ରାଜ୍ୟ ସରକାର ପ୍ରସ୍ତାବ ଦେଲେ ମହାନଦୀ ଉପରେ ବ୍ୟାରେଜ ହେବ: ବିଶ୍ୱେଶ୍ୱର

ରାୟଗଡ଼ା ଅଫିସ/ ଜୟପୁର,୧।୫(ନି.ପ୍ର.): ପଡ଼ୋଶୀ ଛତିଶଗଡ଼ ଓ ଆନ୍ଧ୍ର ସରକାର ନିଜ ରାଜ୍ୟର ନଦୀଗୁଡ଼ିକ ଉପରେ ବ୍ୟାରେଜ ନିର୍ମାଣ କରି ଚାଷ, ଶିଳ୍ପ ସହ ଲୋକଙ୍କୁ ପାନୀୟ ଜଳ ଯୋଗାଉଛନ୍ତି। ଓଡ଼ିଶା ଦେଇ ପ୍ରବାହିତ ମହାନଦୀ ଉପରେ ବ୍ୟାରେଜ ନିର୍ମାଣ ପାଇଁ ରାଜ୍ୟ ସରକାର କେବେ ପ୍ରସ୍ତାବ ଦେଇଛନ୍ତି କି । ରାୟଗଡ଼ା ଓ କୋରାପୁଟ ଜିଲା ଗସ୍ତରେ ଆସି ଶନିବାର କେନ୍ଦ୍ର ଜଳ ସମ୍ପଦ ବିଭାଗ ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଏଭଳି ପ୍ରଶ୍ନ କରିଛନ୍ତି। ଏହି ପ୍ରସଙ୍ଗରେ ସେ ଓଡ଼ିଶା ସରକାରଙ୍କ ଉପରେ ଦୋଷ ଲଦିଛନ୍ତି।
ସର୍କିଟ ହାଉସ ଠାରେ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ଆଲୋଚନା ବେଳେ ହୀରାକୁଦକୁ ପାଣି ଆସିବା ବାଟରେ ଯଦି ଛତିଶଗଡ଼ ସରକାର ବ୍ୟାରେଜ ନିର୍ମାଣ କରିପାରୁଛନ୍ତି ତେବେ ମହାନଦୀ ଉପରେ ବ୍ୟାରେଜ ନିର୍ମାଣ କରି ବର୍ଷା ଦିନରେ ଜଳ ସଂରକ୍ଷଣ ପାଇଁ ଓଡ଼ିଶା ସରକାର କାହିଁକି ପ୍ରସ୍ତାବ ଦେଉନାହାନ୍ତି ବୋଲି ବିଶ୍ୱେଶ୍ୱର କହିଥିଲେ। ଆମ ପାଖରେ ଆହୁରି ଦୁଇ ବର୍ଷ ସମୟ ଅଛି। ରାଜ୍ୟ ସରକାର ପ୍ରସ୍ତାବ ଦେଲେ ତାହାକୁ ଶୀଘ୍ର କାର୍ଯ୍ୟକାରୀ କରାଯାଇ କାମ ଅଗ୍ରଗତି କରିପାରିବୁ। କୋରାପୁଟ ଜିଲାକୁନ୍ଦୁରା ବ୍ଲକ ଗସ୍ତ ଅବସରରେ ଜୟପୁର ହାଟପଦାଠାରେ ଆଲୋଚନା ସମୟରେ ସମାନ କଥା କହିବା ସହ ରାଜ୍ୟ ସରକାରଙ୍କ ଜଳ ସମ୍ପଦ ମନ୍ତ୍ରୀ ଗଣମାଧ୍ୟମରେ ଯେଉଁ ଯୁକ୍ତି ରଖୁଛନ୍ତି ଏସବୁ ବିଷୟରେ ତାଙ୍କର କୌଣସି ଜ୍ଞାନ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri