ଦାବି ପୂରଣ ନ ହେଲେ ଆସନ୍ତାକାଲିଠାରୁ ଅନିର୍ଦ୍ଦିଷ୍ଟ କାଳ ଯାଏ ଧାରଣା, ଚେତାବନୀ ଦେଇ…

କେସିଙ୍ଗା,୭ା୬(ତୁମେଶ୍ୱର ସାହୁ): ଅଲ ଓଡ଼ିଶା ରାଇସ୍‌ ମିଲର୍ସ ଆସୋସିଏଶନ ରାଜ୍ୟ ସରକାରଙ୍କୁ ୯ ଦଫା ସମ୍ବଳିତ ଦାବି ନେଇ ଦୀର୍ଘ ଦୁଇବର୍ଷରୁ ଦାବି କରି ଆସୁଛି। କିନ୍ତୁ ରାଜ୍ୟ ସରକାର ଆସୋସିଏଶନର ଦାବିକୁ କର୍ଣ୍ଣପାତ କରୁ ନ ଥିବାରୁ ଆସନ୍ତାକାଲି(ସୋମବାର)ଠାରୁ କେସିଙ୍ଗା ତଥା ରାଜ୍ୟର ବିଭିନ୍ନ ଜିଲାରେ ଅନିର୍ଦ୍ଦିଷ୍ଟ କାଳ ଯାଏ ଧାରଣା ଦେବାକୁ ରାଜ୍ୟ ସରକାରଙ୍କୁ ଚେତାବନୀ ଦେଇଛନ୍ତି ଆସୋସିଏଶନ ସଭାପତି ମହେଶ କୁମାର ବଂଶଲ। ଏ ପଟେ ଚାଷୀଙ୍କ ରବି ଧାନ ବିଭିନ୍ନ ମଣ୍ଡି ରେ ହଜାର ହଜାର କ୍ୱିଣ୍ଟାଲ ଧାନ ଖୋଲା ଆକାଶ ତଳେ ପଡି ରହିଛି।

କେସିଙ୍ଗା ବ୍ଲକର କିକିଆ, ଉତକେଲା, କେସିଙ୍ଗା, ବେଲଖଣ୍ଡି ଇତ୍ୟାଦି ଧାନ ମଣ୍ଡିରେ ଧାନପଡି ରହିଛି। ରାଜ୍ୟ ସରକାରଙ୍କ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି ଯେ, ଆସନ୍ତା ୧୦ଦିନ ମଧ୍ୟରେ ଓଡ଼ିଶାରେ ମୌସୁମୀ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି। ଯଦି ବର୍ଷା ହେଲେ ଚାଷୀଙ୍କ ରବି ଧାନ ସମ୍ପୂର୍ଣ୍ଣ ନଷ୍ଟ ହେବାର ସମ୍ଭାବନା ରହିଛି। ଏପଟେ ମିଲର୍ସ ଆସୋସିଏଶନ ୯ ଦଫା ଦାବିକୁ ନେଇ ରାଜ୍ୟ ସରକାରଙ୍କୁ ଚେତାବନୀ ଦେବା ସହ ବିଭିନ୍ନ ଧାନ ମଣ୍ଡିରେ ପଡ଼ି ରହିଥିବା ଧାନକୁ କିପରି ପ୍ୟାକ୍ସ ଦ୍ୱାରା ମିଲର୍ସ ଧାନ ଉଠାଇବେ ଚାଷୀ ଦାବି କରୁଛନ୍ତି। ଏ ସଂକ୍ରାନ୍ତରେ ଅଲ ଓଡ଼ିଶା ରାଇସ ମିଲର୍ସ ଆସୋସିଏଶନର ସଭାପତି ମହେଶ କୁମାର ବଂଶଲଙ୍କୁ ପଚାରିବାରୁ ଆମର ୯ଦଫା ଦାବିକୁ ରାଜ୍ୟ ସରକାର ପ୍ରଥମେ ମଞ୍ଜୁର କଲେ ଧାନ ଉଠାଇବୁ ବୋଲି ପ୍ରକାଶ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

Plane Crash: ମିଆମି ବିମାନବନ୍ଦରରେ ବଡ଼ ଦୁର୍ଘଟଣା; ୫ ମୃତ ୫ ଆହତ ଦେଖନ୍ତୁ Video

ଓ୍ବାଶିଂଟନ,୭।୯: ଆମେରିକାର ମିଆମି ବିମାନବନ୍ଦରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଯାହା ଫଳରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ…

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri