ଫସଲ କ୍ଷତି ହୋଇଥିଲେ ଏହି ଚାଷୀଙ୍କୁ ମିଳିବନି ଟଙ୍କା, ଏହି ଦିନ ଆସିବ ବାକି ଅନ୍ୟଙ୍କ ଖାତାକୁ

ଭୁବନେଶ୍ୱର,୩।୧: ଅଦିନିଆ ବର୍ଷା ଦେଇଛି ଚାଷୀଙ୍କ ଆଖିଲେ ଲୁହ । ଅମଳ ବେଳେ ଦାଉ ସାଝିଛି ବର୍ଷା। ହେଲେ ବର୍ତ୍ତମାନ ଏହି କ୍ଷତିର ଭରଣ କରିବେ ସରକାର । ଚାଷୀଙ୍କ ପାଇଁ ସହାୟତାର ହାତ ବଢ଼ାଇଛନ୍ତି ରାଜ୍ୟ ସରକାର। ଅଦିନିଆ ବର୍ଷାଜନିତ କ୍ଷୟକ୍ଷତିକୁ ପ୍ରାକୃତିକ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଭୁବନେଶ୍ବରରେ କୃଷି ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌ଘାଟନୀ ସମାରୋହରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ, ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଭାବେ ଧରାଯାଇ ଷ୍ଟେଟ ଡିଜାଷ୍ଟର ରିଲିଫ ଫଣ୍ଡ SDRF ବା ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟ ରିଲିଫ ପାଣ୍ଠିରୁ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ୩୩ ପ୍ରତିଶତ ବା ତାଠାରୁ ଅଧିକ କ୍ଷତି ହୋଇଥିବା ଚାଷୀଙ୍କୁ ମିଳିବ କ୍ଷତିପୂରଣ ।

ତେବେ ସବୁଠରୁ ବଡ଼ ଗୁରୁତ୍ୱପୂର୍ଣ୍ଣ କଥା ଭାଗ ଚାଷୀଙ୍କୁ ଏହି କ୍ଷତିପୂରଣ ମିଳିବନି । କାରଣ ଭାଗଚାଷୀଙ୍କୁ କ୍ଷତିପୂରଣ ମିଳିବା ନେଇ ଆଇନ ନ ଥିବାରୁ ଏ କ୍ଷେତ୍ରରେ କଣ କରାଯାଇପାରିବ, ତା ଉପରେ ବିଚାର କରାଯାଉଥିବା ମନ୍ତ୍ରୀ କହିଛନ୍ତି । ତେବେ ଜମି ମାଲିକଙ୍କୁ ୩ ରୁ ୪ ଦିନ ଭିତରେ କ୍ଷତିପୂରଣ ରାଶି ପହଞ୍ଚିଯିବ। ଆସନ୍ତା ୩ରୁ ୪ ଦିନ ଭିତରେ ଚାଷୀମାନଙ୍କୁ ଅଦିନିଆ ବର୍ଷାଜନିତ ଫସଲ କ୍ଷତିପୂରଣ ମିଳିବ । ରାଜ୍ୟ ରିଲିଫ କୋର୍ଡ ଅନୁସାରେ ଏହି ଆର୍ଥିକ ସହାୟତା ଦିଆଯିବ । ଅଦିନିଆ ବର୍ଷାଜନିତ କ୍ଷତିକୁ ପ୍ରାକୃତିକ ବିପର୍ଯ୍ୟୟ ବୋଲି ଘୋଷଣା କରିବା ସହ ଶୀଘ୍ର କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

କେବଳ ସେତିକି ନୁହେଁ, ରାଜ୍ୟ ସରକାରଙ୍କ ସହାୟତା ସହିତ ବୀମା କଂପାନୀଠାରୁ ମଧ୍ୟ କ୍ଷତିପୂରଣ ପାଇବେ ଚାଷୀ। ରାଜ୍ୟର ୧୬ ଜିଲାରେ ୬ ଲକ୍ଷ ୬୬ ହଜାର ୭୨୦ ଜଣ ଚାଷୀଙ୍କର ୩୩ ପ୍ରତିଶତରୁ ଅଧିକ ଫସଲ କ୍ଷତି ହୋଇଥିବା ସରକାରଙ୍କ ପାଖରେ ରିପୋର୍ଟ ପହଞ୍ଚିଛି । ବିଭିନ୍ନ ଜିଲାରେ ଅଦିନିଆ ବର୍ଷାଜନିତ ଫସଲ କ୍ଷତିର ରିପୋର୍ଟ ଜିଲ୍ଲାପାଳମାନେ ଦେଇଛନ୍ତି । ମୋଟ ୬ ଲକ୍ଷ ୬୬ ହଜାର ୭୨୦ ଜଣ ଚାଷୀଙ୍କ ୨ ଲକ୍ଷ ୨୬ ହଜାର ୭୯୧ ହେକ୍ଟର ଜମିରେ ୩୩ ପ୍ରତିଶତରୁ ଅଧିକ ଫସଲ କ୍ଷତି ହୋଇଛି । ଏଥିପାଇଁ SDRFରୁ ୨୯୧ କୋଟି ୬୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri