ଭାଜପା ସରକାର ଆସିଲେ ରାମରାଜ୍ୟ ହେବ: ରାଜନାଥ

ରଣପୁର,୧୧ା୫(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ବିଜୟ ସଂକଳ୍ପ ସମାବେଶ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଯୋଗଦେଇ ଓଡ଼ିଶାରେ ଭାଜପା ସରକାର ଆସିଲେ ରାମ ରାଜ୍ୟ ହେବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ରାଜନାଥ ଅପରାହ୍ନ ୫ଟାରେ ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ରଣପୁରସ୍ଥିତ ଜେଲ ଛକରେ ଥିବା ପଡିଆରେ ପହଞ୍ଚତ୍ ଥିଲେ। ସେଠାରୁ ସଡ଼କ ପଥରେ ଆସି ରଣପୁର ପଞ୍ଚୁଦୋଳ ପଡିଆଠାରେ ଅନୁଷ୍ଠିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇଥିଲେ। ଶ୍ରୀଜଗନ୍ନାଥ ଓ ମା’ମଣିନାଗଙ୍କୁ ପ୍ରଣାମ କରି ରାଜନାଥ ତାଙ୍କର ଭାଷଣ ଆରମ୍ଭ କରିଥିଲେ। ସେ କହିଥିଲେ, ପ୍ରଥମ ଥର ରଣପୁର ଆସିଛି। ଲୋକଙ୍କ ସମାଗମ କହୁଛି ଏଥର ଓଡ଼ିଶାରେ ଭାଜପା ସରକାର ଗଠନ କରିବ। ଆମେ କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇବାକୁ କହିଥିଲୁ ହଟାଇଲୁ, ରାମ ମନ୍ଦିର ନିର୍ମାଣ କରିବାକୁ କହିଥିଲୁ ତାହା କରିକି ଦେଖାଇଲୁ। ସବୁ ଧର୍ମର ମା’ ଭଉଣୀ ସହ ରହିଛୁ, ସେଥିପାଇଁ ଆମେ ୩ ତଲାକକୁ ଉଠାଇ ଦେଲୁ। ଓଡ଼ିଶାବାସୀ ୫୦ବର୍ଷ କଂଗ୍ରେସ ସରକାର ଓ ୨୫ବର୍ଷ ବିଜେଡି ସରକାର ଦେଖିଲେ। ଏଥର ଭାଜପାକୁ କ୍ଷମତାକୁ ଆଣନ୍ତୁ। କଂଗ୍ରେସ ଗରିବ ହଟାଇବାକୁ ପ୍ରତିଶ୍ରୁତି ଦେଇଥିଲା, କିନ୍ତୁ ଏହା ସମ୍ଭବ ହେଲାନି, ହେଲେ ମୋଦି କରି ଦେଖାଇଲେ। ସମାବେଶରେ ପ୍ରତିରକ୍ଷା ମନ୍ତ୍ରୀ ସିଂ ଭାଜପା ପୁରୀ ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ରଣପୁର ନିର୍ବାଚନମଣ୍ଡଳୀ ବିଧାୟକ ପ୍ରାର୍ଥତ୍ନୀ ସୁରମା ପାଢ଼ୀଙ୍କୁ ସମର୍ଥନ କରିବାକୁ ଉପସ୍ଥିତ ଲୋକମାନଙ୍କୁ ନିବେଦନ କରିଥିଲେ। ଶେଷରେ ରଣପୁର ବ୍ଲକ ଅଧ୍ୟକ୍ଷା ନିର୍ମଳା ବେହେରା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri