କୁକୁର କାମୁଡ଼ିଲେ, ବାହାରେ ମଳତ୍ୟାଗ କଲେ ଜରିମାନା ଦେବେ ମାଲିକ

ଭୁବନେଶ୍ୱର,୧ା୫(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ କୁକୁର ପାଳନ ନେଇ ସ୍ବତନ୍ତ୍ର ନିୟମ କରାଯାଇଛି। ଶନିବାର କର୍ପୋରେଶନ ବୈଠକରେ ବିଧିବଦ୍ଧ ଭାବେ ପ୍ରସ୍ତୁତ ହୋଇଥିବା ଡଗ୍‌ ବାଇ-ଲ’ ପାରିତ ହୋଇଛି। ଏବେ ଦେଶୀ ହେଉକି ବିଦେଶୀ କୁକୁର ଘରେ ପୋଷିବାକୁ ହେଲେ ବିଏମ୍‌ସି ଦ୍ୱାରା ଜାରି ନିୟମ ମାନିବାକୁ ପଡିବ। ନୂଆ ନିୟମ ଅନୁଯାୟୀ, ୪ମାସରୁ କମ୍‌ ବୟସର କୁକୁର ରଖି ପାରିବେ ନାହିଁ। କୁକୁର ପୋଷିବାକୁ ହେଲେ ମାଲିକଙ୍କୁ ପଞ୍ଜୀକରଣ କରିବାକୁ ପଡିବ। ଏଥିସହ ପଶୁ ଡାକ୍ତରଙ୍କଠାରୁ ଟୀକାକରଣର ସାର୍ଟିଫିକେଟ ରଖିବା ବାଧ୍ୟତାମୂଳକ କରାଯାଇଛି। ପ୍ରତିବର୍ଷ ଏପ୍ରିଲ ପହିଲା କିମ୍ବା ଏହାର ୭ଦିନ ମଧ୍ୟରେ ପଞ୍ଜୀକରଣ କରାଯିବ। ପଞ୍ଜୀକରଣ ପାଇଁ ୫ଶହ ଓ ରିନ୍ୟୁ ପାଇଁ ୨୫୦ଟଙ୍କା ମୂଲ୍ୟ ଧାର୍ଯ୍ୟ କରାଯାଇଥିବାବେଳେ ରେଜିଷ୍ଟ୍ରେନ ଏକ୍ସପାରୀ ହେବା ପରେ ରିନ୍ୟୁ କଲେ ୩୫୦ଟଙ୍କା ଦେବାକୁ ପଡିବ। କୁକୁର କାହାକୁ କାମୁଡିଲେ, ବାହାର ଜିନିଷ ନଷ୍ଟ କଲେ, ଏପରିକି ରାସ୍ତା, ପାର୍କ, ଜନବସତି ଭଳି ସର୍ବସାଧାରଣ ସ୍ଥାନରେ ମଳତ୍ୟାଗ କଲେ ମାଲିକଙ୍କୁ ୧୦ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଗଣିବାକୁ ପଡିବ। ଘରୁ ବାହାରକୁ ନେଲେ କୁକୁର ବେକରେ ମେଟାଲ ଟୋକନ୍‌ କିମ୍ବା ଟ୍ୟାଗ୍‌ ଲଗାଯିବା ବାଧ୍ୟତାମୂଳକ। ଯେଉଁମାନେ ନିଜ ପୋଷା କୁକୁରଙ୍କୁ ବିଭିନ୍ନ ଖେଳ କିମ୍ବା ଡଗ୍‌ ଶୋ’ରେ ସାମିଲ କରାଇବେ ସେମାନଙ୍କୁ ବିଏମ୍‌ସିଠାରୁ ଗେମ୍‌ ରେଜିଷ୍ଟ୍ରେଶନ୍‌ ସାର୍ଟିଫିକେଟ୍‌ ନେବାକୁ ପଡିବ। କୁକୁର ବୟସ ହୋଇଗଲେ ମାଲିକ ତାକୁ ରାସ୍ତା କଡରେ ଛାଡିଦେଇ ପାରିବେ ନାହିଁ। ଏହି ନିୟମକୁ ଉଲ୍ଲଂଘନ କଲେ ପଞ୍ଜୀକରଣ ପ୍ରାଧିକରଣ ଦ୍ୱାରା ମାଲିକଙ୍କୁ ଦଣ୍ଡିତ ହେବାକୁ ପଡିବ। ଯଦି ଏହି ଉଲ୍ଲଂଘନ ଜାରି ରହେ, ତେବେ ଅତିରିକ୍ତ ଭାବେ ଦିନକୁ ୨ଶହ ଟଙ୍କା ଜରିମାନା ୭ଦିନ ପର୍ଯ୍ୟନ୍ତ ଦେବେ। ଏହାପରେ ସମ୍ପୃକ୍ତ କୁକୁରକୁ ସିଜ୍‌ କରାଯିବ ଓ ତାହାର ରକ୍ଷଣାବେକ୍ଷଣ ପାଇଁ ଦିନକୁ ୨ଶହ ଟଙ୍କା ହିସାବରେ ମାଲିକଙ୍କୁ ଦେବାକୁ ପଡିବ। ୭ଦିନ ଭିତରେ କୁକୁରକୁ ମାଲିକ ନ ନେଲେ ରେଜିଷ୍ଟ୍ରେଶନ ବାତିଲ କରିବା ସହ କୁକୁରରୁ ସାର୍ବଜନୀନ ଭାବେ ବିକ୍ରୟ କିମ୍ବା ଆଡପ୍ଟ କରାଯିବ। ସେହିପରି ଗୋଟିଏ ବର୍ଷରେ ଅତି କମ୍‌ରେ ୩ଥର ନିୟମର ଉଲ୍ଲଂଘନ କଲେ ମଧ୍ୟ ରେଜିଷ୍ଟ୍ରେଶନ ବାତିଲ କରାଯିବ ବୋଲି ନିୟମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri