ସୁଲବତୀଙ୍କୁ ନ୍ୟାୟ ନ ମିଳିଲେ ଆନ୍ଦୋଳନ: ଭାଜପା

ରାୟଗଡ଼ା(ସ୍ବ.ପ୍ର.)/ରାୟଗଡ଼ା ଅଫିସ,୧୪।୧:ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅଣ୍ଡିରାକଞ୍ଚ ଅଞ୍ଚଳର ସୁଲବତୀ ନାଏକ(୩୬) କମ୍ପାନିକୁ ନିଜ ଅଧିକାର ମାଗିବାକୁ ଯାଇ ଜେଲଦଣ୍ଡ ଭୋଗିବା ସହ ଗୁରୁତର ଅବସ୍ଥାରେ ଏକ ଶିଶୁପୁତ୍ରକୁ ଜନ୍ମଦେଇ ଆଖିବୁଜିବା ଘଟଣାକୁ ରାୟଗଡ଼ା ଜିଲା ଭାଜପା ନିନ୍ଦା କରିଛି। ସୁଲବତୀଙ୍କୁ ନ୍ୟାୟ ନ ମିଳିଲେ ଦଳ ପକ୍ଷରୁ ଆନ୍ଦୋଳନ କରାଯିବ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଭାଜପା ଏସ୍‌ସି ମୋର୍ଚ୍ଚା ରଷ୍ଟ୍ରୀୟ ଉପାଧ୍ୟକ୍ଷ କାଳିରାମ ମାଝି ଏବଂ ଦଳୀୟ ନେତା ବସନ୍ତ ଉଲାକା ପ୍ରକାଶ କରିଛନ୍ତି।
ଅଣ୍ଡିରାକଞ୍ଚ ଅଞ୍ଚଳର ବିସ୍ଥାପିତ ପରିବାର କାମ ଦାବିରେ ୨୦୨୨ ନଭେମ୍ବର ୧୪ରେ କମ୍ପାନୀ ନିକଟରେ ଧାରଣା ଦେଇଥିଲେ। ହେଲେ ଏ ନେଇ କମ୍ପାନୀ କର୍ତ୍ତୃପକ୍ଷଙ୍କ ଅଭିଯୋଗକୁ ନେଇ ଅଣ୍ଡିରାକଞ୍ଚ ପୋଲିସ ଅମାନବୀୟ ଆଚରଣ କରିଥିଲା। ଘଟଣାସ୍ଥଳରୁ ଆନ୍ଦୋଳନରତ ୧୩ ମହିଳାଙ୍କୁ ଉଠାଇ ଥାନାରେ ଅଟକ ରଖିଥିଲା। ପରେ ଗର୍ଭବତୀ ସୁଲବତୀ ଏବଂ ୪ ନବଜାତ ଶିଶୁଙ୍କ ମାଆ ଗିରଫରୁ ବାଦ୍‌ ପଡ଼ି ନ ଥିଲେ। ପୋଲିସ ସେମାନଙ୍କୁ ଚିକିତ୍ସାଳୟକୁ ପଠାଇବା ବଦଳରେ ଜେଲ ପଠାଇଥିଲା। ମହିଳାଙ୍କୁ ଉଦ୍ଧାର କରିବା ପାଇଁ ଗ୍ରାମବାସୀ କୋର୍ଟର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ପ୍ରଥମେ ଜାମିନ ମିଳିପାରି ନ ଥିଲା। ଜାନୁୟାରୀ ୧୦ରେ କୋର୍ଟ ସମସ୍ତ ମହିଳାଙ୍କ ଜାମିନ ଆବେଦନକୁ ଗ୍ରହଣ କରି ମଞ୍ଜୁର କରିଥିଲେ। ହେଲେ ରାତି ହୋଇଥିବାରୁ କେହି ଗାଁକୁ ଫେରିପାରି ନ ଥିଲେ। ୧୧ରେ ସେମାନେ ଗାଁକୁ ଫେରିବାକୁ ବାହାରିଥିବା ବେଳେ ସୁଲବତି ପ୍ରସବ ଯନ୍ତ୍ରଣା ଅନୁଭବ କରିଥିଲେ। ତେଣୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଏକ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। ପରେ ମହିଳାଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇଥିଲା। ଗୁରୁବାର କୋରାପୁଟ ସ୍ଥାନାନ୍ତର ବେଳେ ତାଙ୍କର ମୃତ୍ୟୁ ଘଟିଥିଲା। ପୋଲିସ କମ୍ପାନୀ ଅଧୀନରେ ରହି ଲୋକଙ୍କୁ ହଇରାଣ କରୁଛି ବୋଲି ଦଳ ପକ୍ଷରୁ ଅଭିଯୋଗ କରାଯାଇଛି। ଉକ୍ତ ଘଟଣାରେ ସମ୍ପୃକ୍ତ ଥାନା ଆଇଆଇସି, ତଦନ୍ତକାରୀ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ସହ ସୁଲବତୀଙ୍କ ପରିବାରକୁ ୧ କୋଟି ଟଙ୍କାର କ୍ଷତିପୂରଣ ଦେବାକୁ ଦାବି ହୋଇଛି। ଏଥିସହ ଘଟଣାର ସତ୍ୟତା ଯାଞ୍ଚ ନ କରି ମହିଳାମାନଙ୍କୁ ଗିରଫ କରାଯାଇ ଥିବାରୁ ଏସ୍‌ପିଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଦାବି ହୋଇଛି। ସେହିପରି ଗିରଫ ହୋଇଥିବା ୧୩ ମହିଳାଙ୍କ ଉପରେ ଲଗାଯାଇଥିବା ସମସ୍ତ ମିଥ୍ୟା ମାମଲା ଫେରାଇ ନେବାକୁ ଭାଜପା ଦାବି କରିଛି। ଆୟୋଜିତ ଖବରଦାତା ସମ୍ମିଳନୀରେ ଭାଜପା ଯୁବ ଜନତା ଦଳର ରାଜ୍ୟ କାର୍ଯ୍ୟକାରିଣୀ ଉମେଶ ଖୋସଲାଙ୍କ ସହ ବହୁ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri