ଦାବି ପୂରଣ ନ ହେଲେ ବିଦ୍ୟାଳୟରେ ପଡ଼ିବ ତାଲା, ଚେତାବନୀ ଦେଲେ ଶିକ୍ଷକ

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନ ପକ୍ଷରୁ ଶନିବାର ବିକ୍ଷୋଭ ଓ ଶୋଭାଯାତ୍ରା କରି ବିଭିନ୍ନ ଦାବି କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଦାରିଙ୍ଗବାଡ଼ି ବିଇଓ ରସାନନ୍ଦ କରଙ୍କୁ ପ୍ରଦାନ କରିଥିବା ଜଣାପଡ଼ିଛି। ଏହି ଆନ୍ଦୋଳନରେ ବ୍ଲକର ୨୫ ପଞ୍ଚାୟତରେ ଥିବା ଶତାଧିକ ବିଦ୍ୟାଳୟର ପ୍ରାୟ ୮ ଶହ ଶିକ୍ଷୟିତ୍ରୀ/ଶିକ୍ଷକ ଏହି ଆନ୍ଦୋଳନରେ ସାମିଲ ହୋଇଥିଲେ। ସେମାନଙ୍କ ଦାବିଗୁଡ଼ିକ ମଧ୍ୟରେ ମୁଖ୍ୟତଃ ରାଜ୍ୟରେ ସରକାର ସମସ୍ତ ଠିକା ନିଯୁକ୍ତି ଉଚ୍ଛେଦ କରିଥିବାରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ କନିଷ୍ଠ ଶିକ୍ଷୟିତ୍ରୀ/ଶିକ୍ଷକମାନଙ୍କୁ ନିୟମିତ କରିବା ସହ ଶିକ୍ଷକର୍ମୀ ଓ ଶିକ୍ଷା ସହାୟକମାନଙ୍କ ଠିକା କାର୍ଯ୍ୟକାଳକୁ ଇନ୍‌କ୍ରିମେଣ୍ଟ ପ୍ରଦାନ କରିବା ସହ ମୂଳ ଚାକିରିରେ ଗଣନା କରିବା ସହ ଗଣଶିକ୍ଷକ, ଏକ୍ସ କ୍ୟାଡର ଶିକ୍ଷକ, କଳା ଓ କ୍ରୀଡ଼ା ଶିକ୍ଷକମାନଙ୍କୁ ନିୟମିତ ଶିକ୍ଷକର ମାନ୍ୟତା ପ୍ରଦାନ କରାଯିବା ସହ ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକମାନଙ୍କୁ କେନ୍ଦ୍ରୀୟ ହାରରେ ବେତନ ଦେବା ନୂତନ ପେନ୍‌ସନ୍‌ ଯୋଜନାକୁ ଉଚ୍ଛେଦ କରି ପୁରୁଣା ପେନ୍‌ସନ୍‌ ବ୍ୟବସ୍ଥା ପୁନଃ ପ୍ରଚଳନ କରିବା ନେଇ ଦାବି କରିଛନ୍ତି। ଏହି ଦାବି ସରକାର ନ ମାନିଲେ ଆସନ୍ତା ଦିନରେ ସମସ୍ତ ଶିକ୍ଷୟିତ୍ରୀ/ଶିକ୍ଷକ ବିଦ୍ୟାଳୟ ତାଲା ପକାଇ ଆନ୍ଦୋଳନ କରିବେ ବୋଲି ରାଜ୍ୟ ଶିକ୍ଷକ ନେତା ବିଦେଶୀ ନାୟକ, ଦାରିଙ୍ଗବାଡ଼ି ଶିକ୍ଷକ ସଂଘର ସଭାପତି ଯାମିନୀକାନ୍ତ ପଡ୍ରା,ସମ୍ପାଦକ ସଂଗ୍ରାମକେଶରୀ ନାୟକ ପ୍ରମୁଖ କହିଛନ୍ତି। ଶିକ୍ଷକମାନଙ୍କଠାରୁ ଦାବିପତ୍ର ଗ୍ରହଣ କରିବା ପରେ ବିଇଓ ରସାନନ୍ଦ କର ଏହା ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇବି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଘା ନକ୍ଷତ୍ରରେ ଅଛନ୍ତି କେତୁ: ଡିସେମ୍ବର ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଚାକିରି-ବ୍ୟବସାୟରେ…

ବୈଦିକ ଜ୍ୟୋତିଷ ଅନୁସାରେ କେତୁ ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ବର୍ତ୍ତମାନ କେତୁ ମଘା ନକ୍ଷତ୍ରରେ ରହିଛନ୍ତି ଏବଂ ୫ ଡିସେମ୍ବର…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଚୁଗୁଲି କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ୬୭ ବର୍ଷୀୟା ମହିଳା: କରିସାରିଲେଣି ୨ ଘର, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ପଡ଼ୋଶୀଙ୍କ ଘରର ଖବର ରଖିବା କିମ୍ବା ଗାଁ-ସାହିରେ ଚୁଗୁଲି କରିବାକୁ ସାଧାରଣତଃ ସମୟ ନଷ୍ଟ ବୋଲି କୁହାଯାଏ। କିନ୍ତୁ କଲମ୍ବିଆର ଜଣେ ୬୭ ବର୍ଷୀୟ ବୃଦ୍ଧା ଏହି…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri