ଆସନ୍ତା ୨୩ରେ ମହାଆନ୍ଦୋଳନକୁ ଓହ୍ଲାଇବେ ଶିକ୍ଷୟତ୍ରୀଶିକ୍ଷକ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ଦୁଇ ଦଫା ଦାବି ନେଇ ନୂତନ ପେନ୍‌ସନ ଯୋଜନାଭୁକ୍ତ ମାଧ୍ୟମିକ ଶିକ୍ଷକ ସଂଘ ୯ ଦିନ ଧରି ଆନ୍ଦୋଳନ ଚଳାଇଛନ୍ତି। ହେଲେ ରାଜ୍ୟ ସରକାର ସେମାନଙ୍କ ଦାବି ପ୍ରତି କର୍ଣ୍ଣପାତ କରୁନାହାନ୍ତି। ଫଳରେ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ମଧ୍ୟରେ ଅସନ୍ତୋଷ ବଢୁଛି। ଆସନ୍ତା ୨୨ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ୨୩ରେ ଭୁବନେଶ୍ବରରେ ମହାଆନ୍ଦୋଳନ କରାଯିବ। ଉକ୍ତ ଦିନ ସବୁ ମନ୍ତ୍ରୀଙ୍କ ସରକାରୀ ବାସଭବନ ଘେରାଉ କରାଯିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି। ତେବେ ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତ ଶିକ୍ଷୟିତ୍ରୀ ଶିକ୍ଷକଙ୍କର ୬ବର୍ଷ ଚୁକ୍ତି ଅବଧିକୁ ମୂଳ ଚାକିରି ସହିତ ଯୋଗ କରିବା, କେନ୍ଦ୍ରୀୟ ହାରରେ ୬ଟି ବର୍ଦ୍ଧିତ ଦରମା ଦେବା ଏବଂ ୨୦୧୬ରୁ ୨୦୨୨ ମଧ୍ୟରେ ନିଯୁକ୍ତପ୍ରାପ୍ତ ଚୁକ୍ତିଭିତ୍ତିକ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ତୁରନ୍ତ ନିୟମିତ କରିବା ଦାବି ନେଇ ସଂଘ ପକ୍ଷରୁ ରାଜଧାନୀରେ ଆନ୍ଦୋଳନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri