Posted inଜାତୀୟ

ଚିନ୍ତାଧାରା ସଚ୍ଚୋଟ ହେଲେ କାର୍ଯ୍ୟରେ ସ୍ବଚ୍ଛତା ବଜାୟ ରହିବ…

ନୂଆଦିଲ୍ଲୀ,୧୧।୧୨: ଭାଜପା ସରକାର କେବଳ ଶିଳାନ୍ୟାସ କରେ ନାହିଁ। ପ୍ରତିଟି କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଉତ୍ତରପ୍ରଦେଶର ବଳରାମପୁରରେ ସରଯୁ କେନାଲ ପ୍ରକଳ୍ପର ଲୋକାର୍ପଣ କରି ଏଭଳି କହିଛନ୍ତି। ୯୮୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ଏହି କେନାଲ ପରିଯୋଜନା ଦ୍ୱାରା ୯ ଟି ଜିଲ୍ଲାର ୨୯ ଲକ୍ଷ ଚାଷୀ ଉପକୃତ ହେବେ। ଏହି ପ୍ରକଳ୍ପ ଦ୍ୱାରା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କର ନଦୀ ସଂଯୋଗ ଅଭିଯାନର ସ୍ବପ୍ନ ପୂରଣ ହୋଇପାରିଛି। ଚିନ୍ତାଧାରା ସଚ୍ଚୋଟ ହେଲେ କାର୍ଯ୍ୟରେ ସ୍ବଚ୍ଛତା ବଜାୟ ରହିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଅଭିଭାଷଣରେ ଦେଶର ପ୍ରଥମ ଚିଫ୍‌ ଅଫ୍‌ ଡିଫେନ୍ସ୍‌ ଷ୍ଟାଫ୍‌ ବିପିନ ରାଓ୍ବତଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ତାଙ୍କ ମୃତ୍ୟୁ ଦେଶ ପାଇଁ ଏକ ବଡ କ୍ଷତି ବୋଲି ସେ କହିଛନ୍ତି। ପ୍ରତ୍ୟେକ ଦେଶବାସୀ ତାଙ୍କ ମୃତ୍ୟୁରେ ଦୁଃଖିତ। ମୁଁ ଦେଶର ଏପରି ସାହସୀ ଯୋଦ୍ଧାଙ୍କୁ ପ୍ରଣାମ କରୁଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
ଏହା ସହିତ ସେ ସମାଜବାଦୀ ପାର୍ଟିର ଅଖିଳେଶ ଯାଦବଙ୍କୁ ମଧ୍ୟ ସମାଲୋଚନା କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ ୧୯୭୨ ମସିହାରେ ସରଯୁ କେନାଲ ପ୍ରକଳ୍ପକୁ ଅନୁମୋଦନ ମିଳିଥିଲା। ମାତ୍ର ସେବେଠାରୁ ଏହି ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ସେ ସମୟର କଂଗ୍ରେସ, ଏସପି କିମ୍ବା ବିଏସପି ସରକାର କେହି ଏନେଇ ଆଗ୍ରହ ପ୍ରକାଶ କରି ନଥିଲେ। ଫଳସ୍ବରୂପ, ୪୦ ବର୍ଷ ମଧ୍ୟରେ ଏହି ପ୍ରକଳ୍ପ ଅଧା ମଧ୍ୟ ଶେଷ ହୋଇ ନ ଥିଲା। କିନ୍ତୁ କେନ୍ଦ୍ର ତଥା ରାଜ୍ୟରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ଏହି ପ୍ରକଳ୍ପ ଶେଷ ହୋଇପାରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri