‘ପିଜି ଡାକ୍ତରଙ୍କୁ ଜିଲାକୁ ପଠାଇଲେ ଏମ୍‌କେସିଜିରେ ବାଧାପ୍ରାପ୍ତ ହେବ ରୋଗୀସେବା’

ବ୍ରହ୍ମପୁର ଅଫିସ,୬ା୮: ରାଜ୍ୟର ବିଭିନ୍ନ ମେଡିକାଲ କଲେଜର ପିଜି ଡାକ୍ତରଙ୍କୁ କରୋନା ମୁକାବିଲା ପାଇଁ ବିଭିନ୍ନ ଜିଲାକୁ ପଠାଇବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଛି। ଏହାକୁ ନେଇ ଆପତ୍ତି ଉଠାଇଛି ବ୍ରହ୍ମପୁରସ୍ଥିତ ଏମ୍‌କେସିଜି ମେଡିକାଲ କଲେଜ ଜୁନିଅର ଡାକ୍ତର ସଂଘ। ଏମ୍‌କେସିଜି ମେଡିକାଲ ଦକ୍ଷିଣ ଓଡ଼ିଶାର ଏକ ରେଫେରାଲ ହସ୍ପିିଟାଲ ହୋଇଥିବା ବେଳେ ଏଠାକୁ ପ୍ରତିଦିନ ଶହ ଶହ ରୋଗୀ ଆସୁଛନ୍ତି। ସେହିପରି ଏଠାରେ କାର୍ଯ୍ୟରତ ପିଜି ଡାକ୍ତରମାନେ ପୂର୍ବରୁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଅନୁଯାୟୀ, ଗଞ୍ଜାମର କୋଭିଡ୍‌ ହସ୍ପିଟାଲ ଓ ଏମ୍‌କେସିଜି ଆଇସୋଲେଶନ ଓ୍ବାର୍ଡରେ କାର୍ଯ୍ୟରତ। ତେଣୁ ଏଠାରୁ ସମସ୍ତ ପିଜି ଡାକ୍ତରଙ୍କୁ ନେଇଗଲେ ରୋଗୀସେବା ଏକପ୍ରକାର ଠପ୍‌ ହୋଇଯିବ ବୋଲି ସଂଘ ପକ୍ଷରୁ ଗୁରୁବାର ଏକ ଖବରଦାତା ସମ୍ମିଳନୀରେ କୁହାଯାଇଛି। ଏ ନେଇ ସଂଘ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ରଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି । ଏମ୍‌କେସିଜିରୁ ୨୦ରୁ ୨୫ ପ୍ରତିଶତ ହିଁ ପିଜି ଡାକ୍ତରଙ୍କୁ ନେଇ ସେମାନଙ୍କୁ ଗଞ୍ଜାମ ନିକଟବର୍ତ୍ତୀ ଜିଲାରେ କାର୍ଯ୍ୟ କରିବାକୁ ସୁଯୋଗ ଦେବାକୁ ସଂଘ ଅନୁରୋଧ କରିଛି। ଏହି ସମ୍ମିଳନୀରେ ସଂଘ ସଭାପତି ଡା, ସ୍ମୃତି ରଞ୍ଜନ ପଟ୍ଟନାୟକ, ସାଧାରଣ ସଂପାଦକ ଡା .ଅନୁପମ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri