Posted inଖେଳ

ପାକିସ୍ତାନ ହାରିଲେ ଆଫଗାନିସ୍ତାନ ଯିବ ସେମିଫାଇନାଲ…

ନୂଆଦିଲ୍ଲୀ,୮।୧୧ : ବିଶ୍ୱକପ କ୍ରିକେଟ ୨୦୨୩ରେ ମଙ୍ଗଳବାର ଆଫଗାନିସ୍ତାନର ହୃଦୟ ଭାଙ୍ଗି ଯାଇଛି। ହାତକୁ ଆସିଥିବା ବିଜୟ ଗ୍ଲେନ ମ୍ୟାକ୍ସୱେଲଙ୍କ ଅପରାଜିତ ୨୦୧ ରନ ଦ୍ୱାରା ପରାଜୟରେ ପରିଣତ ହୋଇଛି। ଗ୍ଲେନ ମ୍ୟାକ୍ସୱେଲ ଆଫଗାନିସ୍ତାନର ଆଶାକୁ ଧୂଳିସାତ କରିଦେଇଛନ୍ତି।

ଗ୍ଲେନ ମ୍ୟାକ୍ସୱେଲ ସମଗ୍ର ମ୍ୟାଚର ଗତି ବଦଳାଇ ଆଫଗାନିସ୍ତାନ ଦଳର ଜିତିଥିବା ଖେଳକୁ ହରାଇ ଦେଇଥିଲେ।

ଅଷ୍ଟ୍ରେଲିଆକୁ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିବା ପାଇଁ ଆଫଗାନିସ୍ତାନ ପାଖରେ ଏକ ବଡ଼ ସୁଯୋଗ ଥିଲା। ତଥାପି, ଏହା ସମ୍ଭବ ହୋଇ ପାରି ନ ଥିଲା। ତେବେ ବିଶ୍ୱକପ ୨୦୨୩ରେ ଆଫଗାନିସ୍ତାନର ଯାତ୍ରା ଏଠାରେ ଶେଷ ହୋଇନାହିଁ।

ଆଫଗାନିସ୍ତାନରେ ସେମିଫାଇନାଲରେ ପ୍ରବେଶ କରିବାର ସୁଯୋଗ ରହିଛି। ଆଫଗାନିସ୍ତାନ ଦଳ ଶ୍ରେଷ୍ଠ ୪ଟି ଦଳୂର ଶେଷ ସ୍ଥାନରେ ନିଜର ସ୍ଥାନ ଏବେ ମଧ୍ୟ ସୁରକ୍ଷିତ କରିପାରିବ ।

ଆଫଗାନିସ୍ତାନକୁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଅହମଦାବାଦରେ ଖେଳିବାକୁ ପଡିବ। ଆଫଗାନିସ୍ତାନକୁ ଏହି ମ୍ୟାଚକୁ ଏକ ବଡ଼ ବ୍ୟବଧାନରେ ଜିତିବାକୁ ହେବ। ଏହା ସହିତ ଆଫଗାନିସ୍ତାନକୁ ମଧ୍ୟ ସେମିଫାଇନାଲରେ ପ୍ରବେଶ କରିବା ଲାଗି ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ଉପରେ ନିର୍ଭର କରିବାକୁ ପଡିବ।

ଯଦି ନ୍ୟୁଜିଲାଣ୍ଡ ଏବଂ ପାକିସ୍ତାନ ନିଜର ଶେଷ ଲିଗ ମ୍ୟାଚ ହାରିଯାଆନ୍ତି ତେବେ ଆଫଗାନିସ୍ତାନ ଶ୍ରେଷ୍ଠ-୪ ପାଇଁ ଯୋଗ୍ୟତା ଅର୍ଜନ କରିବ। ନ୍ୟୁଜିଲାଣ୍ଡକୁ ଶ୍ରୀଲଙ୍କା ବିପକ୍ଷ ଶେଷ ମ୍ୟାଚ ଖେଳିବାକୁ ଥିବାବେଳେ ପାକିସ୍ତାନକୁ ଇଂଲଣ୍ଡ ବିପକ୍ଷରେ ଖେଳିବାକୁ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri