‘ଦରଦ ଥିଲେ ମନ୍ତ୍ରୀ, ବିଧାୟକ ମଣ୍ଡିରେ ଶୁଅନ୍ତୁ’

ଭବାନୀପାଟଣା, ୧୪।୧: କଳାହାଣ୍ଡି ଜିଲା ପ୍ରତି ମୁଖ୍ୟମନ୍ତ୍ରୀଙ୍କ ଯଦି ପ୍ରକୃତରେ ଦରଦ ଅଛି ତେବେ କଳାହାଣ୍ଡି ଗସ୍ତରେ ଆସିଥିବା ୭୦ଜଣ ବିଧାୟକ ଓ ୧୨ଜଣ ମନ୍ତ୍ରୀଙ୍କୁ ଜିଲାର ସବୁ ମଣ୍ଡିକୁ ଜଗିବା ପାଇଁ ଦାୟିତ୍ୱ ଦିଅନ୍ତୁ। ଚାଷୀମାନେ ଧାନ ବିକ୍ରି କରି ନ ପାରି ତଳିତଳାନ୍ତ ହେଉଛନ୍ତି। ଏଭଳି ସମୟରେ ଉଦ୍‌ଘାଟନ ନାମରେ ଫାର୍ସ ଚାଲିଛି ବୋଲି ପୂର୍ବ କେନ୍ଦ୍ରମନ୍ତ୍ରୀ ଭକ୍ତଚରଣ ଦାସ ଉଦ୍‌ବେଗ ପ୍ରକାଶ କରିଛନ୍ତି। କଳାହାଣ୍ଡିରେ ନବୀନ ପଟ୍ଟନାୟକଙ୍କ ଗସ୍ତକୁ ସଫଳ କରିବା ପାଇଁ ୧୨ ମନ୍ତ୍ରୀ, ୭୦ ଜଣ ବିଧାୟକ, ୩ ଦିନ ହେବ ଡେରା ପକେଇଛନ୍ତି। ସେମାନେ ଧର୍ମଗଡ, ଜୟପାଟଣା ଓ କୋକସରା ବ୍ଲକର ସମସ୍ତ ପଞ୍ଚାୟତବାସୀଙ୍କୁ ଏଲ୍‌ଇଡି ଟିଭିରେ ମୁଖ୍ୟମନ୍ତ୍ରୀଙ୍କ ଲାଇଭ୍‌ ପ୍ରୋଗ୍ରାମ ଦେଖାଇବେ। ଯଦି କଳାହାଣ୍ଡିର ଚାଷୀଙ୍କ ପାଇଁ ନବୀନଙ୍କ ହୃଦୟରେ ଟିକେ ବି ସମବେଦନା ଓ ଦରଦ ଅଛି, ତେବେ ବିଧାୟକ ଓ ମନ୍ତ୍ରୀମାନେ ଷ୍ଟାର୍‌ ହୋଟେଲରେ ରାତ୍ରିଯାପନ ନ କରି ଚାଷୀଙ୍କ ସହ ମଣ୍ଡିରେ ରାତ୍ରୀଯାପନ କରନ୍ତୁ। ମଣ୍ଡିରେ ପଡିଥିବା ଧାନ ତୁରନ୍ତ କ୍ରୟ କରାଇବା ପାଇଁ ବ୍ୟବସ୍ଥା କରାନ୍ତୁ ବୋଲି ସେ କହିଥିଲେ। ୧୨ ବର୍ଷ ତଳେ ତେଲନଦୀ ଛିଲିପାରେ ୧୪ କୋଟି ୩୦ ଲକ୍ଷ ଟଙ୍କା ବ୍ୟୟରେ ଏକ୍ୱାଡେଟ୍‌ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। କିନ୍ତୁ ଗୋଲାମୁଣ୍ଡା ବ୍ଲକର ଚାଷୀ ଆଜିଯାଏଁ ପାଣି ଓ ଜଳସେଚନର ସୁବିଧା ପାଇପାରିଲେ ନାହିଁ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଜିଲାବାସୀଙ୍କ ପାଇଁ କଟା ଘାରେ ଚୂନ ଲଗାଇବା ଭଳି ବୋଲି ଭକ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri