Posted inଜାତୀୟ

ଅଦାଲତ ଅବମାନନା କରି ଘର ଭାଙ୍ଗିଲେ ନିର୍ମାଣ ନିର୍ଦ୍ଦେଶ ଦିଆଯିବ

ନୂଆଦିଲ୍ଲୀ,୫ା୧୦(ପି.ଟି.): ଅଦାଲତଙ୍କ ନିର୍ଦ୍ଦେଶର ଅବମାନନା କରି ଯଦି ଅଧିକାରୀ କାହାର ଘର ଭାଙ୍ଗନ୍ତି, ତେବେ ତାଙ୍କୁ ଉକ୍ତ ଘର ନିର୍ମାଣ ପାଇଁ ନିର୍ଦ୍ଦେଶ ଦିଆଯିବ ବୋଲି ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ଅଦାଲତଙ୍କ ବିନା ଅନୁମତିରେ ଦେଶରେ କାହାର ଘର ଭଙ୍ଗାଯାଇପାରିବ ନାହିଁ ବୋଲି ସର୍ବୋଚ୍ଚ ଅଦାଲତ ସେପ୍ଟେମ୍ବର ୧୭ରେ ନିର୍ଦ୍ଦେଶ ଦେଇଥିଲେ। ଏହାର ଅବମାନନା କରାଯାଇ ଗୁଜରାଟ କର୍ତ୍ତୃପକ୍ଷ ଜବରଦଖଲ ଉଚ୍ଛେଦ ନାଁରେ ଲୋକଙ୍କ ଘର ଭାଙ୍ଗିଥିବା ଅଭିଯୋଗ ହୋଇଥିଲା। ଉକ୍ତ ଅଧିକାରୀଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ପାଇଁ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ପିଟିଶନ୍‌ର ଶୁଣାଣି କରି ଜଷ୍ଟିସ୍‌ ବି.ଆର୍‌. ଭଗାଇ ଏବଂ କେ.ଭି. ବିଶ୍ୱନାଥନଙ୍କ ଖଣ୍ଡପୀଠ ଉପରୋକ୍ତ ଟିପ୍ପଣୀ ଦେଇଛନ୍ତି। ଆବେଦନକାରୀ ସୁମାସ୍ତ ପଟନି ମୁସ୍‌ଲିମ୍‌ ଜମାତ ପକ୍ଷରୁ ବରିଷ୍ଠ ଆଇନଜୀବୀ ସଞ୍ଜୟ ହେଗ୍‌ଡେ କହିଥିଲେ, ଶୀର୍ଷ ଅଦାଲତଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଗୁଜରାଟ କର୍ତ୍ତୃପକ୍ଷ ଘର ଭାଙ୍ଗିଛନ୍ତି। ଅନ୍ୟପକ୍ଷରେ ଗୁଜରାଟ ସରକାରୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଉପସ୍ଥିତ ରହି କହିଥିଲେ, ଉକ୍ତ ନିର୍ମାଣ ସମୁଦ୍ର ସୀମାରେ ଏବଂ ସୋମନାଥ ମନ୍ଦିରଠାରୁ ୩୪୦ ମିଟର ଦୂରରେ ଥିଲା। ତେଣୁ ଏହା ଅଦାଲତଙ୍କ ନିର୍ଦ୍ଦେଶନାମା ପରିସରରେ ଆସୁ ନ ଥିବା ସଲିସିଟର ଜେନେରାଲ କହିଥିଲେ। କାରଣ ଉକ୍ତ ନିର୍ଦ୍ଦେଶ ସର୍ବସାଧାରଣ ସ୍ଥାନରେ ବେଆଇନ ନିର୍ମାଣ ପାଇଁ ଲାଗୁ ହେବ ନାହିଁ ବୋଲି ଅଦାଲତ ସ୍ପଷ୍ଟ କରିଥିଲେ। ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ଖଣ୍ଡପୀଠ କହିଥିଲେ, ଯଦି ଗୁଜରାଟ କର୍ତ୍ତୃପକ୍ଷ ଅଦାଲତ ଅବମାନନା କରିଥିବା ଜଣାପଡ଼େ ତେବେ ତାଙ୍କୁ କେବଳ ଜେଲ ପଠାଯିବ ନାହିଁ, ଘର ନିର୍ମାଣ ପାଇଁ ନିର୍ଦ୍ଦେଶ ଦିଆଯିବ। ମାମଲାର ପରବର୍ତ୍ତୀ ଶୁଣାଣି ଅକ୍ଟୋବର ୧୬କୁ ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri