ଆଜି ଆକାଊଣ୍ଟକୁ ଆସିନି ଟଙ୍କା, ପୁଣି ଦ୍ୱିତୀୟ ଥର କରିପାରିବେ କି ଆବେଦନ, ଜାଣି ନିଅନ୍ତୁ…

ଭୁବନେଶ୍ୱର,୧୭।୯: ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଓଡ଼ିଶା ଆସି ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଛି। ନିଜ ଜନ୍ମଦିନରେ ଓଡିଶାରେ ମହିଳାମାନଙ୍କୁ ବଡ ଭେଟି ପ୍ରଦାନ କରିଛନ୍ତି ପିିଏମ । ଏହି ଅବସରରେ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି । ଆଜି ଓଡିଶାର ପ୍ରାୟ ୨୫ ଲକ୍ଷ ୧୧ ହଜାର ହିତାଧିକାରୀଙ୍କ ଖାତାକୁ ଯାଇଛି ସୁଭଦ୍ରା ଟଙ୍କା। ତେବେ ଆଜି ଅଧିକାଂଶ ମହିଳାଙ୍କ ଖାତାକୁ ସୁଭଦ୍ରା ଟଙ୍କା ଆସିଥିବାବେଳେ ଅନେକଙ୍କୁ ଏହି ଟଙ୍କା ମିଳିନାହିଁ । ଯାହାକୁ ନେଇ ସେମାନେ ଦ୍ୱନ୍ଦ୍ୱରେ ଅଛନ୍ତି ।

ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଦେଇଥିବା ସୂଚନା ଅନୁସାରେ, ୧୭ ତାରିଖ ଅର୍ଥାତ ଆଜି ପରେ ଆବେଦନ କରୁଥିବା ମହିଳାମାନଙ୍କୁ ସୁଭଦ୍ରା ଯୋଜନାର ଲାଭ ନିଶ୍ଚିତ ଭାବେ ମିଳିବ । ସୁଭଦ୍ରା ଟଙ୍କା ପାଇଁ ଆବେଦନ କରିବାକ ର୍ନିଦ୍ଦିଷ୍ଟ କୌଣସି ସମୟ ସୀମା ନାହିଁ । ଜଣେ ଚାହିଁଲେ ବର୍ତ୍ତମାନ ମଧ୍ୟ ରେଜିଷ୍ଟ୍ରେସନ କରିପାରିବ । କିନ୍ତୁ ୧୫ତାରିଖ ପର୍ଯ୍ୟନ୍ତ ଯେଉଁମାନେ ଆବେଦନ କରିଥିଲେ ସେମାନଙ୍କୁ ଆଜି ଟଙ୍କା ମିଳିବ । ଆଜି ଅର୍ଥାତ ୧୭ ତାରିଖ ପରେ ଆବେଦନ କରିଥିବା ମହିଳାମାନେ ଏଥିରୁ ବଞ୍ଚିତ ହେବେ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଥିଲେ ।

ସୁଭଦ୍ରା ପାଇଁ ରବିବାର ପ୍ରଥମେ ପରୀକ୍ଷା ମୂଳକ ଭାବରେ ୧ ଟଙ୍କା ପଠାଇଥିଲେ ରାଜ୍ୟ ସରକାର । ତେବେ ଯେଉଁମାନଙ୍କ ଆକାଉଣ୍ଟକୁ ୧ ଟଙ୍କା ଯାଇଥିଲା ଏବଂ ଯେଉଁମାନଙ୍କର ଯାଇ ବି ନ ଥିଲା ସେମାନଙ୍କ ଆକାଉଣ୍ଟକୁ ଯାଇଛି ୪,୯୯୯ ଟଙ୍କା। କିନ୍ତୁ ଯେଉଁମାନେ ୧୫ ପରେ ଆବେଦନ କରିଥିବେ ସେମାନଙ୍କୁ ଆଜି ଟଙ୍କା ମିଳିବ ନାହିଁ। କିନ୍ତୁ ୧୫ତାରିଖ ପୂର୍ବରୁ ଆପ୍ଲାଏ କରି ଯଦି ଆପଣଙ୍କୁ ଟଙ୍କା ମିଳିନାହିଁ ତେବେ ସେ କ’ଣ ଦ୍ୱିତୀୟ ଥର ଆବେଦନ କରିପାରିବେ?

ତେବେ ଯଦି ଆପଣଙ୍କ ପ୍ରଥମ ଆବେଦନରେ ଟଙ୍କା ମିଳୁନାହିଁ କିମ୍ବା ଆପଣ ଅଯୋଗ୍ୟ ସାବ୍ୟସ୍ତ ହୋଇଛନ୍ତି ତେବେ ପରବର୍ତ୍ତୀ ସମୟରେ ଆବେଦନ କରିପାରିବେ। ଏବଂ ଯଦି ପରବର୍ତ୍ତୀ ସମୟରେ ଆପଣ ଯୋଗ୍ୟ ବିବେଚିତ ହୁଅନ୍ତି ତେବେ ଆବେଦନ ତାରିଖ ନିର୍ବିଶେଷରେ ସେ ସେହି ବର୍ଷର କିସ୍ତି ଗ୍ରହଣ କରିବେ

ସୂଚନାଥାଉ କି, ସୁଭଦ୍ରା ଯୋଜନାରେ ଆବେଦନ କରିବା ପାଇଁ ସେଭଳି କୌଣସି ଆବେଦନ ସୀମା ନାହିଁ । ଆଜି ଯେଉଁମାନଙ୍କୁ ପ୍ରଥମ କିସ୍ତି ଟଙ୍କା ମିଳିନାହିଁ ସେମାନେ ଆବେଦନ କରିଲେ ପରେ ମିଳିବ । ଏପରିକି ଯେଉଁମାନେ ପ୍ରଥମ କିସ୍ତି ଟଙ୍କା ନପାଇବେ ସେମାନଙ୍କୁ ପରବର୍ତ୍ତୀ କିସ୍ତିରେ ଏକାବେଳେ ଦୁଇଟି କିସ୍ତି ମିଳିବ । ଆବେଦନକାରୀଙ୍କ ନାଁରେ ଆଧାର କାର୍ଡ ଓ କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ଥିବା ଆବଶ୍ୟକ । ବ୍ୟାଙ୍କ ସହ ଆଧାର ସଂଯୋଗ ହୋଇଥିବା ଜରୁରୀ। ତା’ସହିତ ହିତାଧିକାରୀଙ୍କ ମୋବାଇଲ ନମ୍ବରଟି ମଧ୍ୟ ଆଧାର କାର୍ଡ ସହ ଲିଙ୍କ ହୋଇଥିବା ଆବଶ୍ୟକ । ସୁଭଦ୍ରା ଯୋଜନାରେ ୨୧ ବର୍ଷରୁ ୬୦ ବର୍ଷ ପର୍ଯ୍ୟନ୍ତ ମହିଳା ସାମିଲ ହୋଇପାରିବେ । ଏ ନେଇ ଗାଇଡଲାଇନରେ ସ୍ପଷ୍ଟ କରିସାରିଛନ୍ତି ରାଜ୍ୟ ସରକାର । ବର୍ଷକୁ ଦୁଇଟି କିସ୍ତିରେ ମହିଳାଙ୍କୁ ଟଙ୍କା ମିଳିବ । ପ୍ରତ୍ୟେକ କିସ୍ତିରେ ମହିଳାଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ଆସିବ । ରାକ୍ଷୀ ପୂର୍ଣ୍ଣିମା ଏବଂ ମହିଳା ଦିବସରେ ଏହି ଟଙ୍କା ମିଳିବ । ଯେଉଁମାନେ ଡିସେମ୍ବର ପର୍ଯ୍ୟନ୍ତ ଆବେଦନ କରିଥିବେ ସେମାନେ ମଧ୍ୟ ପ୍ରଥମ କିସ୍ତିର ଲାଭ ପାଇବେ । ଯେଉଁ ମହିଳାମାନଙ୍କ ଖାତାକୁ ପ୍ରଥମ କିସ୍ତି ଭାବେ ୫ ହଜାର ଟଙ୍କା ଆସିଛି, ସେମାନେ ଦ୍ୱିତୀୟ କିସ୍ତି ଭାବରେ ମାର୍ଚ୍ଚରେ ୧୦ ଟଙ୍କା ପାଇବେ ।

କିଛି ଦିନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୁଭଦ୍ରା ଯୋଜନାର ୱେବ ପୋର୍ଟାଲକୁ ଶୁଭାରମ୍ଭ କରିଛନ୍ତି। ଏହି ପୋର୍ଟାଲଟି ହେଉଛି www.subhadra.odisha.gov.in। ଏହି ପୋର୍ଟାଲ ଛଡା ଆଉ କୌଣସି fake ୱେବସାଇଟ ଦ୍ବାରା ଭ୍ରମିତ ହୁଅନ୍ତୁ ନାହିଁ । ସୁଭଦ୍ରା ଯୋଜନା ସମ୍ବନ୍ଧରେ ଜାଣିବା ପାଇଁ ଏହି ୱେବ ପୋର୍ଟାଲରେ ସମସ୍ତ ପ୍ରକାର ସୂଚନା ପ୍ରଦାନ କରାଯାଇଛି । ଏହା ଦ୍ବାରା ଆପଣମାନେ ସହଜରେ, ସୁବିଧାରେ, ସବୁଠାରେ ସୁଭଦ୍ରା ବିଷୟରେ ପଢିପାରିବେ ଓ ବୁଝିପାରିବେ । ଏହା ଉଭୟ ଓଡିଆ ଓ ଇଂରାଜୀ ଭାଷାରେ ପ୍ରଦତ୍ତ ଅଛି। ହିତାଧିକାରୀଙ୍କ ଯୋଗ୍ୟତା, ସେମାନଙ୍କ ଅଧିକାର, ହାୟିତ୍ୱ ସହ ବାରମ୍ବାର ପଚରାଯାଉଥିବା ପ୍ରଶ୍ନ ଓ ଏହାର ଉତ୍ତର ଏହି ୱେବ ପୋର୍ଟାଲରେ ଉପଲବ୍ଧ ଅଛି। ସୁଭଦ୍ରା ସମ୍ବନ୍ଧୀୟ ଆପଣମାନଙ୍କ ମନରେ ଆସୁଥିବା ଯେକୌଣସି ପ୍ରଶ୍ନର ଉତ୍ତର ଆପଣ ଏହି ୱେବ ପୋର୍ଟାଲରେ ପାଇପାରିବେ । ସୁଭଦ୍ରା ଯୋଜନା ସମ୍ବନ୍ଧୀୟ କୌଣସି ନୂଆ ଘୋଷଣା ଆପଣ ଏହି ୱେବ ପୋର୍ଟାଲରେ ପାଇପାରିବେ ।

ଆଉ କିଛି ଜାଣିବାକୁ ହେଲା ଆପଣ ଟୋଲ ଫ୍ରି ନମ୍ବର -୧୪୬୭୮ ରେ କଲ କରିବେ । ଏହି ଟୋଲ ଫ୍ରି ନମ୍ବର ସକାଳ ୬ରୁ ରାତି ୧୦ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ରହିବ। ଏହି ଫର୍ମ ସମ୍ପୂର୍ଣ ମାଗଣାରେ ଉପଲବ୍ଧ ହେଉଛି । ପୂରଣ ହୋଇଥିବା ଫର୍ମ ସହିତ ଅବେଦନକାରୀଙ୍କୁ କେବଳ ଆଧାର କାର୍ଡର ନକଲ ଦାଖଲ କରିବାକୁ ହେବ। ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ର ଓ ଜିଲାପାଳଙ୍କ ନିର୍ଦ୍ଦେଶାନୁସାର ନିରୂପଣ କରାଯାଇଥିବା ର୍ନିଦ୍ଦିଷ୍ଟ ସ୍ଥାନ ଓ କାର୍ଯ୍ୟଳୟରେ ୪ ସେପ୍ଟେମ୍ବର ଅପରାହ୍ନରୁ ଫର୍ମ ଦାଖଲ ଆରମ୍ଭ ହୋଇଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri