ଦାବି ପୂରଣ ନ ହେଲେ ଗଣଧାରଣା ଜାରି ରହିବ

ବେଗୁନିଆପଡ଼ା,୫ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ରାଜ୍ୟ ଆଶାକର୍ମୀ ସଂଘ ପକ୍ଷରୁ ସୋମବାର ବିକ୍ଷୋଭ ଓ ଗଣଧାରଣା ଦିଆଯାଇଛି। ଭାରତୀୟ ମଜଦୂର ସଂଘ ଡାକରାରେ ୭ ଦଫା ଦାବି ନେଇ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ନେଇ ବ୍ଲକ ଆଶାକର୍ମୀ ସଂଘ ସଭାନେତ୍ରୀ ବବିତା ରାଉତ କହିଛନ୍ତି। ବେଗୁନିଆପଡ଼ା ବ୍ଲକ ଓ କୋଦଳା ଏନ୍‌ଏସିର ୧୨୮ ଜଣ ଆଶାକର୍ମୀ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଏକତ୍ରିତ ହୋଇ ବିଭିନ୍ନ ସ୍ଲୋଗାନ ଦେଇ ଧାରଣା ସହ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଧାରଣା ଦେଇ ସେମାନଙ୍କ ଦାବି ଉପସ୍ଥାପନ କରିଛନ୍ତି। ଆଶାକର୍ମୀଙ୍କୁ ସରକାରୀ ମାନ୍ୟତା ପ୍ରଦାନ, ମାସିକ ୧୮ ହଜାର ଟଙ୍କା ଦରମା, ପେନ୍‌ସନ୍‌ ୫ ହଜାର ଟଙ୍କା, ଅବସରକାଳୀନ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ, କାର୍ଯ୍ୟରତ ସମୟରେ ମୃତ୍ୟୁବରଣ କଲେ ୫ଲକ୍ଷ ଟଙ୍କା ସହାୟତା ଓ ସ୍ଥାୟୀ ନିଯୁକ୍ତି ଆଦି ଦାବି କରିଛନ୍ତି । ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଗଣଧାରଣା ଦିଆଯିବ ବୋଲି ସଂଘ ସମ୍ପାଦିକା ବିଷ୍ଣୁପ୍ରିୟା ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?