Posted inଜାତୀୟ

ମାଗଣା ଯୋଜନା ପାଇଁ ଟଙ୍କା ଅଛି ହେଲେ ବିଚାରପତିଙ୍କ ଦରମା ପାଇଁ… ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଛାଟ

ନୂଆଦିଲ୍ଲୀ,୭।୧: କେନ୍ଦ୍ର ସରକାରଙ୍କୁ କଡା ଛାଟ ଦେଇଛନ୍ତି ସୁପ୍ରିମକୋର୍ଟ। ଜିଲା କୋର୍ଟ ବିଚାରପତିଙ୍କ ଦରମା ଏବଂ ପେନଶନକୁ ନେଇ ସରକାରଙ୍କ ମନୋଭାବ ସୁପ୍ରିମକୋର୍ଟଙ୍କୁ ନିରାଶ କରଛି। ସମସ୍ତ ରାଜ୍ୟ ସରକାରଙ୍କ ଦ୍ୱାରା ମାଗଣାରେ ବଣ୍ଟା ଯାଉଥିବା ଟଙ୍କା ଓ ମାଗଣା ଯୋଜନାକୁ ଦର୍ଶାଇ କୋର୍ଟ କହିଛନ୍ତି, ଯେଉଁମାନେ କିଛି କାମ କରୁ ନାହାନ୍ତି ସେମାନଙ୍କ ପାଇଁ ଟଙ୍କା ଅଛି। ଯେତେବେଳେ ବିଚାରପତିମାନଙ୍କ ଦରମା ଏବଂ ପେନଶନ ପ୍ରଶ୍ନ ଆସେ, ସେତେବେଳେ ଅପାଣ ଆର୍ଥିକ ସମସ୍ୟା ଦେଖାଦେଇଥାଏ।

ଅଲ ଇଣ୍ଡିଆ ଜଜ ଆସୋସିଏସନ ନାମକ ଏକ ସଂଗଠନ ଦ୍ୱାରା ଦାଖଲ ହୋଇଥିବା ଆବେଦନ ଶୁଣାଣି ବେଳେ ସୁପ୍ରିମକୋର୍ଟର ଜଷ୍ଟିସ ବି.ଆର ଗୋବାଇଙ୍କ ନେତୃତ୍ୱରେ ଗଠିତ ବେଞ୍ଚ ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଭିନ୍ନ ଦଳ ଦେଇଥିବା ଘୋଷଣା ଉପରେ ଆଲୋକପାତ କରିଛନ୍ତିି। କୋର୍ଟ କହିଛନ୍ତି, ର୍ନିବାଚନ ଆସିବା ମାତ୍ରେ ଲାଡଲି ବେହନ ଭଳି ଯୋଜନା ଘୋଷଣା ଆରମ୍ଭ ହେବ, ଯେଉଁଠାରେ ହିତାଧିକାରୀଙ୍କୁ ପ୍ରତି ମାସରେ ଏକ ର୍ନିଦ୍ଦିଷ୍ଟ ରାଶି ଦିଆଯିବ। ପ୍ରତିମାସରେ ସେମାନଙ୍କୁ ୨୫୦୦ ଟଙ୍କା ଦେବାକୁ ପ୍ରତିଶୃତି ଦେଇଛନ୍ତି।

୨୦୧୫ ରେ ଦାଖଲ ହୋଇଥିବା ଏହି ଆବେଦନରେ ବିଚାରପତିଙ୍କ ସ୍ବଳ୍ପ ବେତନ ଏବଂ ଅବସର ପରେ ଉପଯୁକ୍ତ ପେନଶନ ନ ପାଇବା ବିଷୟରେ କୁହାଯାଇଛି। ସାରା ଦେଶରେ ଏ ବାବଦରେ କୌଣସି ନୀତି ନାହିଁ ବୋଲି ମଧ୍ୟ ସନ୍ଦର୍ଭ ଦିଆଯାଇଛି। ଏହି ମାମଲାରେ ସହାୟତା କରିବା ପାଇଁ ସୁପ୍ରିମକୋର୍ଟ ବରିଷ୍ଠ ଓକିଲ କେ ପରମେଶ୍ୱରଙ୍କୁ ଆମିକସ କ୍ୟୁରିଆ ଭାବରେ ନିଯୁକ୍ତ କରିଛନ୍ତି। ଶୁଣାଣି ସମୟରେ କେନ୍ଦ୍ର ସରକାରଙ୍କ ନିକଟରେ ହାଜର ହୋଇଥିବା ଆଟର୍ଣ୍ଣି ଜେନେରାଲ ଆର ଭେଙ୍କଟାରାମଣି କହିଛନ୍ତି ଯେ ସରକାର ଦେଇଥିବା ଫ୍ରିବିଜ (ମାଗଣା ଯୋଜନା) ଏକ ସାମୟିକ ବ୍ୟବସ୍ଥା। ଦରମା ଏବଂ ପେନଶନ ବୃଦ୍ଧି ଏକ ସ୍ଥାୟୀ ଜିନିଷ । ରାଜସ୍ବ ଉପରେ ଏହାର ପ୍ରଭାବକୁ ବିଚାର କରିବା ଜରୁରୀ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?