ବାତ୍ୟାରେ ବିଦ୍ୟୁତ୍‌ ଯୋଗାଣ ବାଧକ ହେଲେ ତୁରନ୍ତ କାମ ହେବ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ସାମ୍ଭାବ୍ୟ ବାତ୍ୟା ‘ଜଓ୍ବାଦ’କୁ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରି ସାରିଛି। ଫଳରେ ରାଜ୍ୟ ସରକାର ବାତ୍ୟା ମୁକାବିଳା ନେଇ ପ୍ରସ୍ତୁିତ ଆରମ୍ଭ କରିଛନ୍ତି। ଏପରିକି ୨୪ ଘଣ୍ଟିଆ ବିଦ୍ୟୁତ୍‌ ଯୋଗାଣ ନିଶ୍ଚିତ କରିବା ଲାଗି ଟିପି ସଦର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଚିପିଏସ୍‌ଓଡିଏଲ୍‌)ର ବିଜ୍‌ନେସ୍‌ କଣ୍ଚିନ୍ୟୁଇଟି ଆଣ୍ଡ୍‌ ଡିଜାଷ୍ଟର ମ୍ୟାନେଜମେଣ୍ଟ (ବିସିଡିଏମ୍‌) ପ୍ରସ୍ତୁତ ରହିଛି।

ବାତ୍ୟାର ପ୍ରତିକ୍ରିୟା ଯାଞ୍ଚ କରିବା ଲାଗି ଏକ ମକ୍‌ ଡ୍ରିଲ୍‌ ଆୟୋଜନ କରାଯାଇଛି। ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୨୪ ଘଣ୍ଟିଆ ବିଦ୍ୟୁତ୍‌ ଯୋଗାଣ ନିଶ୍ଚିତ କରିବା ଲାଗି ଏକ ଟିମ୍‌ ଗଠନ କରାଯାଇଛି। ବିଦ୍ୟୁତ୍‌ ଯୋଗାଣରେ ବାତ୍ୟା ବାଧା ଦେଲେ ସଙ୍ଗେସଙ୍ଗେ କାମ ହେବ। କୌଣସି ଜରୁରୀ ପରିସ୍ଥିତିରେ ଗ୍ରାହକ ପାୱାର୍‌ ସିଷ୍ଟମ୍‌ କଣ୍ଟ୍ରୋଲ୍‌ ସେଣ୍ଟର୍‌ (ପିଏସସିସି)କୁ ୯୪୩୭୪ ୮୪୮୬୮ରେ କିମ୍ବା ୨୪ ଘଣ୍ଚିଆ କଲ୍‌ ସେଣ୍ଟର ନମ୍ବର ୧୮୦୦୩୪୫୬୭୯କୁ ଫୋନ କରି ସମସ୍ୟା ଜଣାଇପାରିବେ ବୋଲି ଚିପିଏସ୍‌ଓଡିଏଲ୍‌ ପକ୍ଷରୁ କୁହାଯାଇଛି।

ଟିପିଏସ୍‌ଓଡିଏଲ୍‌ ସିଇଓ ଅରବିନ୍ଦ୍‌ ସିଂହ କହିଛନ୍ତି, କଠିନ ପରିସ୍ଥତିରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣକୁ ନିଶ୍ଚିତ କରିବା ଲାଗି ଆବଶ୍ୟକ ପଦକ୍ଷେପ ନିଆଯିବ। ସାମୁଦ୍ରିକ ବାତ୍ୟା ଜୱାଦ୍‌ ସମୟରେ ଯେକୌଣସି ପ୍ରକାରର ଦୁର୍ଘଟଣାରୁ ବର୍ତ୍ତିବା ଲାଗି ଆବଶ୍ୟକ ସୁରକ୍ଷା ପଦକ୍ଷେପ ପାଳନ କରିବାକୁ ସାଧାରଣଙ୍କୁ ସେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri