ଘରଡିହ ନ ମିଳିଲେ ସରକାରୀ ଜାଗା ଦଖଲ କରିବୁ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଗୁମ୍ମା ବ୍ଲକର ଶତାଧିକ ଲୋକ ପହଞ୍ଚି ଘର ଡିହ ପ୍ରଦାନରେ ବିଳମ୍ବ ଓ ବିଫଳତା ପ୍ରତିବାଦରେ ଧାରଣା ଦେଇଛନ୍ତି। ଏଥିସହ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ରାଜ୍ୟ ସରକାର ଜବରଦଖଲ ଉଚ୍ଛେଦ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଭଳି ପଦକ୍ଷେପକୁ ସ୍ବାଗତ କରୁଛୁ ବୋଲି ଆନ୍ଦୋଳନକାରୀ କହିବା ସହ ଜବରଦଖଲ ଉଚ୍ଛେଦ ପରେ ହିତାଧିକାରୀମାନଙ୍କ ତଦନ୍ତ କରି ଯେଉଁମାନେ ଘର ଡିହ ପାଇବାକୁ ହକଦାର ସେମାନଙ୍କୁ ପ୍ରଦାନ କରାଯାଉ ବୋଲି ଦାବି କରିଛନ୍ତି।

ଘରଡିହ, ଲିଜ୍‌ ଦରଖାସ୍ତଗୁଡିକ ଦାଖଲ କରିଥିବା ହଜାର ହଜାର ଘରହୀନ, ଜିଲାରେ ଘଟିଥିବା ଅନେକ ଝଡ଼ତୋଫାନରେ ଘର ହରାଇ ଅସୁବିଧାରେ ସମ୍ମୁଖୀନ ହୋଇଆସୁଥିବା ଆଦିବାସୀ, ହରିଜନ ଓ ଅନ୍ୟାନ୍ୟ ସଂପ୍ରଦାୟର ଜନସାଧାରଣ ବାରମ୍ବାର ଜିଲାପାଳ, ଏଡିଏମ, ସବ୍‌କଲେକ୍ଟରଙ୍କ ଜରିଆରେ ଦାବିପତ୍ର ଦେଇଥିଲେ ମଧ୍ୟ ତହସିଲଦାର, ରାଜସ୍ବ ବିଭାଗର କର୍ମଚାରୀମାନେ କୌଣସି ପଦକ୍ଷେପ ଗ୍ରହଣ କର ୁନ ଥିବା ଦାବିପତ୍ରରେ ଉଲ୍ଲେଖ କରାଯାଇଛି। ଦାବି ପୂରଣ ନ ହେଲେ ଆନ୍ଦୋଳନ ତୀବ୍ରତର ହେବ ବୋଲି ବିକେଏମୟୁ ଓଡ଼ିଶା ରାଜ୍ୟ ସଭାପତି ଜେନା ସୁବାସଚନ୍ଦ୍ର ରାଓ, ଲିଙ୍ଗରାଜ ଦଳେଇ ଓ ସମସ୍ତ ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଆଗାମୀ ଦିନରେ ଯେଉଁଠି ସରକାରଙ୍କର ଖାଲି ଜାଗା ରହିଛି ତାକୁ ଦଖଲ କରିବୁ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri