ରାସ୍ତା ମରାମତି ନ ହେଲେ ଭୋଟ ବର୍ଜନ

ବୈଶିଙ୍ଗା,୧୧ା୩(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ରଘୁପୁର ପଞ୍ଚାୟତର ଖୁଣ୍ଟାପୁର ଗ୍ରାମ୍ୟ ରାସ୍ତା ମରଣଯନ୍ତା ପାଲଟିଛି। ଏହି ରାସ୍ତାର ମରାମତି କାର୍ଯ୍ୟ ତୁରନ୍ତ କରା ନ ଗଲେ ସ୍ଥାନୀୟ ଲୋକେ ଆସନ୍ତା ସାଧାରଣ ନିର୍ବାଚନ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି। ୨୫ ବର୍ଷ ତଳେ ଖୁଣ୍ଟାପୁର ସ୍କୁଲ ଛକଠାରୁ ଗ୍ରାମ ଭିତର ଦେଇ ଅସ୍ତପୁରା ଗ୍ରାମକୁ ଦେଢ଼ କି.ମି. ଲମ୍ବର ପିଚୁ ରାସ୍ତାଟିଏ ନିର୍ମାଣ କରାଯାଇଥିଲା। କିଛି ବର୍ଷ ପରେ ପିଚୁ ଉଠିଯାଇ ଖାଲଖମାରେ ରାସ୍ତାଟି ପରିଣତ ହେଲା। ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା, ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ କୋଟି କୋଟି ଟଙ୍କାର ଅର୍ଥ ମଞ୍ଜୁରୀ ହେବାପରେ ଗ୍ରାମାଞ୍ଚଳରେ ଏହା କିପରି କାର୍ଯ୍ୟକାରୀ ହେଉଛି, ଠିକାଦାର କିପରି କାର୍ଯ୍ୟ ସମ୍ପାଦନ କରୁଛି, ଚୁକ୍ତି ମୁତାବକ ପାଞ୍ଚବର୍ଷ ପର୍ଯ୍ୟନ୍ତ ରକ୍ଷଣାବେକ୍ଷଣ ହେଉଛି କି ନାହିଁ, ଏ ସବୁ ଦେଖିବା ପାଇଁ ବିଭାଗୀୟ ଅଧିକାରୀଙ୍କ ପାଖରେ ସମୟ ନାହିଁ। ଗ୍ରାମ୍ୟ ଉନ୍ନୟନ ଏବଂ ପୂର୍ତ୍ତ ବିଭାଗର ଉଚ୍ଚ ପଦାଧିକାରୀମାନେ କାର୍ଯ୍ୟାଳୟ ଆସୁ ନ ଥିବା ଯୋଗୁ ଗ୍ରାମବାସୀ ଦୌଡ଼ି ଦୌଡ଼ି ନୟାନ୍ତ ହୋଇପଡ଼ିଥିବା ଅଭିଯୋଗ କରିଛନ୍ତି। ବର୍ତ୍ତମାନ ଏହି ରାସ୍ତାରେ ବଡ଼ବଡ଼ ମେଟାଲ ସବୁ ଉଠିଯାଇ ରାସ୍ତାରେ ଏଣେତେଣେ ବିଛୁଡି ହୋଇପଡ଼ିି ଥିବାରୁ ଗାଡି,ବାଇକ୍‌ ଚଳାଚଳ କରିବା ଦୂରର କଥା, ଖାଲି ପାଦରେ ଚାଲିବା ମଧ୍ୟ କଷ୍ଟକର ହୋଇପଡ଼ୁଛି। ଏହି ୨୫ ବର୍ଷ ମଧ୍ୟରେ ଅନେକ ସାଂସଦ, ବିଧାୟକ ଓ ସରପଞ୍ଚ ନିର୍ବାଚନ ବେଳେ ପ୍ରତିଶ୍ରୁତି ଦେଇ ନିଜର କାର୍ଯ୍ୟକାଳ ସମ୍ପୂର୍ଣ୍ଣ କରି ବିଦାୟ ନେଇ ସାରିଲେଣି, ମାତ୍ର ଏହି ରାସ୍ତା ପ୍ରତି କାହାରି ଦରଦ ଥିବା ଭଳି ପରିଲକ୍ଷିତ ହୋଇନାହିଁ। ପୂର୍ବତନ ବିଜେଡି ସାଂସଦ ରବୀନ୍ଦ୍ର ଜେନା ଓ ବଡ଼ସାହି ପ୍ରାକ୍ତନ ବିଧାୟକ ଗଣେଶ୍ୱର ପାତ୍ର ନିର୍ବାଚନ ପୂର୍ବରୁ ଓ ପରେ ଏହି ରାସ୍ତା ମରାମତି କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ତାହା ପ୍ରତିଶ୍ରୁତିରେ ରହିଯାଇଛି। ବର୍ତ୍ତମାନର ଭାଜପା ବିଧାୟକ ସନାତନ ବିଜୁଳି ଓ ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ମଧ୍ୟ ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତିକୁ ୪ ବର୍ଷ ବିତି ଯାଇଥିଲେ ମଧ୍ୟ ରାସ୍ତାର ଭାଗ୍ୟ ବଦଳି ନାହିଁ। ଏଣୁ ଜିଲାପାଳ ତୁରନ୍ତ ଜରୁରୀ ପଦକ୍ଷେପ ଗ୍ରହଣ କରିବା ଅତ୍ୟାବଶ୍ୟକ ହୋଇ ପଡିଛି। ରାସ୍ତା ମରାମତି ନ ହେଲେ ସଞ୍ଜୟ କୁମାର ମିଶ୍ର, ଭିକାରୀ ନାଥ, ଦୀପକ ରାଉଳ, ବିଜୟ ପ୍ରଧାନ, ଜୟନ୍ତ ପ୍ରଧାନ ପ୍ରମୁଖ ଅଞ୍ଚଳବାସୀ ଆଗାମୀ ସାଧାରଣ ନିର୍ବାଚନ ବର୍ଜନ କରିବାକୁ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଭାଇର ପ୍ରେମ ପାଇଁ ସାନ ଭାଇକୁ ଗୁଳି: ପାଣ୍ଡରାସିଙ୍ଗାରେ ରାସ୍ତାରୋକ, ହତ୍ୟାକାଣ୍ଡକୁ ନେଇ ତୀବ୍ର ଉତ୍ତେଜନା

ଗଣିଆ,୧୫।୬: ନୟାଗଡ଼ ଜିଲାର ଗଣିଆ ଅଞ୍ଚଳରେ ଗ୍ୟାରେଜ ମାଲିକ ରବୀନ୍ଦ୍ରଙ୍କ ହତ୍ୟା ଘଟଣାକୁ ନେଇ ସୋମବାର ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। କଣ୍ଟିଲୋ–ଗଣିଆ ମୁଖ୍ୟ ରାସ୍ତାର ପାଣ୍ଡରାସିଙ୍ଗା…

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର…

୧୮ରେ ଖୋଲିବ ସ୍କୁଲ; ଖରା ବଢ଼ିଲେ ପୁନର୍ବିଚାର…

ଭୁବନେଶ୍ୱର,୧୫।୬: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସ୍କୁଲ ଖୋଲିବା ନ ଖୋଲିବା ଚର୍ଚ୍ଚା ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋମବାର ମସ୍ପଷ୍ଟ କରିଛନ୍ତି।…

କେନାଲ ଗଛରେ ଝୁଲୁଛି ମେଡିକାଲ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୫।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଉଦେପୁର-ଗୋପିନାଥପୁର କେନାଲ ନିକଟସ୍ଥ ଏକ ଗଛରୁ ସୋମବାର ଜଣେ ମେଡିକାଲ କର୍ମଚାରୀଙ୍କ ଝୁଲନ୍ତା ମୃତ…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri