ଦୃଷ୍ଟି ଶକ୍ତି ଭଲ ରହିଲେ, ପାଠପଢାରେ ରହିବ ନାହିଁ ସମସ୍ୟା

ଦାରିଙ୍ଗବାଡି, ୩୦।୧ (ଅରୁଣ ସାହୁ):ବିଦ୍ୟାର୍ଥୀଙ୍କ ଦୃଷ୍ଟି ଶକ୍ତି ବାଧିତ ହେଲେ ସେମାନଙ୍କ ଭବିଷ୍ୟତରେ ଅନେକ ସମସ୍ୟା ସୃଷ୍ଟି ହେବ। ବିଶେଷ କରି ପାଠପଢାରେ ବାଧା ସୃଷ୍ଟି ହେଉଥିବା ପାଠ ପଢିବା ଲେଖିବା ଭଳି ସମସ୍ୟା ସୃଷ୍ଟି ହେଉଛି। ଫଳରେ ସରକାର ଏଥିପାଇଁ ଲଗାତାର ପ୍ରୟାସ ଜାରି ରଖିଛନ୍ତି। ଏହି କ୍ରମରେ ଦାରିଙ୍ଗବାଡିର ବିଭିନ୍ନ ବିଦ୍ୟାଳୟରେ ଦୃଷ୍ଟି ଶକ୍ତି ପରୀକ୍ଷା କରାଯାଇ ଛାତ୍ରୀଛାତ୍ରଙ୍କୁ ଚଷମା ଓ ଆବଶ୍ୟକ ଔଷଧ ବଣ୍ଟନ ସହ ଅଧିକା ସମସ୍ୟା ରହିଥିବା ଛାତ୍ରୀଛାତ୍ରଙ୍କୁ ଅନ୍ୟତ୍ର ଅଧିକା ଚିକିତ୍ସା ପାଇଁ ଯିବାର ପରାମର୍ଶ ଦିଆଯାଉଛି। ଏଭଳି ଦାରିଙ୍ଗବାଡିଠାରେ ଥିବା ଗ୍ରୀନବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଇଓ ହାଡ଼ିବନ୍ଧୁ ବେହେରାଙ୍କ ତତ୍ତ୍ୱାବଧାନରେ ମୋଟ ୧୬୬ ଜଣ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ୪୯ ଜଣଙ୍କୁ ଚଷମା ଦିଆଯିବା ସହ ୪ ଜଣଙ୍କୁ ଅଧିକ ଚିକିତ୍ସା ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ।
ସେହିପରି ବୁର୍ଜୁବାଡି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୫୬ ଜଣ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା କରାଯାଇ ୬୦ଜଣଙ୍କୁ ଚଷମା ଦିଆଯାଇଥିବାବେଳେ ଅଧିକା ଚିକିତ୍ସା ପାଇଁ ୩ ଜଣଙ୍କୁ ଅନ୍ୟତ୍ର ଯିବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ଏହି ସବୁ ଛାତ୍ରୀଛାତ୍ରଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ମଧ୍ୟରେ ସନ୍ତୋଷ ବରାଡ଼,ସୁଶ୍ରୀ ଅର୍ଚ୍ଚନା ସ୍ବାଇଁ, ଅରବିନ୍ଦ ଦାସ, ଶୁଭାଶିଷ ପଣ୍ଡା ପ୍ରମୁଖ ଚିକିତ୍ସା କରିଥିଲେ। ଏହାକୁ ଗୋଷ୍ଠୀସମ୍ବଳ ଶିକ୍ଷକ ମାନସ କୁମାର ଷଡ଼ଙ୍ଗୀ, ରଶ୍ମିତା ସେନାପତି ପ୍ରମୁଖ ପରିଚାଳନା କରିଥିଲେ। ବିଦ୍ୟାଳୟର ଶିକ୍ଷୟତ୍ରୀଶିକ୍ଷକ ମାନେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ‘ଲକ୍ଷ୍ମୀ ଭଣ୍ଡାର’, ମହିଳା-ଗିଗ ଓ୍ବାର୍କର୍ସଙ୍କୁ ବଡ଼ ଉପହାର ହେଲେ ମମତା

କୋଲକାତା,୫।୨: ଗୁରୁବାର ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହୋଇଛି। ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୪.୦୬ ଲକ୍ଷ କୋଟି ଟଙ୍କାର…

IPLରୁ ବାଦ୍‌ ପଡ଼ିବା ପରେ ଚମକିଲା ମୁସ୍ତାଫିଜୁର ରହମାନଙ୍କ ଭାଗ୍ୟ

ନୂଆଦିଲ୍ଲୀ, ୫।୨: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡର ନିର୍ଦ୍ଦେଶରେ ବାଂଲାଦେଶର ଷ୍ଟାର ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ କୋଲକାତା ନାଇଟ ରାଇଡର୍ସ ଦଳରୁ ମୁକ୍ତ କରାଯାଇଥିଲା। IPL…

Baba Venga: ଡରାଉଛି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ; ୨୦୨୬ରେ ବଢିବ ନା ଶସ୍ତା ହେବ ସୁନା?

ପ୍ରସିଦ୍ଧ ବୁଲଗେରିଆନ୍ ଭବିଷ୍ୟବ୍ୟକ୍ତା ବାବା ଭେଙ୍ଗା, ଚଳିତ ବର୍ଷ ପାଇଁ ଅନେକ ଭୟଙ୍କର ଚେତାବନୀ ଦେଇଥିଲେ। ସେ ଭବିଷ୍ୟବାଣୀ କରିଥିଲେ ଯେ ବିଶ୍ୱ ଏକ ଗମ୍ଭୀର ଆର୍ଥିକ…

ସଂସଦରେ ଅଦ୍ଭୁତ ଦୃଶ୍ୟ, ମୋଦିଙ୍କ ଭାଷଣ ବିନା…

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତି ସଂସଦର ମିଳିତ ଅଧିବେଶନକୁ ସମ୍ୱୋଧିତ କରିବା ପରେ, ଆଲୋଚନା ହୁଏ ଏବଂ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ଅଭିଭାଷଣ ରଖାଯାଏ। କିନ୍ତୁ, ଲୋକ ସଭାରେ ହଟ୍ଟଗୋଳ ଯୋଗୁଁ…

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri