Posted inଫୁରସତ

ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ ନ କଲେ ଘରୁ ଜିନିଷ ନେଇଯାଉଛନ୍ତି ଅଧିକାରୀ

ଭୋପାଳ: ଲୋକଙ୍କଠୁ ବକେୟା ବିଦ୍ୟୁତ୍‌ ବିଲ୍‌ ଆଦାୟ କରିବା ଲାଗି ମଧ୍ୟପ୍ରଦେଶ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଏକ ସ୍ବତନ୍ତ୍ର ପ୍ରକାର ଅଭିଯାନ ଆରମ୍ଭ ହୋଇଛି। ଯେଉଁ ବ୍ୟକ୍ତି ବିଜୁଳି ବିଲ୍‌ ପୈଠ କରିବାକୁ ସକ୍ଷମ ହେଉନାହାନ୍ତି ବିଭାଗୀୟ ଅଧିକାରୀ ସେମାନଙ୍କ ଘରୁ ମୋଟର ସାଇକେଲ, ପାଳିତ ପଶୁ, ଟ୍ରାକ୍ଟର ଆଦି ଜୋର ଜବରଦସ୍ତ ନେଇଯାଉଛନ୍ତି, ଯାହା ଲୋକଙ୍କ ପାଇଁ ବଡ଼ ସମସ୍ୟା ସୃଷ୍ଟି କରିଛି। ଏ ନେଇ ଅଭିଯୋଗ ହେବା ପରେ ଉଚ୍ଚଅଧିକାରୀ ୨ ଠିକା କର୍ମଚାରୀଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି।

ଚଳିତ ଆର୍ଥିକ ବର୍ଷ ଶେଷସୁଦ୍ଧା ମଧ୍ୟପ୍ରଦେଶ ପୂର୍ବାଞ୍ଚଳ ଶକ୍ତି ବିତରଣ କମ୍ପାନୀ ୫୧୮ କୋଟି ଟଙ୍କାର ବକେୟା ବିଦ୍ୟୁତ୍‌ ବିଲ୍‌ ଆଦାୟ କରିବା ନେଇ ଯୋଜନା କରିଥିବାରୁ ଏହି ଅଭିଯାନ ଆରମ୍ଭ କରିଥିବା କୁହାଯାଉଛି। ସ୍ଥାନୀୟ ଅଞ୍ଚଳରେ ଯେଉଁମାନେ ଦୀର୍ଘଦିନ ଧରି ବିଦ୍ୟୁତ୍‌ ବିଲ୍‌ ଟଙ୍କା ଜମା କରିନାହାନ୍ତି ସେମାନଙ୍କୁ ଏହି ଅଭିଯାନର ଶିକାର ହେବାକୁ ପଡ଼ିଛି। ଏ ନେଇ ସାଗର, ଦାମୋହ, ଛତରପୁର, ପାନ୍ନା, ଗ୍ବାଲିଅର ଆଦି ଜିଲାର ଶତାଧିକ ଗ୍ରାମକୁ ରିକୋଭରି ନୋଟିସ ଜାରି କରାଯାଇଛି। ଅନେକ ଗ୍ରାମର ଲୋକଙ୍କଠାରୁ ଟ୍ରାକ୍ଟର, ମୋଟର ସାଇକେଲ୍‌, ପାଣି ପମ୍ପ ଆଦି ଜବତ୍‌ କରାଯାଇଛି। ସାଗର ଜିଲା ଦେଓରି ଗ୍ରାମରେ ବିଭାଗୀୟ ଅଧିକାରୀ ବିଦ୍ୟୁତ୍‌ ବିଲ୍‌ ଆଦାୟ ପାଇଁ ରେଖା ଅହିରଓ୍ବାରଙ୍କ ଘରେ ପହଞ୍ଚିଥିଲେ। ରେଖା ଘରେ ନ ଥିବାବେଳେ ତାଙ୍କ ବଡ଼ ଶାଶୁ ଗାଧୋଇବାକୁ ଯାଇଥିଲେ। ବିଦ୍ୟୁତ୍‌ ବିଭାଗର ଅଫିସରମାନେ ତାଙ୍କ ଘରେ ଜବରଦସ୍ତ ପଶି ଘରକରଣା ଜିନିଷ ସବୁ ଗାଡ଼ିରେ ଲୋଡ୍‌ କରି ନେଇଯାଇଥିବା ରେଖା ଅଭିଯୋଗ କରିଛନ୍ତି। ଏ ପରି ନ କରିବାକୁ ଅଫିସରମାନଙ୍କୁ ରେଖା ନେହୁରା ହୋଇ ଥିଲେ ମଧ୍ୟ ତାଙ୍କ କଥା କେହି ଶୁଣି ନ ଥିଲେ। ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍‌ ହେବା ପରେ ରାଜ୍ୟ ସରକାର ଦୁଇ ଠିକା କର୍ମଚାରୀଙ୍କୁ ବହିଷ୍କାର କରି ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri