Posted inଜାତୀୟ

ପ୍ରଧାନମନ୍ତ୍ରୀ ଆମ କଥା ନ ଶୁଣିଲେ ରେଲୱେ ଟ୍ରାକ୍‌ରେ ହେବ ଧାରଣା: କୃଷକ ନେତା

ନୂଆଦିଲ୍ଲୀ,୧୦ ।୧୨: କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ଦୀର୍ଘ ୧୫ ଦିନ ହେବ ଦିଲ୍ଲୀ ସୀମାରେ ଆନ୍ଦୋଳନରେ ବସିଛନ୍ତି ବିଭିନ୍ନ ରାଜ୍ୟର କୃଷକ । ବୁଧବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ଯେଉଁ ପ୍ରସ୍ତାବ ଦିଆଯାଇଥିଲା ସେଥିରେ କୃଷକ ସଙ୍ଗଠନ ରାଜି ହୋଇ ନାହାନ୍ତି । ଏହାପୂର୍ବରୁ ମଧ୍ୟ କେନ୍ଦ୍ର ସରକାରଙ୍କ ସହ ୫ରାଉଣ୍ଡ କଥା ସରିଥିଲେ ବି ତା’ର କୌଣସି ସୁଫଳ ମିଳି ନ ଥିଲା । ଏବେ ସାରା ଦେଶରେ କୃଷକ ଆନ୍ଦୋଳନକୁ ଆହୁରି ଅଧିକ କରିବାକୁ ସଙ୍ଗଠନ ଚେତାବନୀ ଦେଇଛି । ତେବେ କେନ୍ଦ୍ର ସରକାର କୃଷି ଆଇନକୁ ରଦ୍ଦ ନ କରିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି କହିଛି କୃଷକ ସଙ୍ଗଠନ । ଅନ୍ୟପଟେ ଗୁରୁବାର କୃଷିମନ୍ତ୍ରୀ ନରେନ୍ଦ୍ର ତୋମାର କେନ୍ଦ୍ର ସରକାରଙ୍କ ପକ୍ଷ ନେଇ ପ୍ରେସ କନଫରେନ୍ସ ଜରିଆରେ ଆନ୍ଦୋଳନରୁ ହଟିଯିବାକୁ କୃଷକମାନଙ୍କୁ ଅନୁରୋଧ କରିଛନ୍ତି । ହେଲେ କୃଷକ ସଙ୍ଗଠନ କହିଛି ପ୍ରଧାନମନ୍ତ୍ରୀ ଗୋଟିଏ କଥା କହୁଥିବା ବେଳେ ସ୍ୱରାଷ୍ଟ୍ରମନ୍ତ୍ରୀ ଆଉ ଗୋଟିଏ କଥା କହୁଛନ୍ତି ପୁଣି କୃଷି ମନ୍ତ୍ରୀଙ୍କ କଥା ବି ସମ୍ପୂର୍ଣ୍ଣ ଅଲଗା । ତେଣୁ ଏବେ କୃଷକ ସଙ୍ଗଠନ ଏକାଠି ହୋଇଯାଆନ୍ତୁ ଓ ସରକାର ମଧ୍ୟ ଏକ ହୋଇ ଗୋଟିଏ ନିଷ୍ପତ୍ତି ନିଅନ୍ତୁ ବୋଲି କୃଷକ ନେତା ବୁଟ୍ଟା ସିଂ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯଦି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମ କଥା ନ ଶୁଣନ୍ତି ଅର୍ଥାତ୍ କୃଷି ଆଇନକୁ ରଦ୍ଦ ନ କରନ୍ତି ତେବେ ଆନ୍ଦୋଳନ ରେଲୱେ ଟ୍ରାକ୍ ପର୍ଯ୍ୟନ୍ତ ଯିବ । କେବେ ଯିବ ତାହାର ତାରିଖ ସଂଯୁକ୍ତ କୃଷକ ମଞ୍ଚ ଖୁବଶୀଘ୍ର ଘୋଷଣା କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri