କରୋନା ଲକ୍ଷଣ ଥିଲେ ରଥଯାତ୍ରା ମନା

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶନିବାର ସ୍ବତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଉନ୍ନୟନ କମିଶନର ପ୍ରଦୀପ ଜେନା କରୋନା ଲକ୍ଷଣ ଥିଲେ କେହି ରଥଯାତ୍ରା ଦେଖିବାକୁ ଆସନ୍ତୁ ନାହିଁ ନିବେଦନ କରିଛନ୍ତି।

ଆଜି ପୁରୀ ଟାଉନ ହଲ୍‌ରେ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଅନୁଷ୍ଠିତ ସମନ୍ବୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ଅଧ୍ୟକ୍ଷତା କରିଥିଲେ। ବୈଠକ ପରେ ଉନ୍ନୟନ କମିଶନର କହିଛନ୍ତି, ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ କହିଛନ୍ତି, କରୋନା ଭୟ ସମ୍ପୂର୍ଣ୍ଣ ଭାବେ ଦୂର ହୋଇନାହିଁ। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ମାମଲା ବାହାରୁଛି। ମାତ୍ରା ଟିକେ କମ୍‌ ଥିବାରୁ ଚଳିତବର୍ଷ ପୂଜା ପର୍ବ ପାଳନ ପାଇଁ ଅନୁମତି ଦିଆଯାଇଛି। ଚଳିତବର୍ଷ ଭକ୍ତଙ୍କ ଗହଣରେ ମହାପ୍ରଭୁଙ୍କ ରଥଯାତ୍ରା କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ତେଣୁ ସମସ୍ତେ ସତର୍କ ରୁହନ୍ତୁ। ମାସ୍କ ପିନ୍ଧନ୍ତୁ। ପାଖରେ ସାନିଟାଇଜର ରଖନ୍ତୁ। ମଝିରେ ମଝିରେ ହାତ ସାନିଟାଇଜ୍‌ କରନ୍ତୁ। କରୋନା ଲକ୍ଷଣ (ଜ୍ୱର, ଥଣ୍ଡା, କାଶ) ହେଉଥିଲେ ମହାପ୍ରଭୁଙ୍କ ଯାତ୍ରାକୁ ନ ଆସିବାକୁ ରାଜ୍ୟବାସୀଙ୍କୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri