ଶହୀଦ କୋଭିଡ୍‌ ଯୋଦ୍ଧାଙ୍କ ପରିବାରକୁ ସହାୟତା ପ୍ରସଙ୍ଗ: କେନ୍ଦ୍ର ନ ଦେଲେ ରାଜ୍ୟ ଦେବ ୫୦ଲକ୍ଷ

ଭୁବନେଶ୍ୱର,୯।୧୦(ବ୍ୟୁରୋ): ଶହୀଦ ହୋଇଥିବା କୋଭିଡ୍‌ ଯୋଦ୍ଧାଙ୍କ ପାଇଁ କେନ୍ଦ୍ର ସରକାର ଘୋଷଣା କରିଥିବା ଆର୍ଥିକ ସହାୟତା ନ ଦେଲେ ନିଜେ ପ୍ରଦାନ କରିବେ ରାଜ୍ୟ ସରକାର। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ବୀମା ଯୋଜନାରେ ଶହୀଦଙ୍କ ପରିବାରକୁ ୫୦ଲକ୍ଷ ଟଙ୍କାର ବୀମା ରାଶି ନ ମିଳିଲେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି(ସିଏମ୍‌ଆର୍‌ଏଫ୍‌)ରୁ ରାଜ୍ୟ ସରକାର ତାହାକୁ ପ୍ରଦାନ କରିବେ। ଏନେଇ ଗୁରୁବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।
କରୋନା ଲଢ଼େଇରେ ରାଜ୍ୟରେ ଶହୀଦ ହୋଇଥିବା ୬୦ଜଣ କୋଭିଡ୍‌ ଯୋଦ୍ଧାଙ୍କ ନାଁ କେନ୍ଦ୍ରକୁ ପଠାଯାଇଥିବାବେଳେ ମାତ୍ର ଜଣଙ୍କୁ ସହାୟତା ଦେବାକୁ କେନ୍ଦ୍ର ସରକାର ସମ୍ମତି ଦେଇଛନ୍ତି। ତେଣୁ ବାକି ଯୋଦ୍ଧାମାନଙ୍କୁ ତୁରନ୍ତ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ବୀମା ଯୋଜନାରେ ୫୦ଲକ୍ଷ ଟଙ୍କାର ବୀମା ରାଶି ଦେବା ପାଇଁ ରାଜ୍ୟ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛି। ହେଲେ ଏପର୍ଯ୍ୟନ୍ତ ତାହାର କୌଣସି ଉତ୍ତର ମିଳିନାହିଁ। ଏଭଳିସ୍ଥଳେ କୋଭିଡ୍‌ ଯୋଦ୍ଧାଙ୍କ ମନରୁ କୌଣସି ପ୍ରକାର ସନ୍ଦେହ ଦୂର କରିବା ସହ ସେମାନଙ୍କ ମନୋବଳ ବୃଦ୍ଧି କରିବାକୁ ରାଜ୍ୟ ସରକାର ତୁରନ୍ତ ନିଜେ ଏହି ଅର୍ଥ ଦେବାକୁ ନିଷ୍ପତ୍ତି ନେଇଛନ୍ତି। କାର୍ଯ୍ୟରେ ଥାଇ କୋଭିଡ୍‌ ସଂକ୍ରମଣରେ ପ୍ରାଣ ହରାଇଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ସିଏମ୍‌ଆର୍‌ଏଫ୍‌ରୁ ସହାୟତା ମିଳିବ। ସମ୍ପୃକ୍ତ ଜିଲାର ଜିଲାପାଳମାନେ ଏନେଇ ନିଷ୍ପତ୍ତି ନେବେ। ଯଦି ପରବର୍ତ୍ତୀ ସମୟରେ କେନ୍ଦ୍ର ସରକାର ସମ୍ପୃକ୍ତ ଯୋଦ୍ଧାଙ୍କୁ ୫୦ଲକ୍ଷ ଟଙ୍କାର ବୀମାରାଶି ପ୍ରଦାନ କରନ୍ତି ତା’ହେଲେ ରାଜ୍ୟ ସରକାର ପ୍ରଦାନ କରିଥିବା ଅର୍ଥକୁ ସେମାନଙ୍କ ପରିବାର ତଥା ନିକଟ ସମ୍ପର୍କୀୟ ଫେରାଇବାକୁ କୁହାଯାଇଛି। ଏଥିପାଇଁ ଏକ ଅଣ୍ଡରଟେକିଂ ସ୍ବାକ୍ଷର କରାଯିବ। ରାଜ୍ୟ ସରକାରଙ୍କ ଗାଇଡ୍‌ଲାଇନକୁ ଆଧାର କରି ଜିଲାପାଳମାନେ ଶହୀଦ କୋଭିଡ୍‌ ଯୋଦ୍ଧାଙ୍କ ନାମ ପଠାଇବା ପରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଉକ୍ତ ତାଲିକା ଯାଞ୍ଚ କରି ଚୂଡ଼ାନ୍ତ ତାଲିକା ପ୍ରସ୍ତୁତ କରିବାକୁ କୁହାଯାଇଛି। ସୂଚନାଯୋଗ୍ୟ, କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ କୋଭିଡ୍‌ରେ ଶହୀଦ ହୋଇଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ୫୦ଲକ୍ଷ ଟଙ୍କାର ବୀମାରାଶି ଘୋଷଣା କରିଥିଲେ। ସେହିଭଳି ଓଡ଼ିଶା ସରକାର ମଧ୍ୟ ନିଜଆଡୁ କୋଭିଡ୍‌ ପରିଚାଳନାରେ ନିୟୋଜିତ କୋଭିଡ୍‌ ଯୋଦ୍ଧାଙ୍କ ମୃତ୍ୟୁ ହେଲେ ସେମାନଙ୍କୁ ଶହୀଦର ମାନ୍ୟତା ସହ ୫୦ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଯୋଗାଇ ଦେବେ ବୋଲି ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri