ନଭେମ୍ବର ୧ ସୁଦ୍ଧା ଜାଗା ଖାଲି ନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୯ (ବ୍ୟୁରୋ):‘ଏକାମ୍ର କ୍ଷେତ୍ର ଆମେନିଟିଜ୍‌ ଆଣ୍ଡ ମନୁମେଣ୍ଟ୍‌ସ ରିଭାଇଭାଲ୍‌ ଆକ୍ସନ ପ୍ଲାନ’ ଯୋଜନାରେ ବିଏମ୍‌ସି ଉପଯୁକ୍ତ କ୍ଷତିପୂରଣ ନ ଦେଇ ଘରୋଇ ଜମି ଅଧିଗ୍ରହଣ କରିବାକୁ ବିରୋଧ କରି ହାଇକୋର୍ଟରେ ଆଗତ ୨ଟି ମାମଲାର ରାୟ ପ୍ରକାଶ ପାଇଛି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଏବଂ ବିଚାରପତି ବି.ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଉକ୍ତ ମାମଲାର ଶୁଣାଣି କରିି ଆବେଦନକାରୀଙ୍କୁ ଆସନ୍ତା ନଭେମ୍ବର ୧ ତାରିଖ ମଧ୍ୟରେ ଜାଗା ଖାଲି କରିବା ସହ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ଠାରୁ ଧାର୍ଯ୍ୟ କ୍ଷତିପୂରଣ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ନ ହେଲେ ବିଏମ୍‌ସି ଆଇନ ଅନୁଯାୟୀ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ଏଥିସହିତ ଡବ୍ଲ୍ୟୁପି(ସି) ୨୪୨୧୧ରେ ୫ ଅକ୍ଟୋବର ୨୦୨୦ରେ ଦିଆଯାଇଥିବା ସ୍ଥଗିତାଦେଶକୁ ଉଠାଇ ଦିଆଯାଇଛି ବୋଲି ଖଣ୍ଡପୀଠ ରାୟରେ ଉଲ୍ଲେଖ କରିଛନ୍ତି।
ସୂଚନାଯୋଗ୍ୟ, ଏକାମ୍ର କ୍ଷେତ୍ର ଯୋଜନାରେ ଜମି ଅଧିଗ୍ରହଣ ଏବଂ କ୍ଷତିପୂରଣକୁ ବିରୋଧ କରି ଶ୍ରୀବତ୍ସ ପଣ୍ଡା, ତାଙ୍କ ଝିଅ ମିତୁଶ୍ରୀ ପଣ୍ଡା ଏବଂ ଶ୍ରୀପତି ପୂଜାପଣ୍ଡା ୨୦୨୦ରେ ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଖୋର୍ଦ୍ଧା ଜିଲାପାଳ, ବିଏମ୍‌ସି ଏବଂ ତହସିଲଦାରଙ୍କୁ ପକ୍ଷଭୁକ୍ତ କରି ହାଇକୋର୍ଟରେ ୨ଟି ରିଟ୍‌ ଆବେଦନ କରିଥିଲେ। ଉଚ୍ଚ ଅଦାଲତ ଉକ୍ତ ଆବେଦନର ଶୁଣାଣି କରି ଅକ୍ଟୋବର ୫ରେ ଏକ ଅନ୍ତରୀଣ ରହିତାଦେଶ ଜାରି କରିବା ସହ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥିତାବସ୍ଥା ଜାରି କରିଥିଲେ। ଅପରପକ୍ଷରେ ନଭେମ୍ବର ୧୮ରେ ବିଏମ୍‌ସି ପକ୍ଷରୁ ହାଇକୋର୍ଟରେ କାଉଣ୍ଟର ଆଫିଡେଭିଟ୍‌ ଫାଇଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri