Posted inଜାତୀୟ

ଯଦି ଆମେ ଦୁର୍ନୀତିଗ୍ରସ୍ତ, ଆମ ସହ ଆଲୋଚନା କାହିଁକି: ଭାଜପାକୁ ସୁପ୍ରିୟାଙ୍କ ପ୍ରଶ୍ନ…

ମୁମ୍ବାଇ,୧୨।୧୦ : ମହାରାଷ୍ଟ୍ରର ଶରଦ ପାୱାର ନେତୃତ୍ୱାଧୀନ ଏନସିପି ଦଳର ନେତା ସୁପ୍ରିୟା ସୁଲେ ଦୁର୍ନୀତି ମାମଲାରେ ଭାଜପାକୁ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି ଯଦି ଏନସିପି ଦଳ ଦୁର୍ନୀତିଗ୍ରସ୍ତ ତେବେ ଭାଜପା ଆମ ଦଳ ସହ କାହିଁକି ଆଲୋଚନା କରୁଛି। ଭାଜପା ଦ୍ୱାରା ଏନସିପି ବିରୋଧରେ ଅଣାଯାଇଥିବା ଦୁର୍ନୀତି ଅଭିଯୋଗକୁ ସେ ଭିତ୍ତିହୀନ ବୋଲି କହିଛନ୍ତି।

ଏନସିପି ଏମପି ସୁପ୍ରିୟା ଭାଜପାକୁ ଏନେଇ କଡ଼ା ସମାଲୋଚନା କରିଛନ୍ତି। ସେ ଭାଜପାକୁ ଦୋହରା ଚେହେରା ରଖିଥିବା କହିଛନ୍ତି। ମୁଁ ବିଜେପିକୁ ପଚାରିବାକୁ ଚାହୁଁଛି ଗୋଟିଏ ପଟେ ତୁମେ ଆମକୁ ଦୁର୍ନୀତିଗ୍ରସ୍ତ ଦଳ ବୋଲି କହୁଥିବାବେଳେ ଅନ୍ୟପଟେ ଛଗନ ଭୁଜବଲ ସୂଚନା ଦେଇଛନ୍ତି ଏନସିପି ଏବଂ ଭାଜପା ମଧ୍ୟରେ ଆଲୋଚନା ଚାଲିଛି। ଯେତେବେଳେ ଏନସିପି ଦୁର୍ନୀତିଗ୍ରସ୍ତ ତେବେ ଭାଜପା ଆମ ସହ କାହିଁକି କଥା ହେଉଛି ବୋଲି ସେ ପ୍ରଶ୍ନ କରିଛନ୍ତି।

ଦଳ ବିରୋଧରେ ଦୁର୍ନୀତିର ଅଭିଯୋଗକୁ ଅସ୍ବୀକାର କରି ସେ କହିଛନ୍ତି, ଏହା ସ୍ପଷ୍ଟ ଭାବେ ଦର୍ଶାଉଛି ଭାଜପା ଆମ ବିରୋଧରେ ମିଥ୍ୟା ଅଭିଯୋଗ ଆଣିଛି। ଏହାଦ୍ୱାରା ଭାଜପାର ଦୋମୁହାଁ ଚେହେରାର ନୀତି ସ୍ପଷ୍ଟ ହୋଇଛି। ଭାଜପା ବର୍ତ୍ତମାନ ଏହାକୁ ସ୍ପଷ୍ଟ କରିବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…

ମୁହଁ ଖୋଲିଲେ ସିୟା ଅଗ୍ରଓ୍ବାଲ୍‌ଙ୍କ ପିତା: ଯଦି ମୋ ଝିଅ କେତନଙ୍କୁ ମାରିଛି ତେବେ…

ପୁଣେ,୨୬।୬: ମହାରାଷ୍ଟ୍ରର ପୁଣେରେ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରେମିକା ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ…

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର

ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ…

ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ, ଉଦବେଗ ପ୍ରକାଶ କଲେ ଗଜପତି ମହାରାଜା

ଭୁବନେଶ୍ୱର,୨୬।୬(ବନ୍ଦନା ସେଠୀ): ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ ଦେଖାଦେଇଛି। ଭୁବନେଶ୍ୱରସ୍ଥିତ ଏଲି ଆନିମେସନ୍ସ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରର ଅଫିସିଆଲ ଟ୍ରେଲର…

କେତନଙ୍କ ହତ୍ୟା ପରେ ସିୟାଙ୍କ କଥା ବଖାଣିଲେ ସିକ୍ୟୁରିଟି ଗାର୍ଡ, ଦେଲେ ବିସ୍ଫୋରକ ବୟାନ

ପୁଣେ, ୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁ ପରର ଘଟଣା ବର୍ଣ୍ଣନା କରିଛନ୍ତି ସିକ୍ୟୁରିଟି ଗାର୍ଡ ଧୀରଜ ଯାଦବ। ସେ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri