ଦାଦାବଟି ମାଗିଲେ ତଡ଼ିପାର

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ଦାଦାବଟି ବା ବଳପୂର୍ବକ ଚାନ୍ଦା ମାଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଏପରି କି ଜାତୀୟ ନିରାପତ୍ତା ଆଇନ(ଏନ୍‌ଏସ୍‌ଏ) ଲଗାଯିବା ସହ ଆବଶ୍ୟକ ପଡିଲେ ତଡ଼ିପାର କରାଯିବ। ଦାଦାବଟି ମାଗୁଥିବା ବ୍ୟକ୍ତିଙ୍କୁ ଏପରି କଡା ଚେତାବନୀ ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ଏମାନଙ୍କ ଉପରେ ନଜର ରଖିବା ସହ ଦାଦା ବଟି ଆଦାୟ ରୋକିବାକୁ ଅତିରିକ୍ତ ପୋଲିସ କମିଶନର ରେଖା ଲୋହାନୀଙ୍କ ନେତୃତ୍ୱରେ ଆଣ୍ଟି-ଏକଷ୍ଟର୍ନଶନ ଟାସ୍କ ଫୋର୍ସ ଗଠନ ହୋଇଛି। ଏହି ଟାସ୍କ ଫୋର୍ସକୁ କ୍ୟୁଏଟି ସହାୟତା କରିବ ବୋଲି ଷଡ଼ଙ୍ଗୀ ସୂଚନା ଦେଇଛନ୍ତି।
ସେ କହିଛନ୍ତି, ଅନେକ ସମୟରେ ଦାଦାବଟି ଦେଉଥିବା ଲୋକେ ପୋଲିସର ସହାୟତା ନେବାକୁ ଡରୁଛନ୍ତି। ତେଣୁ ଏହି ଟାସ୍କ ଫୋର୍ସକୁ ଲୋକେ ସୂଚନା ଦେଲେ ସେମାନଙ୍କ ନାମ ଗୋପନ ରଖାଯାଇ କାର୍ଯ୍ୟାନୁଷ୍ଠାନ ନିଅଯିବ। ଲୋକଙ୍କୁ ପ୍ରୋତ୍ସାହିତ କରିବା ସହ ଆବଶ୍ୟକ ସୁରକ୍ଷା ଯୋଗାଇ ଦେବାକୁ ପ୍ରତି ଥାନା ସ୍ତରରେ ଓ ଡିସିପିଙ୍କ ସ୍ତରରେ ବିଭିନ୍ନ ବର୍ଗଙ୍କ ସହ ବୈଠକ କରାଯାଇ ଆବଶ୍ୟକ ପଦକ୍ଷେପ ନିଆଯିବ। ଆସନ୍ତା ସୋମବାରଠାରୁ ଗୋଟିଏ ଆଣ୍ଟି-ଏକଷ୍ଟର୍ନଶନ ବା ଦାଦାବଟି ବିରୋଧରେ ହେଲ୍ପଲାଇନ୍‌ ଜାରି କରାଯିବ। ଲୋକେ ଏହାମାଧ୍ୟମରେ ଦାଦାବଟି ସମ୍ପର୍କିତ ସୂଚନା ଗୋପନୀୟ ଭାବେ ଫୋନ୍‌, ଏସ୍‌ଏମ୍‌ଏସ୍‌, ହ୍ବାଟ୍ସଆପ୍‌, ଟେଲିଗ୍ରାମ ଦ୍ୱାରା ଦେଇପାରିବେ। ଯେଉଁମାନଙ୍କ ଖବର ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ସଫଳ ହେବ ସେମାନଙ୍କ ନାମ ଗୋପନ ରଖାଯିବା ସହ ସେମାନଙ୍କୁ ପୁରସ୍କୃତ କରାଯିବ। ଏହାସହ ଏହା ବିରୋଧରେ ଯେଉଁ ଥାନା ଅଧିକାରୀ ଭଲ କାର୍ଯ୍ୟାନୁଷ୍ଠାନ ନେବେ ତାଙ୍କୁ ମଧ୍ୟ ପୁରସ୍କୃତ କରାଯିବ ବୋଲି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି।

କଟକ ଅଫିସ,୧୭।୧୦: ଦୋକାନବଜାରଠାରୁ ଆରମ୍ଭ କରି ଶପିଂ ମଲ୍‌ରୁ ଆଦାୟ ହେଉଛି ଦାଦାବଟି। ପାର୍ବଣ ସମୟରେ ଏହି ବେଆଇନ କାର୍ଯ୍ୟ ଅଧିକମାତ୍ରାରେ ହୋଇଥାଏ। କରୋନା କଟକଣା ଯୋଗୁ ପାର୍ବଣ ଆୟୋଜନ ବଡ଼ଧରଣରେ ହେଉ ନ ଥିଲେ ସୁଦ୍ଧା ଆପରାଧିକ ବ୍ୟକ୍ତିମାନଙ୍କର ଦାଦାବଟି ଆଦାୟ ବନ୍ଦ ହୋଇ ନ ପାରେ। ଏହାକୁ ଦୃଷ୍ଟିରେ ରଖି ଦାଦାବଟି ଆଦାୟକାରୀଙ୍କ ଉପରେ ତୀକ୍ଷ୍ଣ ଦୃଷ୍ଟି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ଅଭୟ। କଟକ ପୋଲିସ ମୁଖ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବଳପୂର୍ବକ ଚାନ୍ଦା ଆଦାୟ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୈଠକରେ ନିର୍ଦ୍ଦେଶ ଦିଆଯାଇଛି। ଏହାଛଡ଼ା କଟକ-ଭୁବନେଶ୍ୱରରେ ସଙ୍ଗଠିତ ଅପରାଧକୁ ହ୍ରାସ କରିବା ପାଇଁ ଆଲୋଚନା ହୋଇଛି। ଏହି ଦୁଇଟି ସହରରେ ଶାନ୍ତିଶୃଙ୍ଖଳାରେ କିପରି ଦଶହରା ସମାପନ ହେବ ସେ ପ୍ରସଙ୍ଗ ମଧ୍ୟ ଉପସ୍ଥାପନ କରାଯାଇଥିଲା। ବୈଠକରେ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (କ୍ରାଇମ୍‌), ଗୋଇନ୍ଦା ନିର୍ଦ୍ଦେଶକ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ୍‌ଶୃଙ୍ଖଳା), ଆଇଜି (ଆଇନଶୃଙ୍ଖଳା) ଓ ଉଭୟ କଟକ, ଭୁବନେଶ୍ୱରର ଡିସିପି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?