Posted inଜାତୀୟ

ପଲଟି ଗଲେ କି ପଲଟୁରାମ! ନୀତି ଆୟୋଗ ବୈଠକରେ ଯୋଗ ଦେଲେନି ନୀତିଶ କୁମାର

ନୂଆଦିଲ୍ଲୀ,୨୭।୭: ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ NITI ଆୟୋଗର ପରିଚାଳନା ପରିଷଦର ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ରାଜ୍ୟର ଅନେକ ମୁଖ୍ୟମନ୍ତ୍ରୀ ଅଂଶଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନର ସାଂସ୍କୃତିକ କେନ୍ଦ୍ରରେ ଏହି ସଭା ଅନୁଷ୍ଠିତ ହେଉଛି। ଇଣ୍ଡିଆ ମେଣ୍ଟ ଶାସିତ ରାଜ୍ୟମାନଙ୍କ ମଧ୍ୟରେ କେବଳ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ବୈଠକରେ ଭାଗ ନେଉଛନ୍ତି। ତେବେ ସବୁଠାରୁ ବଡ଼ କଥା ହେଉଛି ଇଣ୍ଡିଆ ମେଣ୍ଟର ମମତାଙ୍କୁ ଛାଡି ସବୁ ମୁଖ୍ୟମନ୍ତ୍ରୀ ଏହାକୁ ବୟକଟ କରିଥିବାବେଳେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଧ୍ୟ ବୈଠକରେ ଯୋଗ ଦେବେ ନାହିଁ ବୋଲି ସୂଚନା ଦେଇଛନ୍ତି।

ବିହାର ସିଏମ ନୀତିଶ କୁମାର ନୀତି ଆୟୋଗ ବୈଠକରେ ଯୋଗ ଦେଇ ନାହାନ୍ତିି। ସୂଚନାନୁସାରେ, ସେ ଡେପୁଟି ସିଏମ ସମ୍ରାଟ ଚୌଧୁରୀଙ୍କୁ ବୈଠକରେ ଯୋଗ ଦେବାକୁ ଅନୁମତି ଦେଇଛନ୍ତି। କିନ୍ତୁ NITI Aayog ର ନିୟମ ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଅନ୍ୟ କେହି ଏଥିରେ କେହି ଯୋଗ ଦେଇପାରିବେ ନାହିଁ। ତେଣୁ ଉପ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଏହି ବୈଠକରେ ଯୋଗଦେବା ପାଇଁ ନୀତି ଆୟୋଗଙ୍କ ଅନୁମତି ପାଇନାହାଁନ୍ତି। ଏଥିପାଇଁ ସେ ମଧ୍ୟ ବୈଠକରେ ଯୋଗ ଦେଇ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର

ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri