ସ୍କୁଲ ମିଶ୍ରଣ ନୀତି ପ୍ରତ୍ୟାହାର ନ ହେଲେ ଗଣ ଆନ୍ଦୋଳନ

କଟକ ଅଫିସ,୧୪ା୮: ରାଜ୍ୟ ସରକାର ଉପସ୍ଥାନ କମ୍‌ ଆଳରେ ୧୪,୩୭୯ ପ୍ରାଥମିକ ବିଦ୍ୟାଳୟ ବନ୍ଦ କରିବା ପାଇଁ ଘୋଷଣା କରିଛନ୍ତି। ସେଥିମଧ୍ୟରୁ କଟକ ଜିଲାର ୪୪୮ ଓ ମହାନଗର ନିଗମର ୨୫ ସରକାରୀ ପ୍ରାଥମିକ ବିଦ୍ୟାଳୟ ବନ୍ଦ ହେବାକୁ ଯାଉଛି ବୋଲି କମିଟି ପକ୍ଷରୁ କୁହାଯାଇଛି। ୨୦୨୦ ମାର୍ଚ୍ଚ ୧୧ ତାରିଖରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ବନ୍ଦ ପାଇଁ ବିଜ୍ଞପ୍ତି ଜାରି କରାଯାଇଥିଲା। ଏହାକୁ ହାଇକୋର୍ଟଙ୍କ ଜଣିକିଆ ଖଣ୍ଡପୀଠ ଗତ ମେ’ ୪ ତାରିଖରେ ରଦ୍ଦ କରି କହିଥିଲେ, ଏହି ବିଜ୍ଞପ୍ତି ସମ୍ବିଧାନର ଧାରା ୨୧(କ) ଏବଂ ଶିକ୍ଷା ଅଧିକାର ଆଇନ ୨୦୦୯ ତଥା ନିୟମ ୨୦୧୦ର ବିରୁଦ୍ଧାଚରଣ କରୁଛି। ବର୍ଷ ବର୍ଷ ଧରି ସ୍କୁଲଗୁଡିକରେ ବହୁସଂଖ୍ୟକ ଶିକ୍ଷକ ପଦବୀ ଖାଲି ପଡିବା, ଶିକ୍ଷକମାନଙ୍କୁ ବର୍ଷସାରା ଶିକ୍ଷା ବହିର୍ଭୁତ କାର୍ଯ୍ୟରେ ନିୟୋଜିତ କରିବା, ଗୁଣାତ୍ମକ ଶିକ୍ଷା ଭିତ୍ତିକ ପାଠ୍ୟ ଖସଡାର ଅଭାବ, ପାସ୍‌-ଫେଲ୍‌ ବ୍ୟବସ୍ଥା ଉଚ୍ଛେଦ, ଆବଶ୍ୟକ ଭିତ୍ତିଭୂମିର ଅଭାବ ଯୋଗୁ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଯଦି ସରକାର ସ୍କୁଲ ବନ୍ଦ-ମିଶ୍ରଣ ନୀତି ପ୍ରତ୍ୟାହାର କରି ଜିଲାର ସମସ୍ତ ସ୍କୁଲରେ ନାମଲେଖା ଆରମ୍ଭ ନ କରନ୍ତି ତେବେ ଆଗାମୀ ଦିନରେ ଗଣ ଆନ୍ଦୋଳନ କରାଯିବ ବୋଲି ବିଦ୍ୟାଳୟ ସୁରକ୍ଷା କମିଟି ପକ୍ଷରୁ ଶୁକ୍ରବାର କଟକ ଚୌଧୁରୀ ବଜାରସ୍ଥିତ ମାରୁତି ମଣ୍ଡପଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ କମିଟି ସଂଯୋଜକ ତରୁଣସେନ ନାୟକ ସୂଚନା ଦେଇଛନ୍ତି। ଏହି ସମ୍ମିଳନୀରେ କମିଟି ଆବାହକ ପ୍ରଶାନ୍ତ ଦାସ, ଗୌରାଙ୍ଗ ଚରଣ ସାହୁ, ମୁମତାଜ ଅଲ୍ଲୀଙ୍କ ସହ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା କରି ଦିଆଯାଉଛି ଦୁର୍ଘଟଣାର ରୂପ

ନୂଆପଡ଼ା,୫।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ କୋଟେନଚୁଆ ପଞ୍ଚାୟତ ତିଲେଇଝର ଗାଁରେ ଶୁକ୍ରବାର ରାତିରେ ଜଣେ ଯୁବକଙ୍କ ଟ୍ରାକ୍ଟରରୁ ପଡି ମୃତ୍ୟୁ ଘଟିଥିବା ଖରିଆର ରୋଡ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ନୈତିକ ଦୁର୍ବଳତାର ପ୍ରତୀକ

ଚୌହାନ ଚଳଚ୍ଚିତ୍ରର ଟିଜର ହେଉଛି ସଂଖ୍ୟାବହୁଳବାଦ ସମ୍ପର୍କରେ ପ୍ରଚାର କରୁଥିବା ସିନେମାଗୁଡ଼ିକ ମଧ୍ୟରେ ଏକ ସଦ୍ୟତମ ଦୃଷ୍ଟାନ୍ତ। ଏଥିରେ କୁହାଯାଇଛି ଯେ, ଲୁହବୁହା ଗ୍ୟାସ୍‌ର ପ୍ରଭାବ ନାହିଁ।…

ଡରାଇଲା IMD ର ଆକଳନ: ଓଡ଼ିଶାକୁ ରେଡ୍‌ ଆଲର୍ଟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ୱର, ୫ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଶନିବାର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri