ନଭେମ୍ବର ୧ ସୁଦ୍ଧା ଜାଗା ଖାଲି ନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୯ (ବ୍ୟୁରୋ):‘ଏକାମ୍ର କ୍ଷେତ୍ର ଆମେନିଟିଜ୍‌ ଆଣ୍ଡ ମନୁମେଣ୍ଟ୍‌ସ ରିଭାଇଭାଲ୍‌ ଆକ୍ସନ ପ୍ଲାନ’ ଯୋଜନାରେ ବିଏମ୍‌ସି ଉପଯୁକ୍ତ କ୍ଷତିପୂରଣ ନ ଦେଇ ଘରୋଇ ଜମି ଅଧିଗ୍ରହଣ କରିବାକୁ ବିରୋଧ କରି ହାଇକୋର୍ଟରେ ଆଗତ ୨ଟି ମାମଲାର ରାୟ ପ୍ରକାଶ ପାଇଛି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଏବଂ ବିଚାରପତି ବି.ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଉକ୍ତ ମାମଲାର ଶୁଣାଣି କରିି ଆବେଦନକାରୀଙ୍କୁ ଆସନ୍ତା ନଭେମ୍ବର ୧ ତାରିଖ ମଧ୍ୟରେ ଜାଗା ଖାଲି କରିବା ସହ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ଠାରୁ ଧାର୍ଯ୍ୟ କ୍ଷତିପୂରଣ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ନ ହେଲେ ବିଏମ୍‌ସି ଆଇନ ଅନୁଯାୟୀ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ଏଥିସହିତ ଡବ୍ଲ୍ୟୁପି(ସି) ୨୪୨୧୧ରେ ୫ ଅକ୍ଟୋବର ୨୦୨୦ରେ ଦିଆଯାଇଥିବା ସ୍ଥଗିତାଦେଶକୁ ଉଠାଇ ଦିଆଯାଇଛି ବୋଲି ଖଣ୍ଡପୀଠ ରାୟରେ ଉଲ୍ଲେଖ କରିଛନ୍ତି।
ସୂଚନାଯୋଗ୍ୟ, ଏକାମ୍ର କ୍ଷେତ୍ର ଯୋଜନାରେ ଜମି ଅଧିଗ୍ରହଣ ଏବଂ କ୍ଷତିପୂରଣକୁ ବିରୋଧ କରି ଶ୍ରୀବତ୍ସ ପଣ୍ଡା, ତାଙ୍କ ଝିଅ ମିତୁଶ୍ରୀ ପଣ୍ଡା ଏବଂ ଶ୍ରୀପତି ପୂଜାପଣ୍ଡା ୨୦୨୦ରେ ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଖୋର୍ଦ୍ଧା ଜିଲାପାଳ, ବିଏମ୍‌ସି ଏବଂ ତହସିଲଦାରଙ୍କୁ ପକ୍ଷଭୁକ୍ତ କରି ହାଇକୋର୍ଟରେ ୨ଟି ରିଟ୍‌ ଆବେଦନ କରିଥିଲେ। ଉଚ୍ଚ ଅଦାଲତ ଉକ୍ତ ଆବେଦନର ଶୁଣାଣି କରି ଅକ୍ଟୋବର ୫ରେ ଏକ ଅନ୍ତରୀଣ ରହିତାଦେଶ ଜାରି କରିବା ସହ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥିତାବସ୍ଥା ଜାରି କରିଥିଲେ। ଅପରପକ୍ଷରେ ନଭେମ୍ବର ୧୮ରେ ବିଏମ୍‌ସି ପକ୍ଷରୁ ହାଇକୋର୍ଟରେ କାଉଣ୍ଟର ଆଫିଡେଭିଟ୍‌ ଫାଇଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri