ଦମ୍‌ ଅଛି ଯଦି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କର

ଭୁବନେଶ୍ୱର/ହିଞ୍ଜିଳିକାଟୁ/ଶେରଗଡ଼/ଖଲ୍ଲିକୋଟ,୮ା୫(ଅନିଲ ଦାସ/ ଦ୍ୱିତୀକୃଷ୍ଣ ପଣ୍ଡା/ସୂର୍ଯ୍ୟନାରାୟଣ ଦାଶ/ପ୍ରଶାନ୍ତ ମିଶ୍ର):କିଛିଲୋକ ଦିନରେ ସ୍ବପ୍ନ ଦେଖୁଛନ୍ତି, ଭାବୁଛନ୍ତି ନବୀନବାବୁ ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ, କିନ୍ତୁ ଭାଜପାକୁ ଯଦି ପଚାରିବେ ତୁମର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ? କିଛି ଉତ୍ତର ଦେଇପାରିବେ ନାହିଁ। ଦମ୍‌ ଅଛି ଯଦି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରନ୍ତୁ। ଦେଖିବେ ୧୦ ପ୍ରତିଶତ ଭୋଟ ବି ପାଇବେ ନାହିଁ ବୋଲି ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ କହିଛନ୍ତି। ମଙ୍ଗଳବାର ପାଣ୍ଡିଆନ ଗଞ୍ଜାମର ହିଞ୍ଜିଳି-ଶେରଗଡ଼ ଓ ଖଲ୍ଲିକୋଟରେ ମାରାଥନ ନିର୍ବାଚନ ପ୍ରଚାର ଓ ରୋଡ୍‌ ଶୋ’ କରିଛନ୍ତି। ଆରମ୍ଭରେ ସେ ଗୋପାଳପୁରର ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱର ମନ୍ଦିରକୁ ଯାଇ ବାବାଙ୍କ ଦର୍ଶନ କରି ଆଶୀର୍ବାଦ ନେଇଥିଲେ। ସେ କହିଛନ୍ତି, ଜାତୀୟ ଦଳଗୁଡ଼ିକ ହାଇକମାଣ୍ଡ ଉପରେ ନିର୍ଭରଶୀଳ। ହାଇକମାଣ୍ଡଙ୍କ ନିଷ୍ପତ୍ତିରେ ମୁଖ୍ୟମନ୍ତ୍ରୀ ହେଲେ, ସେମାନେ ଓଡ଼ିଶାବାସୀଙ୍କ ପ୍ରତି ନୁହେଁ, ବରଂ ହାଇକମାଣ୍ଡ ପ୍ରତି ଉତ୍ତରଦାୟୀ ରହିବେ। ସେ ଦିଲ୍ଲୀରୁ ରିମୋଟ୍‌ କଣ୍ଟ୍ରୋଲରେ ଚାଲିବେ। କିନ୍ତୁ ନବୀନବାବୁ ଆପଣମାନଙ୍କ ପାଖରେ ଉତ୍ତରଦାୟୀ। ତାଙ୍କ ରିମୋଟ୍‌ ୪.୫୦ କୋଟି ଓଡ଼ିଶାବାସୀଙ୍କ ପାଖରେ ଅଛି।
୧୦ ବର୍ଷ ହେଲା ଜଣେ କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀ ହେବା ପାଇଁ ଚେଷ୍ଟା କରୁଛନ୍ତି, କିନ୍ତୁ ତାଙ୍କ ଦଳର ମଧ୍ୟ ତାଙ୍କ ଉପରେ ଆସ୍ଥା ନାହିଁ। ତା’ହେଲେ ଲୋକେ କେମିତି ଆସ୍ଥା ରଖିବେ। ଭାଜପାର କେନ୍ଦ୍ରୀୟ ନେତୃବୃନ୍ଦ କହୁଛନ୍ତି ଯେ ଜୁନ୍‌ ୪ରେ ଗଣତି ସରିବା ପରେ ୬ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଘୋଷଣା କରିବେ। ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ଓଡ଼ିଶାବାସୀ ନିର୍ଣ୍ଣୟ କରିବେ ନା ଭାଜପା ହାଇକମାଣ୍ଡ। ଭାଜପା ଯଦି ଶାସନକୁ ଆସେ, ତା’ହେଲେ ଓଡ଼ିଶା ୨୪ବର୍ଷ ପଛକୁ ପଳାଇବ। ଆଗରୁ କଂଗ୍ରେସ ଦଳ ବି ଥିଲା। ବନ୍ୟା, ବାତ୍ୟା ସବୁଥିରେ କେନ୍ଦ୍ରକୁ ପଚାରିବେ। ତେଣୁ ସେତେବେଳେ କିଛି କାମ ହୋଇପାରିନି। ମହାବାତ୍ୟା ସମୟରେ କଂଗ୍ରେସ ହାଇକମାଣ୍ଡଙ୍କ ନିର୍ଦ୍ଦେଶକୁ ଅପେକ୍ଷା କରିବାରୁ ବିପୁଳ ଧନ ଜୀବନ କ୍ଷୟକ୍ଷତି ଘଟିଥିଲା। ଖଲ୍ଲିକୋଟରେ ଆୟୋଜିତ ନିର୍ବାଚନୀ ସଭାରେ ପ୍ରଥମେ ଖଲ୍ଲିକୋଟର ଦିବଂଗତ ରାଣୀମା’ଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି କହିଥିଲେ ଯେ ରାଣୀମା’ ଆମ ସମସ୍ତଙ୍କ ହୃଦୟରେ ଅଛନ୍ତି। ମୁଖ୍ୟମନ୍ତ୍ରୀ ମଧ୍ୟ ରାଣୀମା’ଙ୍କୁ ବହୁତ ସମ୍ମାନ କରନ୍ତି, ରାଣୀମା’ ମୋ ପାଇଁ ଓ ଆମ ସମସ୍ତଙ୍କ ପାଇଁ ପ୍ରେରଣା ଥିଲେ। ଖଲ୍ଲିକୋଟର ବିକାଶ ପାଇଁ ରାଣୀମା’ଙ୍କ ଅବଦାନ ଅତୁଳନୀୟ ଥିଲା। ପରେ ସଭାରେ ଓଡ଼ିଶାର ବିକାଶ ଉପରେ ବିରୋଧୀଙ୍କ ମନ୍ତବ୍ୟ ଉପରେ ଟିପ୍ପଣୀ ଦେଇ ପାଣ୍ଡିଆନ କହିଛନ୍ତି ଯେ ଓଡ଼ିଶାର ବିକାଶ ଓ ରୂପାନ୍ତର ସମସ୍ତଙ୍କୁ ଦେଖାଯାଉଛି, କିନ୍ତୁ ବିରୋଧୀଙ୍କୁ ଦେଖାଯାଉନାହିଁ। ଆପଣଙ୍କ ମୁହଁରେ ହସ ଫୁଟିଲେ ମୁଖ୍ୟମନ୍ତ୍ରୀଙ୍କ ମୁହଁରେ ହସ ଫୁଟେ। ଉପସ୍ଥିତ ଜନତାଙ୍କୁ ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଆପଣମାନଙ୍କୁ ବହୁତ ଭଲ ପାଆନ୍ତି ଏବଂ ପଚାରିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କୁ ଆପଣମାନେ ଭଲ ପାଉଛନ୍ତି କି? ପ୍ରତ୍ୟୁତ୍ତରରେ ସମବେତ ଜନତା ଉଚ୍ଛ୍ବସିତ ସ୍ବରରେ ଜଣାଇଲେ ସମ୍ମତି, ‘ହଁ’ ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ସଭାସ୍ଥଳ। ପାଣ୍ଡିଆନ କହିଥିଲେ, ମୁଖ୍ୟମନ୍ତ୍ରୀ ଆପଣମାନଙ୍କୁ ନିଜ ପରିବାରର ସଦସ୍ୟ ବୋଲି ଭାବିଥାନ୍ତି। ୫ବର୍ଷରେ ଥରେ ସୁଯୋଗ ଆସିଛି ତାଙ୍କୁ ଆଶୀର୍ବାଦ କରିବା ପାଇଁ। ଆପଣମାନଙ୍କ ଗୋଟିଏ ଗୋଟିଏ ଭୋଟ ମୁଖ୍ୟମନ୍ତ୍ରୀଙ୍କୁ ଆହୁରି ଶକ୍ତି ଦେବ। ଲୋକଙ୍କୁ ବିକାଶର ହିସାବ ଦେଇ ସେ କହିଥିଲେ ଯେ ହିଞ୍ଜିଳି-ଶେରଗଡ଼ର ଜଗନ୍ନାଥ ମନ୍ଦିର, ତାରାତାରିଣୀ, ସ୍ବପ୍ନେଶ୍ୱର ଓ ଉଦୟନାଥ ମନ୍ଦିରର ଉନ୍ନତି ପାଇଁ ୧.୩୦ କୋଟି ଟଙ୍କା, ହରଭଙ୍ଗୀ ଜଳସେଚନ ପ୍ରକଳ୍ପ ସମ୍ପ୍ରସାରଣ ପାଇଁ ୧୭୦ କୋଟି ଟଙ୍କା ଦିଆଯାଇଛି, ଏହି ପ୍ରକଳ୍ପ ଜରିଆରେ ୭ ହଜାର ଏକର ଜମିକୁ ଜଳସେଚନ ସୁବିଧା ମିଳିବ। ସେହିପରି ଶେରଗଡ଼ ଓ ପଥରପୁଙ୍ଗୀ ମେଗାଲିଫ୍ଟ ପାଇଁ ୬୦କୋଟି ଟଙ୍କା, ୪୫ ଗୋଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ପୁନରୁଦ୍ଧାର ପାଇଁ ୧୪ କୋଟି ଟଙ୍କା ଦିଆଯାଇଛି। ଶେରଗଡ଼ କଲେଜକୁ କଟକ, ଭୁବନେଶ୍ୱରର ଅଗ୍ରଣୀ କଲେଜ ସହିତ ମୁଖ୍ୟମନ୍ତ୍ରୀ ସମକକ୍ଷ କରିଛନ୍ତି। ଆହୁରି ମଧ୍ୟ ଉଦୟ ପ୍ରତାପ ହାୟର ସେକେଣ୍ଡାରି ସ୍କୁଲ ଓ ଡିଗ୍ରୀ କଲେଜର ରୂପାନ୍ତରଣ କରିଛନ୍ତି, ପିତ୍ତଳ ହାୟର ସେକେଣ୍ଡାରି ସ୍କୁଲର ରୂପାନ୍ତରଣ ପାଇଁ ୫୦ ଲକ୍ଷ ଟଙ୍କା, କାଞ୍ଜିଆମା ହାଇସ୍କୁଲ, ପିତ୍ତଳ ଗାର୍ଲସ୍‌ ହାଇସ୍କୁଲ, ନରେନ୍ଦ୍ରପୁର ହାଇସ୍କୁଲ, ରାମଚନ୍ଦ୍ରପୁର ହାଇସ୍କୁଲ ଏବଂ ବ୍ରାହ୍ମଣସାହି ହାଇସ୍କୁଲର ରୂପାନ୍ତରଣ ପାଇଁ ପ୍ରତ୍ୟେକକୁ ୫୦ ଲକ୍ଷ ଟଙ୍କା ଦିଆଯାଇଥିବା ବେଳେ ପିତ୍ତଳର ସ୍କୁଲ, କଲେଜ, ମନ୍ଦିର ଆଦି ଅନେକ ଅନୁଷ୍ଠାନର ମୁଖ୍ୟମନ୍ତ୍ରୀ ରୂପାନ୍ତରଣ କରିଛନ୍ତି । ପୂର୍ବରୁ ୧୦୦ ଟଙ୍କା, ୩୦୦ ଟଙ୍କା, ୫୦୦ ଟଙ୍କା ଭତ୍ତା ଥିଲା, ଏବେ ମଧୁବାବୁ ପେନ୍‌ସନ ଯୋଜନାରେ ଓଡ଼ିଶାର ୫୦ ଲକ୍ଷ ପରିବାର ୧୦୦୦ ଟଙ୍କା ଭତ୍ତା ପାଉଛନ୍ତି ବୋଲି ପାଣ୍ଡିଆନ୍‌ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri