ଡାକ୍ତରଙ୍କୁ ଆକ୍ରମଣ ହେଲେ ମାମଲା କର

ନୂଆଦିଲ୍ଲୀ, ୨୦।୬(ପି.ଟି.): ଡାକ୍ତର ଏବଂ ସ୍ବାସ୍ଥ୍ୟସେବା ପେସାଦାରଙ୍କୁ ଆକ୍ରମଣରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କ ବିରୋଧରେ ମହାମାରୀ ରୋଗ (ସଂଶୋଧନ) ଆଇନ, ୨୦୨୦ ବଳରେ ମାମଲା ରୁଜୁ କରିବାକୁ କେନ୍ଦ୍ର ସରକାର ଶନିବାର ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ମହାମାରୀ ବେଳେ ଦେଶର ବିଭିନ୍ନ ଭାଗରେ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀଙ୍କ ଉପରେ ଆକ୍ରମଣ ହେଉଥିବା ଖବର ପ୍ରକାଶ ପାଇବା ପରେ ସ୍ବରାଷ୍ଟ୍ର ସଚିବ ଅଜୟ ଭାଲ୍ଲା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ପତ୍ର ଲେଖି ଏ ସମ୍ପର୍କରେ ଜଣାଇଛନ୍ତି। ଡାକ୍ତର ଓ ସ୍ବାସ୍ଥ୍ୟସେବା ପେସାଦାରଙ୍କୁ ଧମକ କିମ୍ବା ଆକ୍ରମଣ ଦେଶର ସ୍ବାସ୍ଥ୍ୟସେବା ବ୍ୟବସ୍ଥାକୁ ଗୁରୁତର ଭାବେ ପ୍ରଭାବିତ କରିପାରେ ବୋଲି ଭାଲ୍ଲା କହିଛନ୍ତି। ସେଥିପାଇଁ ଡାକ୍ତରଙ୍କ ଉପରେ ଆକ୍ରମଣ କରୁଥିବା ଲୋକଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ରାଜ୍ୟ ସରକାରମାନଙ୍କୁ ପରାମର୍ଶ ଦେଇଛନ୍ତି। ମହାମାରୀ ରୋଗ (ସଂଶୋଧନ) ଆଇନ ଅନୁଯାୟୀ ଡାକ୍ତରଙ୍କୁ ଆକ୍ରମଣରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ୫ ବର୍ଷ ପର୍ଯ୍ୟନ୍ତ ଜେଲ୍‌ ଏବଂ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା ହୋଇପାରେ। ଏହି ହିଂସାକାଣ୍ଡରେ ଯଦି ଡାକ୍ତର ଗୁରୁତର କ୍ଷତିଗ୍ରସ୍ତ ହୋଇଥାନ୍ତି ତେବେ ୭ ବର୍ଷ ଜେଲ୍‌ ଏବଂ ୫ ଲକ୍ଷ ପର୍ଯ୍ୟନ୍ତ ଜରିମାନା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri