ଆଜି ଆକାଊଣ୍ଟକୁ ଆସିନି ଟଙ୍କା, ପୁଣି ଦ୍ୱିତୀୟ ଥର କରିପାରିବେ କି ଆବେଦନ, ଜାଣି ନିଅନ୍ତୁ…

ଭୁବନେଶ୍ୱର,୧୭।୯: ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଓଡ଼ିଶା ଆସି ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଛି। ନିଜ ଜନ୍ମଦିନରେ ଓଡିଶାରେ ମହିଳାମାନଙ୍କୁ ବଡ ଭେଟି ପ୍ରଦାନ କରିଛନ୍ତି ପିିଏମ । ଏହି ଅବସରରେ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି । ଆଜି ଓଡିଶାର ପ୍ରାୟ ୨୫ ଲକ୍ଷ ୧୧ ହଜାର ହିତାଧିକାରୀଙ୍କ ଖାତାକୁ ଯାଇଛି ସୁଭଦ୍ରା ଟଙ୍କା। ତେବେ ଆଜି ଅଧିକାଂଶ ମହିଳାଙ୍କ ଖାତାକୁ ସୁଭଦ୍ରା ଟଙ୍କା ଆସିଥିବାବେଳେ ଅନେକଙ୍କୁ ଏହି ଟଙ୍କା ମିଳିନାହିଁ । ଯାହାକୁ ନେଇ ସେମାନେ ଦ୍ୱନ୍ଦ୍ୱରେ ଅଛନ୍ତି ।

ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଦେଇଥିବା ସୂଚନା ଅନୁସାରେ, ୧୭ ତାରିଖ ଅର୍ଥାତ ଆଜି ପରେ ଆବେଦନ କରୁଥିବା ମହିଳାମାନଙ୍କୁ ସୁଭଦ୍ରା ଯୋଜନାର ଲାଭ ନିଶ୍ଚିତ ଭାବେ ମିଳିବ । ସୁଭଦ୍ରା ଟଙ୍କା ପାଇଁ ଆବେଦନ କରିବାକ ର୍ନିଦ୍ଦିଷ୍ଟ କୌଣସି ସମୟ ସୀମା ନାହିଁ । ଜଣେ ଚାହିଁଲେ ବର୍ତ୍ତମାନ ମଧ୍ୟ ରେଜିଷ୍ଟ୍ରେସନ କରିପାରିବ । କିନ୍ତୁ ୧୫ତାରିଖ ପର୍ଯ୍ୟନ୍ତ ଯେଉଁମାନେ ଆବେଦନ କରିଥିଲେ ସେମାନଙ୍କୁ ଆଜି ଟଙ୍କା ମିଳିବ । ଆଜି ଅର୍ଥାତ ୧୭ ତାରିଖ ପରେ ଆବେଦନ କରିଥିବା ମହିଳାମାନେ ଏଥିରୁ ବଞ୍ଚିତ ହେବେ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଥିଲେ ।

ସୁଭଦ୍ରା ପାଇଁ ରବିବାର ପ୍ରଥମେ ପରୀକ୍ଷା ମୂଳକ ଭାବରେ ୧ ଟଙ୍କା ପଠାଇଥିଲେ ରାଜ୍ୟ ସରକାର । ତେବେ ଯେଉଁମାନଙ୍କ ଆକାଉଣ୍ଟକୁ ୧ ଟଙ୍କା ଯାଇଥିଲା ଏବଂ ଯେଉଁମାନଙ୍କର ଯାଇ ବି ନ ଥିଲା ସେମାନଙ୍କ ଆକାଉଣ୍ଟକୁ ଯାଇଛି ୪,୯୯୯ ଟଙ୍କା। କିନ୍ତୁ ଯେଉଁମାନେ ୧୫ ପରେ ଆବେଦନ କରିଥିବେ ସେମାନଙ୍କୁ ଆଜି ଟଙ୍କା ମିଳିବ ନାହିଁ। କିନ୍ତୁ ୧୫ତାରିଖ ପୂର୍ବରୁ ଆପ୍ଲାଏ କରି ଯଦି ଆପଣଙ୍କୁ ଟଙ୍କା ମିଳିନାହିଁ ତେବେ ସେ କ’ଣ ଦ୍ୱିତୀୟ ଥର ଆବେଦନ କରିପାରିବେ?

ତେବେ ଯଦି ଆପଣଙ୍କ ପ୍ରଥମ ଆବେଦନରେ ଟଙ୍କା ମିଳୁନାହିଁ କିମ୍ବା ଆପଣ ଅଯୋଗ୍ୟ ସାବ୍ୟସ୍ତ ହୋଇଛନ୍ତି ତେବେ ପରବର୍ତ୍ତୀ ସମୟରେ ଆବେଦନ କରିପାରିବେ। ଏବଂ ଯଦି ପରବର୍ତ୍ତୀ ସମୟରେ ଆପଣ ଯୋଗ୍ୟ ବିବେଚିତ ହୁଅନ୍ତି ତେବେ ଆବେଦନ ତାରିଖ ନିର୍ବିଶେଷରେ ସେ ସେହି ବର୍ଷର କିସ୍ତି ଗ୍ରହଣ କରିବେ

ସୂଚନାଥାଉ କି, ସୁଭଦ୍ରା ଯୋଜନାରେ ଆବେଦନ କରିବା ପାଇଁ ସେଭଳି କୌଣସି ଆବେଦନ ସୀମା ନାହିଁ । ଆଜି ଯେଉଁମାନଙ୍କୁ ପ୍ରଥମ କିସ୍ତି ଟଙ୍କା ମିଳିନାହିଁ ସେମାନେ ଆବେଦନ କରିଲେ ପରେ ମିଳିବ । ଏପରିକି ଯେଉଁମାନେ ପ୍ରଥମ କିସ୍ତି ଟଙ୍କା ନପାଇବେ ସେମାନଙ୍କୁ ପରବର୍ତ୍ତୀ କିସ୍ତିରେ ଏକାବେଳେ ଦୁଇଟି କିସ୍ତି ମିଳିବ । ଆବେଦନକାରୀଙ୍କ ନାଁରେ ଆଧାର କାର୍ଡ ଓ କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ଥିବା ଆବଶ୍ୟକ । ବ୍ୟାଙ୍କ ସହ ଆଧାର ସଂଯୋଗ ହୋଇଥିବା ଜରୁରୀ। ତା’ସହିତ ହିତାଧିକାରୀଙ୍କ ମୋବାଇଲ ନମ୍ବରଟି ମଧ୍ୟ ଆଧାର କାର୍ଡ ସହ ଲିଙ୍କ ହୋଇଥିବା ଆବଶ୍ୟକ । ସୁଭଦ୍ରା ଯୋଜନାରେ ୨୧ ବର୍ଷରୁ ୬୦ ବର୍ଷ ପର୍ଯ୍ୟନ୍ତ ମହିଳା ସାମିଲ ହୋଇପାରିବେ । ଏ ନେଇ ଗାଇଡଲାଇନରେ ସ୍ପଷ୍ଟ କରିସାରିଛନ୍ତି ରାଜ୍ୟ ସରକାର । ବର୍ଷକୁ ଦୁଇଟି କିସ୍ତିରେ ମହିଳାଙ୍କୁ ଟଙ୍କା ମିଳିବ । ପ୍ରତ୍ୟେକ କିସ୍ତିରେ ମହିଳାଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ଆସିବ । ରାକ୍ଷୀ ପୂର୍ଣ୍ଣିମା ଏବଂ ମହିଳା ଦିବସରେ ଏହି ଟଙ୍କା ମିଳିବ । ଯେଉଁମାନେ ଡିସେମ୍ବର ପର୍ଯ୍ୟନ୍ତ ଆବେଦନ କରିଥିବେ ସେମାନେ ମଧ୍ୟ ପ୍ରଥମ କିସ୍ତିର ଲାଭ ପାଇବେ । ଯେଉଁ ମହିଳାମାନଙ୍କ ଖାତାକୁ ପ୍ରଥମ କିସ୍ତି ଭାବେ ୫ ହଜାର ଟଙ୍କା ଆସିଛି, ସେମାନେ ଦ୍ୱିତୀୟ କିସ୍ତି ଭାବରେ ମାର୍ଚ୍ଚରେ ୧୦ ଟଙ୍କା ପାଇବେ ।

କିଛି ଦିନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୁଭଦ୍ରା ଯୋଜନାର ୱେବ ପୋର୍ଟାଲକୁ ଶୁଭାରମ୍ଭ କରିଛନ୍ତି। ଏହି ପୋର୍ଟାଲଟି ହେଉଛି www.subhadra.odisha.gov.in। ଏହି ପୋର୍ଟାଲ ଛଡା ଆଉ କୌଣସି fake ୱେବସାଇଟ ଦ୍ବାରା ଭ୍ରମିତ ହୁଅନ୍ତୁ ନାହିଁ । ସୁଭଦ୍ରା ଯୋଜନା ସମ୍ବନ୍ଧରେ ଜାଣିବା ପାଇଁ ଏହି ୱେବ ପୋର୍ଟାଲରେ ସମସ୍ତ ପ୍ରକାର ସୂଚନା ପ୍ରଦାନ କରାଯାଇଛି । ଏହା ଦ୍ବାରା ଆପଣମାନେ ସହଜରେ, ସୁବିଧାରେ, ସବୁଠାରେ ସୁଭଦ୍ରା ବିଷୟରେ ପଢିପାରିବେ ଓ ବୁଝିପାରିବେ । ଏହା ଉଭୟ ଓଡିଆ ଓ ଇଂରାଜୀ ଭାଷାରେ ପ୍ରଦତ୍ତ ଅଛି। ହିତାଧିକାରୀଙ୍କ ଯୋଗ୍ୟତା, ସେମାନଙ୍କ ଅଧିକାର, ହାୟିତ୍ୱ ସହ ବାରମ୍ବାର ପଚରାଯାଉଥିବା ପ୍ରଶ୍ନ ଓ ଏହାର ଉତ୍ତର ଏହି ୱେବ ପୋର୍ଟାଲରେ ଉପଲବ୍ଧ ଅଛି। ସୁଭଦ୍ରା ସମ୍ବନ୍ଧୀୟ ଆପଣମାନଙ୍କ ମନରେ ଆସୁଥିବା ଯେକୌଣସି ପ୍ରଶ୍ନର ଉତ୍ତର ଆପଣ ଏହି ୱେବ ପୋର୍ଟାଲରେ ପାଇପାରିବେ । ସୁଭଦ୍ରା ଯୋଜନା ସମ୍ବନ୍ଧୀୟ କୌଣସି ନୂଆ ଘୋଷଣା ଆପଣ ଏହି ୱେବ ପୋର୍ଟାଲରେ ପାଇପାରିବେ ।

ଆଉ କିଛି ଜାଣିବାକୁ ହେଲା ଆପଣ ଟୋଲ ଫ୍ରି ନମ୍ବର -୧୪୬୭୮ ରେ କଲ କରିବେ । ଏହି ଟୋଲ ଫ୍ରି ନମ୍ବର ସକାଳ ୬ରୁ ରାତି ୧୦ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ରହିବ। ଏହି ଫର୍ମ ସମ୍ପୂର୍ଣ ମାଗଣାରେ ଉପଲବ୍ଧ ହେଉଛି । ପୂରଣ ହୋଇଥିବା ଫର୍ମ ସହିତ ଅବେଦନକାରୀଙ୍କୁ କେବଳ ଆଧାର କାର୍ଡର ନକଲ ଦାଖଲ କରିବାକୁ ହେବ। ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ର ଓ ଜିଲାପାଳଙ୍କ ନିର୍ଦ୍ଦେଶାନୁସାର ନିରୂପଣ କରାଯାଇଥିବା ର୍ନିଦ୍ଦିଷ୍ଟ ସ୍ଥାନ ଓ କାର୍ଯ୍ୟଳୟରେ ୪ ସେପ୍ଟେମ୍ବର ଅପରାହ୍ନରୁ ଫର୍ମ ଦାଖଲ ଆରମ୍ଭ ହୋଇଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?