ଦାବି ପୂରଣ ନ ହେଲେ ସମୂହ ଭୋଟ୍‌ ବର୍ଜନ କରିବେ ବ୍ରାହ୍ମଣୀଗାଁବାସୀ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୯ା୩(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁକୁ ବ୍ଲକ ଘୋଷଣା ଦାବି ଜୋର ଧରିଛି। ଶନିବାର ଉକ୍ତ ବ୍ଲକ ଦୁର୍ଗମ ଅଞ୍ଚଳ କାଟିଙ୍ଗିଆ ପଞ୍ଚାୟତର ମିଞ୍ଜାପଙ୍କାଠାରେ ଏନେଇ ବିଶାଳ ଜନସମାବେଶ ହୋଇଛି। ଏଥିରେ ବ୍ରାହ୍ମଣୀଗାଁକୁ ବ୍ଲକ ଘୋଷଣା ଶୀଘ୍ର କରାଯିବା ନେଇ ଦାବି ହୋଇଛି। କାଟିଙ୍ଗିଆ ମହିଳା ସରପଞ୍ଚ ସୁଭଦ୍ରା ପଡ୍ରାଙ୍କ ନେତୃତ୍ୱରେ ବିକ୍ଷୋଭ ସହ ଶତାଧିକ ଲୋକ ଶୋଭାଯାତ୍ରାରେ ମିଞ୍ଜାପଙ୍କା ଗାଁ ପରିକ୍ରମା କରି ଚର୍ଚ୍ଚପଡ଼ିଆରେ ସଭା କରିଥିଲେ। ସଭାରେ ଜନଅସନ୍ତୋଷ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି। ବ୍ରାହ୍ମଣୀଗାଁକୁ ବ୍ଲକ ଘୋଷଣା ଦାବି ପୂରଣ ନ କରାଯାଏ ତେବେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର ହେବା ସହ ଚଳିତବର୍ଷ ନିର୍ବାଚନରେ ଭୋଟ୍‌ ବର୍ଜନ ପାଇଁ ଅଞ୍ଚଳବାସୀ ନିଷ୍ପତ୍ତି ନେବା ସହ ଚରମ ଚେତାବନୀ ଦେଇଛନ୍ତି। ଆନ୍ଦୋଳନରେ ଲୋକପ୍ରତିନିଧିଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକ ସାମିଲ ହୋଇଥିଲେ।

ସୂଚନାଯୋଗ୍ୟ, ୯୦ ଦଶକରୁ ଅଞ୍ଚଳବାସୀ ତଥା ୮ଟି ପଞ୍ଚାୟତବାସୀ ଏକାଧିକ ଥର ରାଜ୍ୟ ସରକାରଙ୍କୁ ବ୍ଲକ ଗଠନ ନିମନ୍ତେ ଦାବିପତ୍ର ଦେଇ ଆସୁଛନ୍ତି। ହେଲେ ଫଳ ଶୂନ ବୋଲି ଅଭିଯୋଗ ହୋଇଛି। ବ୍ରାହ୍ମଣୀଗାଁ, ଝିଞ୍ଜିରିଗୁଡ଼ା, ଗଦାପୁର, ସରାମୂଳି, ହାତୀମୁଣ୍ଡା, ତାଜୁଙ୍ଗିଆ, କୁମ୍ଭାରିଗାଁ ଓ କାଟିଙ୍ଗିଆ ପଞ୍ଚାୟତ ଅଞ୍ଚଳର ଲୋକସଂଖ୍ୟା ପ୍ରାୟ ୪୦ ହଜାରରୁ ଅଧିକ ହେଉଥିବା ବେଳେ ଅଞ୍ଚଳବାସୀ ବ୍ଲକକୁ ଯିବା ପାଇଁ ମିଞ୍ଜାପଙ୍କାରୁ ୭୦ କିଲୋମିଟର ରାସ୍ତା ଅତିକ୍ରମ କରିବାକୁ ପଡୁଛି ଓ ଏଥିପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶାସକ ଦଳର ବହୁ ନେତା ପରିଷଦ ଥିଲେ ମଧ୍ୟ କିଛି ବି ସୁଫଳ ମିଳୁ ନାହିଁ। ଖୁବ୍‌ଶୀଘ୍ର ବ୍ରାହ୍ମଣୀଗାଁକୁ ବ୍ଲକ କରାଯିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଗାଡ଼ି ଆସିଲେ ମଧ୍ୟ ସେ ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri