Posted inଜାତୀୟ

୩ ରାଜ୍ୟରେ ପରାଜୟ ମାନେ ଆମେ ୨୦୨୪ରେ ସଫଳ ହେବୁ ନାହିଁ, ୨୦ ବର୍ଷ ତଳର ଉଦାହରଣ ଦେଇ ବୁଝାଇଲେ ଜୟରାମ ରମେଶ…

ନୂଆଦିଲ୍ଲୀ,୪।୧୨ : ମଧ୍ୟପ୍ରଦେଶ, ଛତିଶଗଡ ଏବଂ ରାଜସ୍ଥାନ ବିଧାନସଭା ନିର୍ବାଚନ ଫଳାଫଳରେ ପରାଜୟର ସମ୍ମୁଖୀନ ହେବା ପରେ କଂଗ୍ରେସ ୨୦ ବର୍ଷ ତଳର ପୂର୍ବେ ସମାନ ପରିସ୍ଥିତିକୁ ମନେ ପକାଇ ଉଭୟ ଘଟଣାରେ ଐତିହାସିକ ସମାନତା ଖୋଜିବାକୁ ଚେଷ୍ଟା କରିଛି। ଏହି ଅବସରରେ କଂଗ୍ରେସର ମହାସଚିବ ଜୟରାମ ରମେଶ ମନେ ପକାଇ ଦେଇଛନ୍ତି ୨୦ ବର୍ଷ ତଳେ ମଧ୍ୟ କଂଗ୍ରେସ ତିନୋଟି ରାଜ୍ୟରେ ନିର୍ବାଚନରେ ହାରିଥିଲା ଏବଂ କେବଳ ଦିଲ୍ଲୀରେ ଜିତିଥିଲା। ଏହା ସତ୍ତ୍ୱେ ୨୦୦୪ ଲୋକସଭା ନିର୍ବାଚନରେ ଦଳ ପ୍ରତ୍ୟାବର୍ତ୍ତନ କରିଥିଲା। ରମେଶ କହିଛନ୍ତି ଆଶା ଓ ନିଷ୍ଠା ସହିତ ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ପ୍ରସ୍ତୁତ ହେଉଛି।

ତେଲଙ୍ଗାନାରେ ଭାରତ ରାଷ୍ଟ୍ର ସମିତି (ବିଆରଏସ) କୁ କ୍ଷମତାରୁ ହଟାଇବା ପାଇଁ କଂଗ୍ରେସ ନିଜର ଶକ୍ତି ଏବଂ ପ୍ରସ୍ତୁତି ପ୍ରଦର୍ଶନ କରିଛି। ଏହି ପୂରା ଘଟଣା ଉପରେ ଜୟରାମ ରମେଶ ଟୁଇଟ କରି କହିଛନ୍ତି, ଠିକ ୨୦ ବର୍ଷ ପୂର୍ବେ ଛତିଶଗଡ, ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସକୁ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ସେତେବେଳେ ଆମେ କେବଳ ଦିଲ୍ଲୀରେ ଜିତିଥିଲୁ । ମାତ୍ର କିଛି ମାସ ମଧ୍ୟରେ କଂଗ୍ରେସ ଏକ ଦୃଢ଼ ପ୍ରତ୍ୟାବର୍ତ୍ତନ କରି ଲୋକସଭା ନିର୍ବାଚନରେ ସର୍ବ ବୃହତ ଦଳ ଭାବରେ ଉଭା ହୋଇ କେନ୍ଦ୍ରରେ ସରକାର ଗଠନ କରିଥିଲା।

ରମେଶ କହିଛନ୍ତି ଆଶା, ବିଶ୍ୱାସ, ଧୈର୍ଯ୍ୟ ଏବଂ ନିଷ୍ଠା ସହିତ ଭାରତୀୟ ଜାତୀୟ କଂଗ୍ରେସ ଆସନ୍ତା ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେବ।
ସୂଚନାଯୋଗ୍ୟ, ଭାଜପା ଯେଉଁ ରାଜ୍ୟଗୁଡିକରେ କ୍ଷମତାରେ ଅଛି ସେଠାରେ ସମୁଦାୟ ୫୪୩ ଲୋକସଭା ଆସନର ପ୍ରାୟ ଅଧା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ନୂଆ ଗ୍ୟାସ କନେକ୍ସନ ନେଉଥିଲେ ବଡ଼ ଘୋଷଣା, ଏପ୍ରିଲ ୩୦ ଯାଏ ମାଗଣା ମିଳିବ ଗ୍ୟାସ…

ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ତରଳ ପେଟ୍ରୋଲିୟମ ଗ୍ୟାସ (LPG) ବ୍ୟବହାରକାରୀମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟରେ, ପାଇପଲାଇନ ମାଧ୍ୟମରେ ପ୍ରାକୃତିକ ଗ୍ୟାସ ଯୋଗାଣ କରୁଥିବା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri