ସ୍କୁଲ ମିଶ୍ରଣ ନୀତି ପ୍ରତ୍ୟାହାର ନ ହେଲେ ଗଣ ଆନ୍ଦୋଳନ

କଟକ ଅଫିସ,୧୪ା୮: ରାଜ୍ୟ ସରକାର ଉପସ୍ଥାନ କମ୍‌ ଆଳରେ ୧୪,୩୭୯ ପ୍ରାଥମିକ ବିଦ୍ୟାଳୟ ବନ୍ଦ କରିବା ପାଇଁ ଘୋଷଣା କରିଛନ୍ତି। ସେଥିମଧ୍ୟରୁ କଟକ ଜିଲାର ୪୪୮ ଓ ମହାନଗର ନିଗମର ୨୫ ସରକାରୀ ପ୍ରାଥମିକ ବିଦ୍ୟାଳୟ ବନ୍ଦ ହେବାକୁ ଯାଉଛି ବୋଲି କମିଟି ପକ୍ଷରୁ କୁହାଯାଇଛି। ୨୦୨୦ ମାର୍ଚ୍ଚ ୧୧ ତାରିଖରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ବନ୍ଦ ପାଇଁ ବିଜ୍ଞପ୍ତି ଜାରି କରାଯାଇଥିଲା। ଏହାକୁ ହାଇକୋର୍ଟଙ୍କ ଜଣିକିଆ ଖଣ୍ଡପୀଠ ଗତ ମେ’ ୪ ତାରିଖରେ ରଦ୍ଦ କରି କହିଥିଲେ, ଏହି ବିଜ୍ଞପ୍ତି ସମ୍ବିଧାନର ଧାରା ୨୧(କ) ଏବଂ ଶିକ୍ଷା ଅଧିକାର ଆଇନ ୨୦୦୯ ତଥା ନିୟମ ୨୦୧୦ର ବିରୁଦ୍ଧାଚରଣ କରୁଛି। ବର୍ଷ ବର୍ଷ ଧରି ସ୍କୁଲଗୁଡିକରେ ବହୁସଂଖ୍ୟକ ଶିକ୍ଷକ ପଦବୀ ଖାଲି ପଡିବା, ଶିକ୍ଷକମାନଙ୍କୁ ବର୍ଷସାରା ଶିକ୍ଷା ବହିର୍ଭୁତ କାର୍ଯ୍ୟରେ ନିୟୋଜିତ କରିବା, ଗୁଣାତ୍ମକ ଶିକ୍ଷା ଭିତ୍ତିକ ପାଠ୍ୟ ଖସଡାର ଅଭାବ, ପାସ୍‌-ଫେଲ୍‌ ବ୍ୟବସ୍ଥା ଉଚ୍ଛେଦ, ଆବଶ୍ୟକ ଭିତ୍ତିଭୂମିର ଅଭାବ ଯୋଗୁ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଯଦି ସରକାର ସ୍କୁଲ ବନ୍ଦ-ମିଶ୍ରଣ ନୀତି ପ୍ରତ୍ୟାହାର କରି ଜିଲାର ସମସ୍ତ ସ୍କୁଲରେ ନାମଲେଖା ଆରମ୍ଭ ନ କରନ୍ତି ତେବେ ଆଗାମୀ ଦିନରେ ଗଣ ଆନ୍ଦୋଳନ କରାଯିବ ବୋଲି ବିଦ୍ୟାଳୟ ସୁରକ୍ଷା କମିଟି ପକ୍ଷରୁ ଶୁକ୍ରବାର କଟକ ଚୌଧୁରୀ ବଜାରସ୍ଥିତ ମାରୁତି ମଣ୍ଡପଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ କମିଟି ସଂଯୋଜକ ତରୁଣସେନ ନାୟକ ସୂଚନା ଦେଇଛନ୍ତି। ଏହି ସମ୍ମିଳନୀରେ କମିଟି ଆବାହକ ପ୍ରଶାନ୍ତ ଦାସ, ଗୌରାଙ୍ଗ ଚରଣ ସାହୁ, ମୁମତାଜ ଅଲ୍ଲୀଙ୍କ ସହ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?