Odisha Elections 2024

ଦାବି ପୂରଣ ନ ହେଲେ କାର୍ଯ୍ୟବନ୍ଦ

ଢେଙ୍କାନାଳ ଅଫିସ,୨୨।୪: ମୂଳ ବେତନରେ ପରିବର୍ତ୍ତନ ଏବଂ ଅନ୍ୟାନ୍ୟ ଦାବି ନେଇ ଢେଙ୍କାନାଳ ଜିଲା ମିଳିତ ଅମଲା ମଞ୍ଚ ପକ୍ଷରୁ ଶୁକ୍ରବାର ବିକ୍ଷୋଭ କରାଯାଇଛି। ସରକାର ଦାବି ପୂରଣରେ ଯେଉଁ ଟାଳଟୂଳ ନୀତି ଅବଲମ୍ବନ କରୁଛନ୍ତି, ତାହା ଅସହ୍ୟ। ଏହାକୁ ଆଉ ବରଦାସ୍ତ କରାଯିବ ନାହିଁ। ଦାବିପୂରଣ ନ ହେଲେ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ ବୋଲି ସଂଘ ପକ୍ଷରୁ ଖୋଲା ଚେତାବନୀ ଦିଆଯାଇଛି। ଏ ସଂକ୍ରାନ୍ତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳ ସରୋଜ କୁମାର ସେଠୀଙ୍କୁ ପ୍ରଦାନ କରାଯାଇଛି।
ଅଭିଯୋଗ ଅନୁଯାୟୀ, ରାଜ୍ୟ ସରକାର ୨୦୧୭ରୁ ଜିଲାସ୍ତରୀୟ ଅମଲାଙ୍କ ଶିକ୍ଷାଗତ ଯୋଗ୍ୟତା ଯୁକ୍ତ ୨ରୁ ସ୍ନାତକ ଓ କମ୍ପ୍ୟୁଟର କରିଛନ୍ତି। ହେଲେ ମୂଳ ଦରମାରେ କୌଣସି ପରିବର୍ତ୍ତନ ହୋଇନାହିଁ। ଅଦ୍ୟାବଧି ମାଟ୍ରିକ୍‌ ହାରରେ ବେତନ ପ୍ରଦାନ କରାଯାଉଛି। ବାରମ୍ବାର ଦାବିସତ୍ତ୍ୱେ ସରକାର ଏଥିପ୍ରତି କର୍ଣ୍ଣପାତ କରୁନାହାନ୍ତି। ଜରୁରୀ ସମୟରେ ଅମଲାମାନେ ନିଜ ଦାୟିତ୍ୱ ସୂଚାରୁରୂପେ ସମ୍ପାଦନ କରିଆସୁଛନ୍ତି। ତଥାପି ସରକାରଙ୍କ ଏଭଳି ଉଦାସୀନତା ପରିତାପର ବିଷୟ ବୋଲି ମିଳିତ ମଞ୍ଚ ପକ୍ଷରୁ କୁହାଯାଇଛି। ଜିଲାସ୍ତରୀୟ ଅମଲାଙ୍କ ଶିକ୍ଷାଗତ ଯୋଗ୍ୟତା ଆଧାରରେ କନିଷ୍ଠ ସହାୟକ ପଦବୀକୁ ପଦୋନ୍ନତି, ମୂଳ ଦରମା ଗ୍ରେଡ୍‌ ପେ’ ୧୯୦୦ (ଲେଭେଲ-୪) ବଦଳରେ ଗ୍ରେଡ୍‌ ପେ’ ୪୨୦୦ (ଲେଭଲ୍‌-୯) ପ୍ରଦାନ କରିବାକୁ ମଞ୍ଚ ପକ୍ଷରୁ ଦୃଢ଼ ଦାବି ଉପସ୍ଥାପନ କରାଯାଇଛି। ଏହା ନ ହେଲେ ଅମଲାମାନେ କଳାବ୍ୟାଜ୍‌ ପରିଧାନ କରିବେ। ତଥାପି ସରକାର ନିରାଶ କଲେ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ ବୋଲି ମିଳିତ ଅମଲା ମଞ୍ଚର ଅଧ୍ୟକ୍ଷ ବିଭୂତି ଭୂଷଣ ପଟ୍ଟନାୟକ, ଆବାହକ ଅରୁଣ କୁମାର ବଳିୟାରସିଂ ଚେତାବନୀ ଦେଇଛନ୍ତି।
ଏଥିପୂର୍ବରୁ ୭୦୦ରୁ ଊର୍ଦ୍ଧ୍ୱ ଅମଲାଙ୍କ ଏକ ବିଶାଳକାୟ ଶୋଭାଯାତ୍ରା ବସ୍‌ଷ୍ଟାଣ୍ଡସ୍ଥିତ ଟ୍ରାଫିକ୍‌ ଛକ ହନୁମାନ ବାଟିକା ନିକଟରୁ ବାହାରିଥିଲା। ରାଲି ଜିଲା କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ବା ପରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏଥିରେ ଓଡ଼ିଶା ଅମଲା ସଂଘ ସମ୍ପାଦକ ଗଣେଶ ଚନ୍ଦ୍ର ପୃଷ୍ଟି, ଓଡ଼ିଶା ରାଜସ୍ବ ଅମଲା ସଂଘ ସମ୍ପାଦକ ପ୍ରକାଶ ଚନ୍ଦ୍ର ସ୍ବାଇଁ, ନିଖିଳ ଓଡ଼ିଶା ଟ୍ରେଜେରି ଅମଲା ସଂଘ ସମ୍ପାଦକ ସଞ୍ଜୟ ସାହୁ, ସବ୍‌-ରେଜିଷ୍ଟ୍ରାର ଅମଲା ସଂଘ ସମ୍ପାଦକ ରାଜୀବ ସାହୁଙ୍କ ନେତୃତ୍ୱରେ ସମସ୍ତ ବିଭାଗର ଅମଲାମାନେ ଏଥିରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧା ଜିଲାରେ ନିର୍ବାଚନ ପ୍ରସ୍ତୁତି: ଭୁବନେଶ୍ୱର ମଧ୍ୟରେ ବୁଥ୍‌ ପରିଚାଳନା କରିବେ ମହିଳା

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୨୧।୫ : ରାଜ୍ୟରେ ୩ୟ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲାର ସମସ୍ତ ଆଠଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବ ।...

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଧାମନଗର,୨୧।୫ (ସନ୍ତୋଷ କୁମାର ମହାପାତ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ...

ପୋଖରୀରେ ବୁଡ଼ି ଚାଲିଗଲା ୨ ସମ୍ପର୍କୀୟ ଭଉଣୀଙ୍କ ଜୀବନ

ବିଞ୍ଝାରପୁର,୨୧ା୫(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅଧୀନ କପିଳା ପଞ୍ଚାୟତ ରଁାସ-ଗୁହାଳି ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ପୋଖରୀରେ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ଷ୍ଟ୍ରଙ୍ଗରୁମ୍‌ରେ ସିଲ ହେଲା ପ୍ରାର୍ଥୀଙ୍କ ଭାଗ୍ୟ

ବାଲିଗୁଡ଼ା,୨୧।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ଦେଶର ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଏବଂ ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ମେ’ ୨୦ ତାରିଖରେ ଶେଷ ହୋଇଛି। ଏହି...

କାଜୁର ଅମଳ ବେଳକୁ ଅଭାବୀ ବିକ୍ରି: ଚିନ୍ତାରେ ଚାଷୀ

ଭବାନୀପାଟଣା,୨୧ା୫ (ଉତ୍ତମ କୁମାର ଦାଶ)- କାଳବୈଶାଖୀ ପ୍ରଭାବରେ ଝଡ଼ିଗଲା କାଜୁ ବଉଳ। ଆଉ ଯାହା କିଛି ରହିଥିଲା ଅମଳ ବେଳକୁ ଏବେ ଅଭାବୀ ବିକ୍ରି ଚାଷୀକୁ...

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ...

ବିଧାୟକ, ସାଂସଦ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ପାଣ୍ଡିଆନ

ପାଟଣା,୨୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ହାଇସ୍କୁଲ ପଡ଼ିଆରେ ମଙ୍ଗଳବାର ଅପରାହ୍ନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିୟାନ ପାଟଣା ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri