ଦାବି ପୂରଣ ନ ହେଲେ କାର୍ଯ୍ୟବନ୍ଦ

ଢେଙ୍କାନାଳ ଅଫିସ,୨୨।୪: ମୂଳ ବେତନରେ ପରିବର୍ତ୍ତନ ଏବଂ ଅନ୍ୟାନ୍ୟ ଦାବି ନେଇ ଢେଙ୍କାନାଳ ଜିଲା ମିଳିତ ଅମଲା ମଞ୍ଚ ପକ୍ଷରୁ ଶୁକ୍ରବାର ବିକ୍ଷୋଭ କରାଯାଇଛି। ସରକାର ଦାବି ପୂରଣରେ ଯେଉଁ ଟାଳଟୂଳ ନୀତି ଅବଲମ୍ବନ କରୁଛନ୍ତି, ତାହା ଅସହ୍ୟ। ଏହାକୁ ଆଉ ବରଦାସ୍ତ କରାଯିବ ନାହିଁ। ଦାବିପୂରଣ ନ ହେଲେ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ ବୋଲି ସଂଘ ପକ୍ଷରୁ ଖୋଲା ଚେତାବନୀ ଦିଆଯାଇଛି। ଏ ସଂକ୍ରାନ୍ତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳ ସରୋଜ କୁମାର ସେଠୀଙ୍କୁ ପ୍ରଦାନ କରାଯାଇଛି।
ଅଭିଯୋଗ ଅନୁଯାୟୀ, ରାଜ୍ୟ ସରକାର ୨୦୧୭ରୁ ଜିଲାସ୍ତରୀୟ ଅମଲାଙ୍କ ଶିକ୍ଷାଗତ ଯୋଗ୍ୟତା ଯୁକ୍ତ ୨ରୁ ସ୍ନାତକ ଓ କମ୍ପ୍ୟୁଟର କରିଛନ୍ତି। ହେଲେ ମୂଳ ଦରମାରେ କୌଣସି ପରିବର୍ତ୍ତନ ହୋଇନାହିଁ। ଅଦ୍ୟାବଧି ମାଟ୍ରିକ୍‌ ହାରରେ ବେତନ ପ୍ରଦାନ କରାଯାଉଛି। ବାରମ୍ବାର ଦାବିସତ୍ତ୍ୱେ ସରକାର ଏଥିପ୍ରତି କର୍ଣ୍ଣପାତ କରୁନାହାନ୍ତି। ଜରୁରୀ ସମୟରେ ଅମଲାମାନେ ନିଜ ଦାୟିତ୍ୱ ସୂଚାରୁରୂପେ ସମ୍ପାଦନ କରିଆସୁଛନ୍ତି। ତଥାପି ସରକାରଙ୍କ ଏଭଳି ଉଦାସୀନତା ପରିତାପର ବିଷୟ ବୋଲି ମିଳିତ ମଞ୍ଚ ପକ୍ଷରୁ କୁହାଯାଇଛି। ଜିଲାସ୍ତରୀୟ ଅମଲାଙ୍କ ଶିକ୍ଷାଗତ ଯୋଗ୍ୟତା ଆଧାରରେ କନିଷ୍ଠ ସହାୟକ ପଦବୀକୁ ପଦୋନ୍ନତି, ମୂଳ ଦରମା ଗ୍ରେଡ୍‌ ପେ’ ୧୯୦୦ (ଲେଭେଲ-୪) ବଦଳରେ ଗ୍ରେଡ୍‌ ପେ’ ୪୨୦୦ (ଲେଭଲ୍‌-୯) ପ୍ରଦାନ କରିବାକୁ ମଞ୍ଚ ପକ୍ଷରୁ ଦୃଢ଼ ଦାବି ଉପସ୍ଥାପନ କରାଯାଇଛି। ଏହା ନ ହେଲେ ଅମଲାମାନେ କଳାବ୍ୟାଜ୍‌ ପରିଧାନ କରିବେ। ତଥାପି ସରକାର ନିରାଶ କଲେ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ ବୋଲି ମିଳିତ ଅମଲା ମଞ୍ଚର ଅଧ୍ୟକ୍ଷ ବିଭୂତି ଭୂଷଣ ପଟ୍ଟନାୟକ, ଆବାହକ ଅରୁଣ କୁମାର ବଳିୟାରସିଂ ଚେତାବନୀ ଦେଇଛନ୍ତି।
ଏଥିପୂର୍ବରୁ ୭୦୦ରୁ ଊର୍ଦ୍ଧ୍ୱ ଅମଲାଙ୍କ ଏକ ବିଶାଳକାୟ ଶୋଭାଯାତ୍ରା ବସ୍‌ଷ୍ଟାଣ୍ଡସ୍ଥିତ ଟ୍ରାଫିକ୍‌ ଛକ ହନୁମାନ ବାଟିକା ନିକଟରୁ ବାହାରିଥିଲା। ରାଲି ଜିଲା କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ବା ପରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏଥିରେ ଓଡ଼ିଶା ଅମଲା ସଂଘ ସମ୍ପାଦକ ଗଣେଶ ଚନ୍ଦ୍ର ପୃଷ୍ଟି, ଓଡ଼ିଶା ରାଜସ୍ବ ଅମଲା ସଂଘ ସମ୍ପାଦକ ପ୍ରକାଶ ଚନ୍ଦ୍ର ସ୍ବାଇଁ, ନିଖିଳ ଓଡ଼ିଶା ଟ୍ରେଜେରି ଅମଲା ସଂଘ ସମ୍ପାଦକ ସଞ୍ଜୟ ସାହୁ, ସବ୍‌-ରେଜିଷ୍ଟ୍ରାର ଅମଲା ସଂଘ ସମ୍ପାଦକ ରାଜୀବ ସାହୁଙ୍କ ନେତୃତ୍ୱରେ ସମସ୍ତ ବିଭାଗର ଅମଲାମାନେ ଏଥିରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri