ରୁଷିଆ ଆକ୍ରମଣ ବନ୍ଦ ନ ହେଲେ ତୃତୀୟ ବିଶ୍ୱଯୁଦ୍ଧ ନିଶ୍ଚିତ…

କ୍ୱିଭ୍‌,୨୧।୩ : ରୁଷିଆ ପକ୍ଷରୁ ୟୁକ୍ରେନ ଉପରେ ଆକ୍ରମଣ ଜାରି ରହିଛି। ଏହାକୁ ନେଇ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ବଡ ବିବୃତ୍ତିି ଦେଇଛନ୍ତି। ଜେଲେନସ୍କି କହିଛନ୍ତି ଯେ ସେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଆଲୋଚନା ପାଇଁ ପ୍ରସ୍ତୁତ ଅଛନ୍ତି। କିନ୍ତୁ ଯଦି ଆଲୋଚନା ବିଫଳ ହୁଏ, ଏହାର ଅର୍ଥ ହେଉଛି ତୃତୀୟ ବିଶ୍ୱଯୁଦ୍ଧ ନିଶ୍ଚିତ ହେବ।

ୟୁକ୍ରେନ ରାଷ୍ଟ୍ରପତିଙ୍କ ଏହି ବିବୃତ୍ତି ନେଇ ଏବେ ଅନ୍ତର୍ଜାତୀୟସ୍ତରରେ ଚିନ୍ତା ବଢ଼ିବାରେ ଲାଗିଛି। ଏହାପୂର୍ବରୁ ଜେଲେନସ୍କି ପୁଟିନଙ୍କୁ ଯୁଦ୍ଧ ବନ୍ଦ କରିବା ପାଇଁ ସିଧାସଳଖ ଆଲୋଚନା କରିବାକୁ ଅପିଲ୍‌ କରିଥିଲେ। ରୁଷିଆ ସୈନ୍ୟ ୟୁକ୍ରେନ୍‌ର ମାରିଅପୋଲ ସହରରେ ଲଗାତାର ଆକ୍ରମଣ ଜାରି ରଖିଛି।

ମାରିଓପୋଲ ହେଉଛି ଆଜୋଭ ସାଗର ନିକଟରେ ୟୁକ୍ରେନର ଏକ ବନ୍ଦର ସହର। ଏହାକୁ ଚତୁର୍ଦ୍ଦିଗରୁ ରୁଷିଆର ସୈନିକମାନେ ଘେରି ରହିଛନ୍ତି। ଏହି ସହର ଏବେ ୟୁକ୍ରେନ୍‌ରୁ ବିଚ୍ଛିନ୍ନ ହୋଇଛି। ଏଠାରେ କିଛି ଲୋକ ବୋମାମାଡ଼ରୁ ରକ୍ଷା ପାଇବା ପାଇଁ ବଙ୍କରରେ ଲୁଚି ରହିଛନ୍ତି।

ମାରିଆପୋଲରୁ କ୍ୱିଭ୍‌, ଖାର୍କିଭ ଏବଂ ଡୋନେଟସ୍କରୁ ଲୁହାନସ୍କ ପର୍ଯ୍ୟନ୍ତ ଅଞ୍ଚଳରେ ରୁଷିଆର ସେନା ବୋମା ମାଡ଼ କରୁଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଏବଂ ୟୁକ୍ରେନର ପ୍ରଶାସନିକ ଅଧିକାରୀଙ୍କ ଦ୍ୱାରା ପ୍ରକାଶିତ ଚିତ୍ରଗୁଡ଼ିକରେ ମଧ୍ୟ ସେଠାରେ ଥିବା ଲୋକଙ୍କ ଦୁଃଖଦ ଅବସ୍ଥା ସମ୍ପର୍କରେ ଭଲ ଭାବେ ଜାଣି ହେଉଛି।

ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ଅନୁଯାୟୀ, ମାରିଆପୋଲରେ ରୁଷିଆ ଯୁଦ୍ଧ ଅପରାଧ କରୁଛି। ସେଠାରେ ଥିବା ଲୋକଙ୍କ ପ୍ରତି ଅନ୍ୟାୟ କରାଯାଉଛି। ଜେଲେନସ୍କି କହିଛନ୍ତି ଯେ ରୁଷିଆର ଏହି ଅତ୍ୟାଚାରକୁ ବିଶ୍ୱ ସର୍ବଦା ମନେ ରଖିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri