିରେ, ପାକିସ୍ତାନ ୨୬ଟି ସ୍ଥାନରେ ଆକ୍ରମଣ କରିଥିଲା, ଏବଂ ଭାରତ ଅତ୍ୟନ୍ତ ଶକ୍ତିଶାଳୀ ଭାବେ ପ୍ରତିକ୍ରିୟା ଦେଇଥିଲା। ସେମାନଙ୍କ ବେସ୍‌ଗୁଡ଼ିକ ଉପରେ ଆକ୍ରମଣ ଆରମ୍ଭ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ନୂଆବର୍ଷରେ ମିଥୁନ ରାଶିରେ ଧନ ବର୍ଷା, ଶତ୍ରୁ ବନେଇବେ ସିଂହ ରାଶି; ୨୦୨୬ରେ ଧନୀ ହୋଇଯିବେ ଏହି ୫ରାଶି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନୂଆବର୍ଷ ୨୦୨୬ ଆରମ୍ଭରେ ଅନେକ ବଡ ଗ୍ରହ ଗୋଚର କରିବାକୁ ଯାଉଛନ୍ତି । ଏହାସହ, ଗୋଚର କରୁଥିବା ଏହି ଗ୍ରହମାନଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri